ରାମଚଣ୍ଡୀ ପୀଠରେ ପର୍ଯ୍ୟଟକଙ୍କୁ ଶୋଷଣ

କୋଣାର୍କ,୯।୧୧(ଡି.ଏନ୍‌.ଏ.): ପୁରୀ-କୋଣାର୍କ ବେଳାମାର୍ଗ ରାମଚଣ୍ଡୀ ପୀଠରେ ବେଆଇନ ପାର୍କିଂ ଫି ଆଦାୟ ନେଇ ସେବାୟତ ସଂଘ ଅଭିଯୋଗ କରିଛି। ପୂର୍ବରୁ ଏପରି କରୁଥିବାବେଳେ ପର୍ଯ୍ୟଟନ ଅଧିକାରୀଙ୍କ ବାରଣର କିଛି ଦିନ ପରେ ପୁନର୍ବାର ଫି ଆଦାୟ ହୋଉଥିବା ଅଭିଯୋଗ ହୋଇଛି।
ସୂଚନା ମୁତାବକ, ରାମଚଣ୍ଡୀ ପୀଠକୁ ମା’ଙ୍କ ଦର୍ଶନ ପାଇଁ ଦୂର ଦୂରାନ୍ତରୁ ହଜାର ହଜାର ସଂଖ୍ୟାରେ ପର୍ଯ୍ୟଟକ ଆସିଥାନ୍ତି। ପୀଠରେ ବଣଭୋଜି ପାଇଁ ପାର୍କିଂ ସ୍ଥଳୀକୁ ପୁରୀ ଜିଲା ପ୍ରଶାସନ ଓ ପର୍ଯ୍ୟଟନ ବିଭାଗ ପକ୍ଷରୁ ରାମଚଣ୍ଡୀ ଉନ୍ନୟନ କମିଟି ଜରିଆରେ ସେବାୟତଙ୍କ ଉପସ୍ଥିତିରେ ଟେଣ୍ଡର ହୋଇଥିଲା। ଏବେ ଟେଣ୍ଡର କାର୍ଯ୍ୟକାଳ ଶେଷ ହୋଇଛି। ନୂଆ ଟେଣ୍ଡର ନ ହୋଇ ଏହି ପୀଠରୁ ତିନି ତିନିଟା ଫି ଜୋର ଜବରଦସ୍ତ ଆଦାୟ କରାଯାଉଛି I ବଣଭୋଜି, ବାଇକ୍‌, କାର, ବସ୍‌ ପାର୍କିଂ, ହାଣ୍ଡିଭଙ୍ଗା ଜାତ, ସଫେଇ ନାମରେ ଫି ଆଦାୟ କରି ପର୍ଯ୍ୟଟକଙ୍କୁ ଶୋଷଣ କରାଯାଉଥିବା ସେବାୟତ ସଙ୍ଘ ଅଭିଯୋଗ ଆଣିଛି। ଏହି ପାର୍କିଂ ସ୍ଥାନ ପୂର୍ବପରି ରାମଚଣ୍ଡୀ ଉନ୍ନୟନ କମିଟି ଓ ସେବାୟତଙ୍କ ଉପସ୍ଥିତିରେ କରାଯାଉ। ନ ହେଲେ ପର୍ଯ୍ୟଟକଙ୍କ ପାଇଁ ରାମଚଣ୍ଡୀ ପୀଠ ବନ୍ଦ କରାଯିବ ବୋଲି ରାମଚଣ୍ଡୀ ମନ୍ଦିର ସେବକ ମଦନ ମୋହନ ମହାପାତ୍ର, ପ୍ରକାଶ ଚନ୍ଦ୍ର ପଣ୍ଡା, ଉପେନ୍ଦ୍ର ନାୟକ, ସଞ୍ଜୟ ପଣ୍ଡା, ଦୁର୍ଯୋଧନ ପଣ୍ଡା, ଗଗନ ନାୟକ, ଜଗନ୍ନାଥ ପଣ୍ଡା, ପ୍ରକାଶ ଚନ୍ଦ୍ର ପଣ୍ଡା ଏବଂ ପ୍ରଫୁଲ୍ଲ ମହାପାତ୍ର ପ୍ରମୁଖ ୬୦ରୁ ଊର୍ଦ୍ଧ୍ୱ ସେବାୟତ ଚେତାବନୀ ଦେଇଛନ୍ତି। ଏ ସମ୍ପର୍କରେ କୋଣାର୍କ ପର୍ଯ୍ୟଟନ ଅଧିକାରୀ ଅମିୟ ସେଠୀଙ୍କୁ ପଚାରିବାରେ, ସେ ଏପରି ଫି’କୁ ବନ୍ଦ କରିବାକୁ କହିଥିଲେ। ଯଦି ସେମାନେ ପୁନର୍ବାର ଫି ଆଦାୟ କରୁଛନ୍ତି, ତେବେ ସେମାନଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଇଟାଭାଟିରେ ୧୧ରେ ଶିଶୁ ଶ୍ରମିକ, ରାୟଗଡ଼ା ଜିଲା ପ୍ରଶାସନର ତନାଘନା

ରାୟଗଡ଼ା,୯।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବ୍ଲକ ଚାନ୍ଦିଲି ଥାନା ଅର୍ନ୍ତଗତ ଭାକୁରଗୁଡ଼ା ସ୍ଥିତ ଏକ ଇଟାଭାଟିରେ ବେଆଇନ ଭାବେ ଶିଶୁ ଶ୍ରମିକ ନିଯୁକ୍ତି ଅଭିଯୋଗ ସାମ୍ନାକୁ ଆସିଛି…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

ଚୁଟ୍‌କିରେ ଉଠାଇପାରିବେ PFରୁ ଟଙ୍କା: UPIରୁ ସିଧା ଆକାଉଣ୍ଟକୁ ଆସିବ, EPFO ଆଣୁଛି…

ନୂଆଦିଲ୍ଲୀ,୯।୨: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫଓ)ର ପ୍ରାୟ ୮ କୋଟିରୁ ଅଧିକ ସଦସ୍ୟଙ୍କ ପାଇଁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଶ୍ରମ ମନ୍ତ୍ରଣାଳୟ ଏକ…

ଏପ୍ରିଲ ୧ରୁ ଲାଗୁ ହେବାକୁ ଯାଉଛି ନୂଆ ଆୟକର ଆଇନ, ଜାଣନ୍ତୁ କରଦାତାଙ୍କ ପାଇଁ କ’ଣ ହେବ ପରିବର୍ତ୍ତନ…

ନୂଆଦିଲ୍ଲୀ,୯।୨: ଦେଶର ଆୟକର ବ୍ୟବସ୍ଥାରେ ୧ ଏପ୍ରିଲ, ୨୦୨୬ରୁ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri