ଋଣ ନାଁରେ ମହିଳାଙ୍କୁ ଚାଲିଛି ଶୋଷଣ: କାର୍ଯ୍ୟାନୁଷ୍ଠାନ ପାଇଁ ଏତଲା ଦେଲେ ସରପଞ୍ଚ

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ଗ୍ରାମାଞ୍ଚଳରେ କିଛି ନିର୍ଦ୍ଦିଷ୍ଟ ଘରୋଇ ଫାଇନାନ୍ସ ସଂସ୍ଥା କୌଣସି ସରକାରୀ ସ୍ବୀକୃତି ନ ଥାଇ ମହିଳା ଗ୍ରୁପ୍‌ ଗଠନ କରି ଋଣ ପ୍ରଦାନ କରୁଛନ୍ତି। ପରବର୍ତ୍ତୀ ଅବସ୍ଥାରେ ସେମାନଙ୍କୁ ଶୋଷଣ କରାଯାଉଥିବା ସଙ୍ଗୀନ ଅଭିଯୋଗ ହୋଇଛି। ଏନେଇ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ ଦିଗପହଣ୍ଡି ଥାନାରେ ଏତଲା ଦେଇଥିବା କହିଛନ୍ତି। ଗତ କିଛିବର୍ଷ ହେଲା ଏକ ନିର୍ଦ୍ଦିଷ୍ଟ ଫାଇନାନ୍ସ ସଂସ୍ଥାର କର୍ମଚାରୀମାନେ ପ୍ରଥମେ ବନ୍ଧକ ବିହୀନ ଋଣ ପ୍ରଦାନ କରି ପରବର୍ତ୍ତୀ ଅବସ୍ଥାରେ ସେମାନଙ୍କଠାରୁ ଜୋର ଜବରଦସ୍ତ ଅତ୍ୟଧିକ ସୁଧ ସହ ମୂଳ ଟଙ୍କା ଆଦାୟ କରାଯାଉଛି। ପ୍ରତିବାଦ କଲେ ସେମାନଙ୍କ ପରିବାର ଲୋକଙ୍କୁ ଧମକ ଚମକ ଦିଆଯାଉଛି। ଋଣ ଟଙ୍କା ପରିଶୋଧକୁ ନେଇ ଘରେ ଘରେ ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ କଳହ ଉପୁଜିଛି। ଋଣ ଟଙ୍କା ପରିଶୋଧ କରି ନ ପାରିଲେ ଅନୈତିକ ଭାବେ ଟଙ୍କା ଆଦାୟ କରାଯିବ ବୋଲି କିଛି ଫାଇନାନ୍ସ ସଂସ୍ଥାର କର୍ମଚାରୀମାନେ ମହିଳାମାନଙ୍କୁ ଚେତାବନୀ ଦେଉଛନ୍ତି। ଏନେଇ ବହୁ ସଂଖ୍ୟକ ମହିଳା ନିର୍ଯାତିତ ହେବା ପରେ ସରପଞ୍ଚଙ୍କ ନିକଟରେ ଅଭିଯୋଗ କରିଥିଲେ। ପଞ୍ଚାୟତ ପକ୍ଷରୁ ଏନେଇ ସଭା ଡକାଯାଇ ଅଭିଯୋଗର ଉଚ୍ଚସ୍ତରୀୟ ପ୍ରଶାସନିକ ତଦନ୍ତ କରାଯିବା ସହ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଧାରଣ ଗୃହୀତ କରାଯାଇଛି। ପଞ୍ଚାୟତ ଅଧୀନ ବୋରିପଦର, କଇଠଖଣ୍ଡି ଓ ନୂଆଗଡ଼ ଗ୍ରାମରେ କିଛି ମାସ ପୂର୍ବରୁ ୨ରୁ ୩ଟି ଘରୋଇ ଫାଇନାନ୍ସ ସଂସ୍ଥାର କର୍ମଚାରୀମାନେ ପହଞ୍ଚି ଗ୍ରାମର ମହିଳାମାନଙ୍କୁ ବିଭିନ୍ନ ପ୍ରଲୋଭନ ଦେଖାଇ ଗ୍ରୁପ୍‌ ଗଠନ କରିବା ସହ ଋଣ ଦେଇଥିଲେ। ବର୍ତ୍ତମାନ ଉକ୍ତ ଫାଇନାନ୍ସ ସଂସ୍ଥାର କର୍ମକର୍ତ୍ତାମାନେ ମହିଳାମାନଙ୍କୁ ଋଣ ପରିଶୋଧ କରିବାକୁ କହିବା ସହ ରାତି ଅଧିଆ ଆସି ଘର ବାରଣ୍ଡାରେ ଜଗିରହି ଜୋର ଜବରଦସ୍ତ ସୁଧ ସହ ଋଣ ଟଙ୍କା ଆଦାୟ କରୁଥିବା ଅଭିଯୋଗ ହୋଇଛି। ଏପରିକି କିଛି ମହିଳାଙ୍କଠାରୁ ସେମାନଙ୍କ ସୁନା ଗହଣା ଛଡ଼ାଇ ନେଉଥିବା ଏତଲାରେ ଉଲ୍ଲେଖ ରହିଛି। ଏନେଇ ଦିଗପହଣ୍ଡି ଥାନା ଆଇଆଇସି ପ୍ରଶାନ୍ତ କୁମାର ପାତ୍ରଙ୍କୁ ପଚାରିବାରୁ ସମସ୍ତ ଅଭିଯୋଗର ତଦନ୍ତ କରାଯାଇ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

୧୭-୧ରେ ହାରିଲା ଇଣ୍ଡୋନେସିଆ, ଦୀପିକା, ଋତୁଜା, ନବନୀତଙ୍କ ହ୍ୟାଟ୍ରିକ ଗୋଲ୍‌

କାକାମିଗାହାରା,୨୧।୯: ଏସିଆନ ଗେମ୍ସ ମହିଳା ହକି ପ୍ରତିଯୋଗିତାରେ ପୁଲ୍‌ ‘ବି’ର ଏକ ମ୍ୟାଚ୍‌ରେ ଭାରତ ୧୭-୧ ଗୋଲ୍‌ରେ ଇଣ୍ଡୋନେସିଆକୁ ହରାଇ ଦେଇଛି। ସୋମବାର ଖେଲାଯାଇଥିବା ଏହି ଏକତରଫା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?