ମହିଳା ସଶକ୍ତୀକରଣ ନାଁରେ ଶୋଷଣ ନୀତି: ଭାଜପା

ଭୁବନେଶ୍ୱର,୭ା୬(ବ୍ୟୁରୋ):ଦୀର୍ଘ ୨୩ ବର୍ଷ ଧରି ନିରଙ୍କୁଶ ଭାବେ ଶାସନ କରି ଆସୁଥିବା ବିଜୁ ଜନତା ଦଳ ମହିଳା ସଶକ୍ତୀକରଣ ନାଁରେ ମହିଳା ଶୋଷଣ ନୀତି ଆପଣାଇଛି। ମହିଳା ନିର୍ଯାତନା କ୍ଷେତ୍ରରେ ଓଡ଼ିଶା ସର୍ବଭାରତୀୟସ୍ତରରେ ପ୍ରଥମ ସ୍ଥାନ ଅଧିକାର କରିଛି ବୋଲି ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି କହିଛନ୍ତି ।

ସୋମବାର କଟକଠାରେ ଅନୁଷ୍ଠିତ ‘ମହିଳା ସମାବେଶ’ରେ ଯୋଗଦେଇ ସେ ଏହା କହିଛନ୍ତି। ରାଜ୍ୟ ସରକାରଙ୍କର ମହିଳା ସୁରକ୍ଷା ପ୍ରତି କୌଣସି ପ୍ରତିବଦ୍ଧତା ନ ଥିବା କାରଣରୁ ପ୍ରତିଦିନ ହାରାହାରି ୪ ବଳାତ୍କାର ଓ ୬ ଅପହରଣ ଭଳି ହୀନ ଘଟଣା ଘଟୁଛି। ଭାରତରେ ସହରାଞ୍ଚଳର ୧୦୦୦ ମହିଳାଙ୍କ ମଧ୍ୟରୁ ୯୯ ଜଣ ବେରୋଜଗାର ଥିବାବେଳେ ଓଡ଼ିଶାରେ ସେମାନଙ୍କ ସଂଖ୍ୟା ୨୧୯। ରାଜ୍ୟରେ ୪୦୦ ବାଳିକା ବିଦ୍ୟାଳୟରେ ଶୌଚାଳୟକୁ ପାଣିର ସଂଯୋଗୀକରଣ କରାଯାଇନାହିଁ। ରାଜ୍ୟରେ ମହିଳାଙ୍କ ସାକ୍ଷରତା ହାର ୬୪.୦୧ ପ୍ରତିଶତ ଏବଂ ଶିକ୍ଷାକ୍ଷେତ୍ରରେ ଓଡ଼ିଶା ସର୍ବଭାରତୀୟସ୍ତରରେ ୧୩ତମ ସ୍ଥାନରେ ରହିବା ଶିକ୍ଷାର ଅବ୍ୟବସ୍ଥାକୁ ଅଙ୍ଗୁଳି ନିର୍ଦ୍ଦେଶ କରୁଛି। ରାଜ୍ୟର ୩୭୦ ପଞ୍ଚାୟତରେ ହାଇସ୍କୁଲ ନ ଥିବାବେଳେ ୪୦୦ ବାଳିକା ବିଦ୍ୟାଳୟରେ ଶୌଚାଳୟକୁ ପାଣିର ସଂଯୋଗୀକରଣ ହୋଇ ନ ଥିବା ରାଜ୍ୟ ସରକାରଙ୍କ ଅପାରଗତାକୁ ସ୍ପଷ୍ଟ କରୁଛି ବୋଲି ମହାନ୍ତି କହିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶାସନ କ୍ଷମତାକୁ ଆସିବା ପରେ ଅନେକ ମହିଳା କେନ୍ଦ୍ରିକ ଯୋଜନା ଆରମ୍ଭ କରିଛନ୍ତି। ଜନ୍ମିତ ଶିଶୁଠାରୁ ଆରମ୍ଭ କରି ବୃଦ୍ଧାବସ୍ଥା ପର୍ଯ୍ୟନ୍ତ ମହିଳାଙ୍କ ସର୍ବାଙ୍ଗୀନ ବିକାଶ ପାଇଁ କଲ୍ୟାଣକାରୀ ଯୋଜନା ପ୍ରସ୍ତୁତ କରି ଏହାର ସଫଳ କାର୍ଯ୍ୟାନ୍ବୟନ ପାଇଁ ମୋଦି ସରକାର ନୀରବଚ୍ଛିନ ଭାବେ କାର୍ଯ୍ୟ କରୁଛି । ଗତ ୮ ବର୍ଷରେ ମୋଦି ସରକାରରେ ଶିକ୍ଷା, ଅର୍ଥ, ବୈଦେଶିକ, ସାମାଜିକ ସୁରକ୍ଷା ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରାଳୟର ଦାୟିତ୍ୱ ମହିଳାମାନଙ୍କୁ ପ୍ରଦାନ ଦିଆଯାଇଛି ବୋଲି ମହାନ୍ତି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ବର୍ଦ୍ଧିତ ଦରମା ନେବାକୁ ମନା କଲେ ନବୀନ, ମୁଖ୍ୟମନ୍ତ୍ରୀ ଚିଠି ଲେଖି କହିଲେ ମୋ ଦରମାକୁ…

ଭୁବନେଶ୍ୱର,୧୩ା୧୨: ଏହି କିଛିଦିନ ତଳେ ମୋହନ ସରକାର ବିଧାୟକମାନଙ୍କ ଦରମା ଏବଂ ଭତ୍ତା ବଢ଼ାଇଛନ୍ତି। ବିଧାୟକଙ୍କ ଦରମା ପୂର୍ବରୁ ୧ ଲକ୍ଷ ଟଙ୍କା ଥିବାବେଳେ ସରକାର...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri