ମହିଳା ସଶକ୍ତୀକରଣ ନାଁରେ ଶୋଷଣ ନୀତି: ଭାଜପା

ଭୁବନେଶ୍ୱର,୭ା୬(ବ୍ୟୁରୋ):ଦୀର୍ଘ ୨୩ ବର୍ଷ ଧରି ନିରଙ୍କୁଶ ଭାବେ ଶାସନ କରି ଆସୁଥିବା ବିଜୁ ଜନତା ଦଳ ମହିଳା ସଶକ୍ତୀକରଣ ନାଁରେ ମହିଳା ଶୋଷଣ ନୀତି ଆପଣାଇଛି। ମହିଳା ନିର୍ଯାତନା କ୍ଷେତ୍ରରେ ଓଡ଼ିଶା ସର୍ବଭାରତୀୟସ୍ତରରେ ପ୍ରଥମ ସ୍ଥାନ ଅଧିକାର କରିଛି ବୋଲି ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି କହିଛନ୍ତି ।

ସୋମବାର କଟକଠାରେ ଅନୁଷ୍ଠିତ ‘ମହିଳା ସମାବେଶ’ରେ ଯୋଗଦେଇ ସେ ଏହା କହିଛନ୍ତି। ରାଜ୍ୟ ସରକାରଙ୍କର ମହିଳା ସୁରକ୍ଷା ପ୍ରତି କୌଣସି ପ୍ରତିବଦ୍ଧତା ନ ଥିବା କାରଣରୁ ପ୍ରତିଦିନ ହାରାହାରି ୪ ବଳାତ୍କାର ଓ ୬ ଅପହରଣ ଭଳି ହୀନ ଘଟଣା ଘଟୁଛି। ଭାରତରେ ସହରାଞ୍ଚଳର ୧୦୦୦ ମହିଳାଙ୍କ ମଧ୍ୟରୁ ୯୯ ଜଣ ବେରୋଜଗାର ଥିବାବେଳେ ଓଡ଼ିଶାରେ ସେମାନଙ୍କ ସଂଖ୍ୟା ୨୧୯। ରାଜ୍ୟରେ ୪୦୦ ବାଳିକା ବିଦ୍ୟାଳୟରେ ଶୌଚାଳୟକୁ ପାଣିର ସଂଯୋଗୀକରଣ କରାଯାଇନାହିଁ। ରାଜ୍ୟରେ ମହିଳାଙ୍କ ସାକ୍ଷରତା ହାର ୬୪.୦୧ ପ୍ରତିଶତ ଏବଂ ଶିକ୍ଷାକ୍ଷେତ୍ରରେ ଓଡ଼ିଶା ସର୍ବଭାରତୀୟସ୍ତରରେ ୧୩ତମ ସ୍ଥାନରେ ରହିବା ଶିକ୍ଷାର ଅବ୍ୟବସ୍ଥାକୁ ଅଙ୍ଗୁଳି ନିର୍ଦ୍ଦେଶ କରୁଛି। ରାଜ୍ୟର ୩୭୦ ପଞ୍ଚାୟତରେ ହାଇସ୍କୁଲ ନ ଥିବାବେଳେ ୪୦୦ ବାଳିକା ବିଦ୍ୟାଳୟରେ ଶୌଚାଳୟକୁ ପାଣିର ସଂଯୋଗୀକରଣ ହୋଇ ନ ଥିବା ରାଜ୍ୟ ସରକାରଙ୍କ ଅପାରଗତାକୁ ସ୍ପଷ୍ଟ କରୁଛି ବୋଲି ମହାନ୍ତି କହିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶାସନ କ୍ଷମତାକୁ ଆସିବା ପରେ ଅନେକ ମହିଳା କେନ୍ଦ୍ରିକ ଯୋଜନା ଆରମ୍ଭ କରିଛନ୍ତି। ଜନ୍ମିତ ଶିଶୁଠାରୁ ଆରମ୍ଭ କରି ବୃଦ୍ଧାବସ୍ଥା ପର୍ଯ୍ୟନ୍ତ ମହିଳାଙ୍କ ସର୍ବାଙ୍ଗୀନ ବିକାଶ ପାଇଁ କଲ୍ୟାଣକାରୀ ଯୋଜନା ପ୍ରସ୍ତୁତ କରି ଏହାର ସଫଳ କାର୍ଯ୍ୟାନ୍ବୟନ ପାଇଁ ମୋଦି ସରକାର ନୀରବଚ୍ଛିନ ଭାବେ କାର୍ଯ୍ୟ କରୁଛି । ଗତ ୮ ବର୍ଷରେ ମୋଦି ସରକାରରେ ଶିକ୍ଷା, ଅର୍ଥ, ବୈଦେଶିକ, ସାମାଜିକ ସୁରକ୍ଷା ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ମନ୍ତ୍ରାଳୟର ଦାୟିତ୍ୱ ମହିଳାମାନଙ୍କୁ ପ୍ରଦାନ ଦିଆଯାଇଛି ବୋଲି ମହାନ୍ତି କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?