Posted inଜାତୀୟ

ବାଣ କାରଖାନାରେ ବିସ୍ଫୋରଣ: ୧୦ ମୃତ

ଭାଗଲପୁର(ବିହାର),୫ା୩ (ପି.ଟି.): ବିହାରର ଭାଗଲପୁର ଜିଲାରେ ଏକ ବେଆଇନ ବାଣ କାରଖାନାରେ ଶୁକ୍ରବାର ବଡ଼ ଧରଣର ବିସ୍ଫୋରଣ ହୋଇଛି। ଏଥିରେ ୧୦ ଜଣଙ୍କ ମୃତ୍ୟୁ ଘଟିବା ସହ ୯ ଜଣ ଗୁରୁତର ଆହତ ହୋଇଛନ୍ତି। ଭୋର ସମୟରେ କାଜବାଲିଚକ ଅଞ୍ଚଳର ମହେନ୍ଦ୍ର ମଣ୍ଡଳଙ୍କ ଘର ଭିତରେ ବିସ୍ଫୋରଣ ହୋଇଥିଲା। ତାଙ୍କ ଘର ଲୋକେ ବେଆଇନ ବାଣ କାରବାରରେ ସମ୍ପୃକ୍ତ ଥିବା କୁହାଯାଉଛି। ବିସ୍ଫୋରଣରେ ମଣ୍ଡଳଙ୍କ ଘର ସମେତ ପାଖରେ ଥିବା ଦୁଇଟି ବିଲ୍ଡିଂ ଧୂଳିସାତ୍‌ ହୋଇଯାଇଛି। ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ ଏହାର ଶବ୍ଦ ବହୁ ଦୂର ପର୍ଯ୍ୟନ୍ତ ଶୁଣାଯାଇଥିଲା ବୋଲି ଭାଗଲପୁର ଜିଲା ମାଜିଷ୍ଟ୍ରେଟ୍‌ ସୁବ୍ରତ କୁମାର ସେନ୍‌ କହିଛନ୍ତି। ବିସ୍ଫୋରଣରେ କେଉଁ ସାମଗ୍ରୀ ବ୍ୟବହାର ହୋଇଥିଲା ଜାଣିବା ପାଇଁ ଫୋରେନସିକ୍‌ ବିଶେଷଜ୍ଞ ଏବଂ ବୋମା ନିଷ୍କ୍ରିୟକାରୀ ଟିମ୍‌ ଘଟଣାସ୍ଥଳରେ ପହଞ୍ଚତ୍ ନମୁନା ସଂଗ୍ରହ କରିଛନ୍ତି। ମିଳିଥିବା ୧୦ ମୃତଦେହ ଅତ୍ୟନ୍ତ ବିକୃତ ହୋଇଯାଇଥିବାରୁ ପ୍ରଶାସନ ସେମାନଙ୍କୁ ଚିହ୍ନଟ କରିପାରି ନାହିଁ। ଆହତମାନଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଜିଲା ମାଜିଷ୍ଟ୍ରେଟ୍‌ଙ୍କ କହିବା ଅନୁଯାୟୀ ମଣ୍ଡଳ ପୂର୍ବରୁ ବେଆଇନ ବାଣ ଉତ୍ପାଦନରେ ସମ୍ପୃକ୍ତ ଥିଲେ। ୨୦୦୮ରେ ତାଙ୍କ ଘରେ ଅନୁରୂପ ବିସ୍ଫୋରଣରେ ସ୍ତ୍ରୀଙ୍କ ସମେତ ୩ ଜଣଙ୍କ ମୃତ୍ୟୁ ଘଟିଥିଲା।
ବାଣ କାରଖାନା ବିସ୍ଫୋରଣ ମୃତ୍ୟୁ ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକବ୍ୟକ୍ତ କରିଛନ୍ତି। ସେ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ସେମାନଙ୍କୁ ସମସ୍ତ ସହାୟତା ଯୋଗାଇ ଦିଆଯିବ ବୋଲି କହିଛନ୍ତି। ମୋଦି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ସହ ଏ ସମ୍ପର୍କରେ କଥା ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

୨୦୨୬ ଆଇପିଏଲରେ ଖେଳିବା ପାଇଁ କୋର୍ଟଙ୍କ ଦ୍ୱାରସ୍ଥ ହେଲେ RCB ବୋଲର, ପୂରା ଘଟଣା ଜାଣିଲେ…

ନୂଆଦିଲ୍ଲୀ,୨।୪: IPL ୨୦୨୬ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB)ର ଶ୍ରୀଲଙ୍କାର ଦ୍ରୁତ ବୋଲର ନୁୱାନ ତୁଷାରା IPL ୨୦୨୬…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri