ବାଣ ଗୋଦାମରେ ବିସ୍ଫୋରଣ ଘଟଣା: ପୂର୍ବରୁ ଯାଇଥିଲା ୨ ଜୀବନ, ଆଜି ଆଉ ୩ ଆଖି ବୁଜିଲେ

ଭଦ୍ରକ,୧୦ା୫(ସନାତନ ରାଉତ): ଭଦ୍ରକ-ଚାନ୍ଦବାଲି ରାସ୍ତାର ଭଦ୍ରକ ପୌରପାଳିକା ୨୫ ନଂ ଓ୍ବାର୍ଡ ହଳଦୀ ବାଇପାସ ଠାରେ ଗତ ମଙ୍ଗଳବାର ଏକ ବାଣ ଗୋଦାମରେ ଘଟିଥିବା ବିସ୍ଫୋରଣରେ ଘଟଣା ଦିନ ୨ ଜଣଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟ ୩ ଗୁରୁତର ମଧ୍ୟରୁ ଶୁକ୍ରବାର ରାତିରେ ଜଣେ ଓ ଶନିବାର ପୂର୍ବାହ୍ନରେ ୨ ଜଣକର ମୃତ୍ୟୁ ହୋଇଛି।

ପ୍ରକାଶ ଥାଉକି, ଘଟଣା ଦିନ ବିସ୍ଫୋରଣରେ ବାଣ ଭିଡୁଥିବା ୫ ଜଣ ଶ୍ରମିକ ଗୁରୁତର ହୋଇଥିଲେ l ବିସ୍ଫୋରଣରେ ହଳଦି ଅଞ୍ଚଳର ସେକ ମୁସ୍‌ରଫ, ରଶ୍ମିତା ଜେନା, ଓଜିତା ବିବି, ରହିତୁନ ବିବି, ସୁଲତାନା ବିବି ଗୁରୁତର ହୋଇଥିଲେ। ସମସ୍ତ ଗୁରୁତରଙ୍କୁ ପ୍ରଥମେ ଭଦ୍ରକ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ସମସ୍ତଙ୍କୁ କଟକ ରେଫର କରାଯାଇଥିଲା। ବିସ୍ଫୋରଣ ସମ୍ପର୍କରେ ପୋଲିସ ତଦନ୍ତ ଆରମ୍ଭ କରିଛି।

ସେହିଦିନ ସନ୍ଧ୍ୟାରେ କଟକ ବଡ଼ ମେଡିକାଲରେ ସେକ୍‌ ମୁସରାଫ ଓ ରହିତୁନ ବିବି ଙ୍କର ମୃତ୍ୟୁ ଘଟିଥିଲା। ଅନ୍ୟ ୩ ଗୁରୁତରଙ୍କୁ ଆଇସିୟୁରେ ରଖା ଯାଇଥିଲା। ଶୁକ୍ରବାର ରାତିରେ ରଶ୍ମିତା ଜେନାଙ୍କ ମୃତ୍ୟୁ ହୋଇଥିବା ବେଳେ ଶନିବାର ସକାଳେ ସୁଲତାନା ବିବି ଓ ଓଜିଫା ବିବିଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ବିସ୍ଫୋରଣ ଘଟଣାରେ ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା କ୍ଷତି ପୂରଣ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ l


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୨୭ରୁ ନୃସିଂହନାଥ ବୈଶାଖ ମେଳା

ପାଇକମାଳ,୨୪ା୩(ବଡ଼ ଶତପଥୀ): ଗନ୍ଧମାର୍ଦ୍ଦନ ପର୍ବତର ପାଦ ଦେଶରେ ଥିବା ପ୍ରସିଦ୍ଧ ଶ୍ରୀ ନୃସିଂହନାଥ ମନ୍ଦିର ମିଟିଂ ହଲରେ ଆସନ୍ତା ବୈଶାଖ ମେଳା ପାଳନ ନେଇ ଏକ ପ୍ରସ୍ତୁତି…

ଉପକୂଳରେ ସମରାଭ୍ୟାସ ‘ସାଗର କବଚ’ ଆରମ୍ଭ

ଛତ୍ରପୁର,୨୪ା୩(ଦିଲୀପ ସାମଲ): ସମୁଦ୍ର ପଥରେ ସମ୍ଭାବ୍ୟ ଆତଙ୍କବାଦୀ ଅନୁପ୍ରବେଶ ଏବଂ ସାମୁଦ୍ରିକ ସୁରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ କରିବା ପାଇଁ ମଙ୍ଗଳବାରଠାରୁ ଗଞ୍ଜାମ ଉପକୂଳରେ ମିଳିତ ସମରାଭ୍ୟାସ…

ଯୁଦ୍ଧ ବୁଡାଜାହାଜ ପଠାଇଲା ଆମେରିକା, ଚାଇନା ସହ ଯୁଦ୍ଧ ସଙ୍କେତ! ୩ ମହାସାଗରରେ ହଲଚଲ…

ବେଜିଂ,୨୪।୩: ଚୀନ ଏକ ବିଶାଳ ଜଳମଗ୍ନ ସର୍ଭେ ଏବଂ ମ୍ୟାପିଂ ଅପରେସନ ଆରମ୍ଭ କରୁଛି। ଏହାର ଉଦ୍ଦେଶ୍ୟ ହେଉଛି ସମୁଦ୍ର ବିଷୟରେ ଗଭୀର ସୂଚନା ସଂଗ୍ରହ କରିବା,…

ନୂଆ ଗ୍ୟାସ କନେକ୍ସନ ନେଉଥିଲେ ବଡ଼ ଘୋଷଣା, ଏପ୍ରିଲ ୩୦ ଯାଏ ମାଗଣା ମିଳିବ ଗ୍ୟାସ…

ନୂଆଦିଲ୍ଲୀ,୨୪।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଯୋଗୁଁ ତରଳ ପେଟ୍ରୋଲିୟମ ଗ୍ୟାସ (LPG) ବ୍ୟବହାରକାରୀମାନେ ସମ୍ମୁଖୀନ ହେଉଥିବା ଅସୁବିଧା ମଧ୍ୟରେ, ପାଇପଲାଇନ ମାଧ୍ୟମରେ ପ୍ରାକୃତିକ ଗ୍ୟାସ ଯୋଗାଣ କରୁଥିବା…

ଚିର ନିଦ୍ରାରେ ହରିଶ ରାଣା: ୧୩ ବର୍ଷର ଯନ୍ତ୍ରଣାରୁ ମୁକ୍ତି, ସୁପ୍ରିମକୋର୍ଟଙ୍କ ଅନୁମତି ପରେ ମିଳିଲା ‘ଇଚ୍ଛାମୃତ୍ୟୁ’

ନୂଆଦିଲ୍ଲୀ,୨୪।୩: ଦୀର୍ଘ ୧୩ ବର୍ଷ ଧରି କୋମାରେ ରହି ମୃତ୍ୟୁ ସହ ସଂଗ୍ରାମ କରୁଥିବା ହରିଶ ରାଣା ଶେଷରେ ଆଖି ବୁଜିଛନ୍ତି। ଭାରତର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଐତିହାସିକ…

ତିନି ମହଲା ବିଶିଷ୍ଟ ଧନୀ ଲୋକଙ୍କ ଘରେ ଲାଗିନି ୱାଟର ମିଟର: ବିଭାଗର ଅନୁକମ୍ପା ନା ପାୱାର କରିଡର ସରକାରୀ ଦଳର…

ଗଞ୍ଜାମ,୨୪।୩(ବିଦ୍ୟାଧର ସାହୁ): ୧୨ଟି ୱାର୍ଡକୁ ନେଇ ଗଞ୍ଜାମ ଏନଏସି ଗଠିତ ହୋଇଛି। ଗଞ୍ଜାମ ସହରର ବିଭିନ୍ନ ସାହିରେ ଜନସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ୱାଟର ମିଟର ଲଗା ଯାଇଛି…

ପୋଲିସ -ପଡାବାସୀ ମୁହାଁମୁହିଁ : ଗରିବଙ୍କ ଘର ଉପରେ ମାଡିଲା ବୁଲଡୋଜର

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହରରେ ଜବରଦଖଲ ଉଚ୍ଛେଦ ଚାଲିଛି। ପର୍ଯ୍ୟାୟକ୍ରମେ ସହରର ଗୋଟିଏ ପଡାରୁ ଅନ୍ୟ ପଡାରେ ଏହି ଅଭିଯାନ ଚାଲିଛି। ତେବେ ଏଥିରେ ଅଧିକ…

ଦ୍ୱିତୀୟ ବିବାହ କଲେ ରାପର୍‌ Badshah, ଫଟୋ ସେୟାର କରି ଚମକାଇଲେ ଶାଶୁ

ମୁମ୍ୱାଇ: ପଞ୍ଜାବୀ ଗାୟକ ଏବଂ ରାପର୍‌ ବାଦଶାହଙ୍କ କିଏ ବା ଜାଣିନି? ସମଗ୍ର ଦେଶ ତାଙ୍କ ଗୀତରେ ଝୁମି ଉଠୁଛି। ତଥାପି, ତାଙ୍କ ବିଷୟରେ ଏକ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri