କ୍ରସରରେ ବିସ୍ଫୋରଣ: ୨ମୃତ, ୩ ଗୁରୁତର

ବ୍ରହ୍ମପୁର ଅଫିସ,୧୯।୪: ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ଅନ୍ତର୍ଗତ ଫାଦ୍ରୀପଲ୍ଲୀ ନିକଟରେ ଥିବା ଏକ କ୍ରସରରେ ସୋମବାର ପୂର୍ବାହ୍ନରେ ବିସ୍ଫୋରଣ ଘଟିଛି। ଏଥିରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ପ୍ରଥମେ ଏମ୍‌କେସିଜି ମେଡିକାଲ ଓ ପରେ ଏଏମ୍‌ଏସ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ମୃତକ ହେଲେ କୁକୁଡ଼ାଖଣ୍ଡିର ସନ୍ତୋଷ କୁମାର (୩୮) ଫାଦ୍ରୀପଲ୍ଲୀର ସୁରେଶ ପାତ୍ର (୪୫) । ଗୁରୁତରମାନେ ହେଲେ କୁକୁଡ଼ାଖଣ୍ଡିର ପି.ସାଇଗୋପାଳ (୩୫), ହିଞ୍ଜିଳିକାଟୁ ଥାନା ଅନ୍ତର୍ଗତ ବେଲଗାଁର ସୁଶାନ୍ତ ପଣ୍ଡା (୩୮) ଓ ଫାଦ୍ରୀପଲ୍ଲୀର ଦୀପକ ପାତ୍ର (୩୫ )।
ଖବରପାଇ ଅଗ୍ନିଶମ ବିଭାଗ ପୋଲିସ, ତହସିଲଦାର ଓ ସାଇଣ୍ଟିଫିକ୍‌ ଟିମ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। କ୍ରସର ପରିସରରେ ଥିବା ୨ଟି ଘରେ ବେଆଇନ ଭାବେ ବିସ୍ଫୋରକ ଦ୍ରବ୍ୟ ଥିବାରୁ ସେଠାରେ ବିସ୍ଫୋରଣ ଘଟିଥିଲା ବୋଲି ଅଗ୍ନିଶମ ବିଭାଗ ପକ୍ଷରୁ କୁହାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ସମ୍ମିଳନୀରେ ଯୋଗ ଦେବେ ଆଇନଜୀବୀ ହରପ୍ରସାଦ

ଦିଗପହଣ୍ଡି,୧୫ା୨(ଅଶେଷ ନାଥ ମିଶ୍ର): ଭାରତୀୟ ସାଂସ୍କୃତିକ ସହଯୋଗ ଓ ମୈତ୍ରୀ ସମିତି (ଇସକଫ)ର ଜାତୀୟ ସମ୍ମିଳନୀରେ ଯୋଗଦେବାକୁ ଆଇନଜୀବୀ ହରପ୍ରସାଦ ରଥ ତାମିଲନାଡୁ ଗସ୍ତ କରିବେ ବୋଲି…

ଜାଗରରେ ବିଭତ୍ସ ହତ୍ୟା, ବଡ଼ ଭାଇକୁ କଟୁରୀରେ ହାଣିଲେ ସାନ ଭାଇ

ପାଲଲହଡା,୧୫ା୨(ଦିବ୍ୟଜ୍ୟୋତି ଦାଶ): ବଡ଼ ଭାଇକୁ ହତ୍ୟା କଲେ ସାନ ଭାଇ । କଟୁରୀରେ ବେକ କାଟି ହତ୍ୟା କଲେ ସାନ ଭାଇ। ମୃତକ ଜଣକ ହେଲେ ଲିପୁ…

IND VS PAK: ଭାରତ-ପାକ୍‌ ମ୍ୟାଚ୍‌ ପୂର୍ବରୁ ପ୍ରେମଦାସା ଷ୍ଟାଡିୟମରେ ସାପ ଆତଙ୍କ; ପାକିସ୍ତାନ ଡଗ୍‌ଆଉଟ୍‌ରେ…

କଲମ୍ବୋ,୧୫।୨: କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ମହାନ ମୁକାବିଲା ପୂର୍ବରୁ ଏକ ଅଭାବନୀୟ ଚିତ୍ର ସାମ୍ନାକୁ ଆସିଛି। କ୍ରିକେଟର…

ପ୍ରତିଦିନ ଖାଆନ୍ତୁ ଦୁଇ ପାଖୁଡା ରସୁଣ, ରକ୍ତଚାପ ନିୟନ୍ତ୍ରଣ ସହିତ ଭଲ ରହିବ…

ରସୁଣରେ ଆଲିସିନ୍, ମାଙ୍ଗାନିଜ୍, ଭିଟାମିନ୍ ବି୬, ଭିଟାମିନ୍ ସି, ସେଲେନିୟମ୍, ଫାଇବର, କ୍ୟାଲସିୟମ୍, ପୋଟାସିୟମ୍, ଆଇରନ୍ ଏବଂ କପର ସମେତ ଅନେକ ପୁଷ୍ଟିକର ତତ୍ତ୍ୱ ଯଥେଷ୍ଟ ପରିମାଣରେ…

ନବୀନ ଦେଲେ ଗୁରୁ ଦାୟିତ୍ବ: ସବିତା ପ୍ରଧାନ କଳାହାଣ୍ଡି ବିଜେଡି ମହିଳା ସଭାନେତ୍ରୀ

ଭବାନୀପାଟଣା,୧୫।୨(ଉତ୍ତମ କୁମାର ଦାଶ)-ରାଜ୍ୟ ସଭାପତି ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ରବିବାର ରାଜ୍ୟର ବିଭିନ୍ନ ଜିଲାର ମହିଳା ସଭାନେତ୍ରୀଙ୍କ ନାମ ଘୋଷଣା କରିଛନ୍ତି। ଏହି କ୍ରମରେ…

PM Kisan:  ଆସିଲା ବଡ଼ ଅପଡେଟ୍‌: ଏହି ଦିନ ଚାଷୀଙ୍କ ଖାତାକୁ ଆସିବ ୨୦୦୦ ଟଙ୍କା… 

ନୂଆଦିଲ୍ଲୀ,୧୫।୨: ଦେଶର କ୍ଷୁଦ୍ର ଓ ନାମମାତ୍ର ଚାଷୀଙ୍କୁ ଆର୍ଥିକ ସହାୟତା ଯୋଗାଇବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପିଏମ-କିଷାନ ଯୋଜନାର ପରବର୍ତ୍ତୀ କିସ୍ତି ଖୁବ୍‌ଶୀଘ୍ର…

ପୁରୀ ସମୁଦ୍ର କୂଳରେ ଅଘଟଣ, ସ୍ନାନ ବେଳେ ୫ ପର୍ଯ୍ୟଟକ ବୁଡ଼ି…..

ପୁରୀ,୧୫ା୨(ଅଜିତ୍ କୁମାର ମହାନ୍ତି):  ପୁଣି ପୁରୀ ସମୁଦ୍ରରେ ସ୍ନାନ ବେଳେ ଅଘଟଣ । ସମୁଦ୍ର କୂଳର ସେକ୍ଟର ୨ ଓ ସେକ୍ଟର୧୦ରେ ବୁଡୁବୁଡୁ ପର୍ଯ୍ୟଟକମାନେ ବଞ୍ଚିଯାଇଛନ୍ତି ।…

ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼

ଧୂଷୁରୀ,୧୫ା୨(ଦୀପ୍ତି ରଞ୍ଜନ ନାୟକ): ପବିତ୍ର ମହାଶିବରାତ୍ରିରେ ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ଆରଡ଼ି ହୋଇ ଉଠିଛି ଚଳଚଞ୍ଚଳ। ଭୋର୍‌ ୪ଟାରେ ମନ୍ଦିର ପହୁଡ଼ ଖୋଲିବା ପରେ ମଙ୍ଗଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri