Posted inଜାତୀୟ

ଉଧାମପୁରରେ ବିସ୍ଫୋରଣ, ଜଣେ ମୃତ ୧୩ ଆହତ…

ଶ୍ରୀନଗର,୯।୩ : ଜମ୍ମୁ-କଶ୍ମୀରର ଉଧାମପୁରର ସାଲାଥିଆ ଛକରେ ବୁଧବାର ଅପରାହ୍ନରେ ଏକ ବଡ଼ ଧରଣର ବିସ୍ଫୋରଣ ଘଟିଛି। ବିସ୍ଫୋରଣ ପରେ ପୋଲିସ ବୋମା ନିଷ୍କ୍ରିୟକାରୀ ଟିମ୍‌ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ବିସ୍ଫୋରଣ କିପରି ହୋଇଛି ତାହା ଜାଣିବା ପାଇଁ ଉଦ୍ୟମ ଚାଲିଛି। ଏଥିରେ ଆତଙ୍କବାଦୀଙ୍କ ସମ୍ପୃକ୍ତି ରହିଛି କି ନାହିଁ ତାହାର ତଦନ୍ତ କରାଯାଉଛି।

ଏହି ବିସ୍ଫୋରଣରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୩ଜଣ ଆହତ ହୋଇଛନ୍ତି। ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ଲାଗି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ବିସ୍ଫୋରଣର ଶବ୍ଦ ଶୁଣି ସ୍ଥାନୀୟ ଲୋକେ ଭୟଭୀତ ହୋଇପଡିଥିଲେ। ନିକଟସ୍ଥ ଲୋକ ଓ ପୋଲିସ ଆହତମାନଙ୍କୁ ଡାକ୍ତରଖାନା ନେଇଥିଲେ। ଏପର୍ଯ୍ୟନ୍ତ ଅନୁସନ୍ଧାନରୁ ଜଣାପଡିଛି ଯେ ରାସ୍ତାରେ ଥିବା ଜଣେ ପନିପରିବା ବିକ୍ରେତାଙ୍କ ଦୋକାନରେ ଏହି ବିସ୍ଫୋରଣ ଘଟିଛି।

କେନ୍ଦ୍ର ମନ୍ତ୍ରୀ ଜିତେନ୍ଦ୍ର ସିଂ ମଧ୍ୟ ଏହି ବିସ୍ଫୋରଣ ସମ୍ପର୍କରେ ସୂଚନା ଦେଇଛନ୍ତି। ସେ ଡିସି ଇନ୍ଦୁ ଚିବଙ୍କ ସହ ଯୋଗାଯୋଗରେ ଅଛନ୍ତି। ଘଟଣାର ତଦନ୍ତ ପାଇଁ ପୋଲିସ ଓ ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି।

ତିନି ଦିନ ପୂର୍ବେ ଶ୍ରୀନଗରର ଆମିରକାଡାଲ ଅଞ୍ଚଳର ରବିବାର ସାରେ ଆତଙ୍କବାଦୀଙ୍କ ଦ୍ୱାରା ହୋଇଥିବା ଗ୍ରେନେଡ ଆକ୍ରମଣରେ ଦୁଇ ଜଣ ସାଧାରଣ ନାଗରିକଙ୍କର ମୃତ୍ୟୁ ଘଟିଥିବା ବେଳେ ୨୩ ଜଣ ଆହତ ହୋଇଥିଲେ। ଆହତଙ୍କ ମଧ୍ୟରେ ଜଣେ ପୋଲିସ କର୍ମଚାରୀ ଏବଂ ୧୭ ଜଣ ମହିଳା ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ, ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଉଦ୍ଧାର

ଦେବଗଡ,୧୭।୨(ଶଶାଙ୍କ ଶେଖର ଝାଙ୍କର): ତିଲେଇବଣି ବ୍ଲକ ତଥା ଦେବଗଡ ଥାନା ଅନ୍ତର୍ଗତ ଟାଇଁସର ସ୍ଥିତ ଏକ ବଗିଚା ଭିତରୁ ମୁର୍ମୁଷୁ ଅବସ୍ଥାରେ ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି…

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri