ଡଙ୍ଗାରେ ବିସ୍ଫୋରଣ: କୁକୁର ଖଣ୍ଡ ବିଖଣ୍ଡିତ

ପୁରୀ, ୩ା୯(ଅଜିତ ମହାନ୍ତି):ସମୁଦ୍ରକୂଳ ଥାନା ଅନ୍ତର୍ଗତ ପେଣ୍ଠକଟା କନକଦୁର୍ଗା ସାହିରେ ଶନିବାର ମାଛଧରା ଡଙ୍ଗା କାରଖାନା ନିକଟସ୍ଥ ଏକ ଡଙ୍ଗାରେ ବୋମା ବିସ୍ଫୋରଣ ଘଟିଛି। ଏହି ବିସ୍ଫୋରଣରେ କୌଣସି ବ୍ୟକ୍ତି ମୃତାହତ ହୋଇ ନ ଥିବା ବେଳେ ଏକ ବୁଲା କୁକୁରର ଶରୀର ଖଣ୍ଡବିଖଣ୍ଡିତ ହେବା ସହ ଉକ୍ତ ଡଙ୍ଗା କ୍ଷତିଗ୍ରସ୍ତ ହୋଇଛି। ଖବର ପାଇ ସମୁଦ୍ରକୂଳ ଥାନା ପୋଲିସ ଏବଂ ସିଟି ଡିଏସପି ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ କରିଛନ୍ତି।

ସୂଚନା ଅନୁଯାୟୀ, ସମୁଦ୍ରକୂଳ ଥାନା ଅନ୍ତର୍ଗତ ପେଣ୍ଠକଟା କନକଦୁର୍ଗା ସାହିରେ ସକାଳେ ବଡ଼ ଶବ୍ଦ ଶୁଭିଥିଲା। ଶବ୍ଦ ଶୁଣି ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚତ୍ବାରୁ ଗୋଟିଏ କୁକୁର ଖଣ୍ଡ ଖଣ୍ଡ ହୋଇ ମରିପଡ଼ିଥିବା ଦେଖିବାକୁ ପାଇଥିଲେ। ପରେ ଏହି ଖବର ପାଇ ସମୁଦ୍ରକୂଳ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଛି। ତେବେ ଘଟଣା ସମ୍ପର୍କରେ ସ୍ଥାନୀୟ ବାସିନ୍ଦାଙ୍କ କହିବା ଅନୁଯାୟୀ, ପୁରୀ ସହରରେ ଏପରି ଘଟଣା ପ୍ରଥମ ଥର ପାଇଁ ଘଟିଛି। ସାହିରେ ବୋଟ୍‌ ଫ୍ୟାକ୍‌ଟ୍ରି ରହିଛି, ଯେଉଁଠାରେ ବୋଟ୍‌ ତିଆରି କରାଯାଇଥାଏ। ଶନିବାର ସକାଳ ସମୟରେ କାରିଗରମାନେ ଫ୍ୟାକ୍ଟ୍ରିକୁ ଆସିଥିଲେ। ତେବେ ଫ୍ୟାକ୍ଟ୍ରି ବାହାରେ ଗୋଟିଏ ଡଙ୍ଗା ରହିଥିଲା। ଗୋଟିଏ କୁକୁର ତା’ ଭିତରୁ କ’ଣ ଗୋଟିଏ ଜିନିଷ ଭିଡୁଥିଲା। ତେବେ କିଛି ସମୟ ପରେ ପ୍ରଚଣ୍ଡ ଶଦ୍ଦ ଶୁଣାଗଲା। ବାହାରକୁ ଆସି ଦେଖିଲା ବେଳକୁ କୁକୁର ଖଣ୍ଡ ବିଖଣ୍ଡିତ ହୋଇ ବିସ୍ଫୋରଣର ପ୍ରାୟ ୧୦୦ ମିଟର ଦୂରରେ ମୃତାବସ୍ଥାରେ ପଡ଼ିିଛି। କେହି ଦୁର୍ବୃତ୍ତ ବୋମା ପୋତିଦେଇଥିବା ସ୍ଥାନୀୟ ଲୋକେ କହିଛନ୍ତି। ସେହିପରି ପାଖରେ ମଦ ଦୋକାନ ଥିବାରୁ ଲୋକେ ବିଳମ୍ବିତ ରାତି ପର୍ଯ୍ୟନ୍ତ ମଦ ପିଉଛନ୍ତି ଓ ଅସାମାଜିକ କାର୍ଯ୍ୟ କରୁଛନ୍ତି, ତେଣୁ ପୋଲିସ ଏଥିପ୍ରତି ଧ୍ୟାନ ଦେବା ଆବଶ୍ୟକ। ସିଟି ଡିଏସ୍‌ପି ପ୍ରଶାନ୍ତ କୁମାର ସାହୁ କହିଛନ୍ତି, ବାହାରେ ବିସ୍ପୋରଣ ହୋଇଥିବା ନେଇ ଖବର ମିଳିଥିଲା। ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ କରାଯାଇଛି। ବୋମା ସ୍କ୍ବାଡ୍‌ ଆସି ତାହାର ତଦନ୍ତ କରୁଛି। ବୋଟ୍‌ ନିର୍ମାଣ ପାଇଁ ବିଭିନ୍ନ ପ୍ରକାର କେମିକାଲ ଦରକାର ପଡିଥାଏ, ଯାହା ଜ୍ୱଳନଶୀଳ । ସେଥିପାଇଁ ବିସ୍ଫୋରଣ ହୋଇଥାଇପାରେ। ଏ ନେଇ ପୋଲିସ ପକ୍ଷରୁ ତଦନ୍ତ କରାଯାଉଛି ଥାନା ଅଧିକାରୀ କହିଛନ୍ତି, ବିସ୍ଫୋରଣର କାରଣ ଜଣାପଡିନାହିଁ। ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଛି। ତେବେ ମାଛ ମାରିବା ପାଇଁ ମତ୍ସ୍ୟଜୀବୀଙ୍କ ପକ୍ଷରୁ ଗଭୀର ସମୁଦ୍ରରେ ଏକ ପ୍ରକାର ବୋମା ବ୍ୟବହାର କରାଯାଇଥାଏ। ସେହି ବିସ୍ଫୋରଣ ହୋଇଥାଇପାରେ ବୋଲି ଅନୁମାନ କରାଯାଉଛି। ତଦନ୍ତ ପରେ ଘଟଣା ସମ୍ପର୍କରେ ଜଣାପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ହରଦୀପ ସିଂ ପୁରୀଙ୍କ ବଡ଼ ଘୋଷଣା, ଏବେ କମିବନି ପେଟ୍ରୋଲ-ଡିଜେଲ ଦର

ନୂଆଦିଲ୍ଲୀ,୩।୭(ଆଇଏଏନ୍‌ଏସ୍‌): ପେଟ୍ରୋଲ ଓ ଡିଜେଲ ଦର କମିବା ନେଇ ଆଶା ରଖିଥିବା ଗ୍ରାହକଙ୍କୁ ବଡ଼ ଝଟକା ଲାଗିଛି। ଚଳିତ ସମୟରେ ଖୁଚୁରା ମୂଲ୍ୟ ହ୍ରାସ କରିବାର କୌଣସି…

ନାସାର ଘୋଷଣା, ଆମେରିକା ବିଶ୍ୱକପ୍‌ ଜିତିଲେ ଚନ୍ଦ୍ରକୁ ଯିବ ଫୁଟବଲ

ୱାଶିଂଟନ,୩।୭: ଚଳିତ ୨୦୨୬ ଫିଫା ବିଶ୍ୱକପ୍‌ରେ ଆମେରିକା ଦଳର ବିଜୟ ପାଇଁ ଆମେରିକାର ମହାକାଶ ଗବେଷଣା ସଂସ୍ଥା ‘ନାସା’ ଏକ ଅଦ୍ଭୁତ ଏବଂ ରୋମାଞ୍ଚକର ପ୍ରତିଶ୍ରୁତି ଦେଇଛି।…

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

ଆନ୍ଦୋଳନରତ ଡାକ୍ତରଙ୍କ ବିରୋଧରେ ବଡ଼ ଆକ୍ସନ: ଦରମା ବନ୍ଦ ସହ ଚୁକ୍ତିଭିତ୍ତିକ ଡାକ୍ତରଙ୍କୁ ନୋଟିସ୍‌ ପରେ କାର୍ଯ୍ୟରୁ ନିବୃତ୍ତ ପାଇଁ ନିର୍ଦ୍ଦେଶ !

ଭୁବନେଶ୍ୱର, ୨ା୭: ରାଜ୍ୟରେ ଚାଲିଥିବା ଡାକ୍ତରୀ ଆନ୍ଦୋଳନକୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଏବଂ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ମେଡିକାଲ ସର୍ଭିସେସ୍‌…

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ: ‘ପିଲାଟିଏ ଗଛଟିଏ’ ଅଭିଯାନରେ …

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ୭୬ ତମ ବନ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri