Posted inଖେଳ

ବିମାନବନ୍ଦରଠାରୁ ୧୦୦ମିଟର ଦୂରରେ ହୋଇଥିଲା ବିସ୍ଫୋରଣ, ବର୍ଣ୍ଣନା କଲେ ସିନ୍ଧୁ

ନୂଆଦିଲ୍ଲୀ, ୧ା୩: ଇରାନ ଉପରେ ଆମେରିକା ଓ ଇସ୍ରାଏଲର ମିଳିତ ଆକ୍ରମଣ ପରେ ଉପସାଗରୀୟ ଅଞ୍ଚଳରେ ଉତ୍ତେଜନା ବୃଦ୍ଧି ପାଇଛି। ଏହି ସମୟରେ ଦୁଇଥର ଅଲିମ୍ପିକ ପଦକ ବିଜୟିନୀ ପି.ଭି. ସିନ୍ଧୁ ଦୁବାଇ ଅନ୍ତର୍ଜାତୀୟ ବିମାନବନ୍ଦରରେ କିପରି ଭୟ ଓ ଆଶଙ୍କା ମଧ୍ୟରେ ଅଟକି ରହିଥିଲେ ତାହା ବର୍ଣ୍ଣନା କରିଛନ୍ତି।

ସିନ୍ଧୁଙ୍କ ସହିତ ତାଙ୍କ ଇଣ୍ଡୋନେସୀୟ କୋଚ୍‌ ଇର୍‌ଓ୍ବାନସ୍ୟା ଆଦି ପ୍ରତିମା ମଧ୍ୟ ଥିଲେ। ସେମାନେ ବିମାନବନ୍ଦରରେ ଅବତରଣ କରିବାର ମାତ୍ର କିଛି ସମୟ ମଧ୍ୟରେ ବିମାନବନ୍ଦରଠାରୁ ପ୍ରାୟ୧୦୦ମିଟର ଦୂରରେ ଏକ ପ୍ରଚଣ୍ଡ ବିସ୍ଫୋରଣ ଘଟିଥିଲା।

ଏହାର ପ୍ରଭାବରେ ସ୍ଥାନୀୟ ଅଞ୍ଚଳ ଦୋହଲି ଉଠିଥିଲା। ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ସହଯୋଗରେ ବର୍ତ୍ତମାନ ସେମାନେ ଏକ ହୋଟେଲରେ ସୁରକ୍ଷିତ ଅଛନ୍ତି। ସିନ୍ଧୁ ଅଲ ଇଂଲଣ୍ଡ ଓପନ ବ୍ୟାଡମିଣ୍ଟନ ଖେଳିିବା ଲାଗି ଦୁବାଇରୁ ଲଣ୍ଡନ ଗସ୍ତ କରିବାର କାର୍ଯ୍ୟକ୍ରମ ଥିଲା। ସିନ୍ଧୁଙ୍କ ମ୍ୟାଚ ବୁଧବାର ରହିଛି। ସୁରକ୍ଷିତ ସ୍ଥାନରେ ପହଞ୍ଚାଇବାରେ ସହଯୋଗ ପାଇଁ ସିନ୍ଧୁ ବିଶେଷ କରି ଦୁବାଇସ୍ଥିତ ଭାରତୀୟ ହାଇକମିଶନଙ୍କ ପ୍ରତି ଗଭୀର କୃତଜ୍ଞତା ଜଣାଇଛନ୍ତି।

ଏୟାର ଇଣ୍ଡିଆ ପ୍ରମୁଖ ଉପସାଗରୀୟ ଗନ୍ତବ୍ୟ ସ୍ଥଳକୁ ଏହାର ସେବାକୁ ବାତିଲ କରିଥିବା ବେଳେ ଦୁବାଇ ଅନ୍ତର୍ଜାତୀୟ ବିମାନବନ୍ଦର ଅନିର୍ଦ୍ଦିଷ୍ଟକାଳ ପାଇଁ ଏହାର ଆକାଶପଥରେ କଟକଣା ଜାରି କରିଛି।

ଅନ୍ୟପକ୍ଷରେ ବ୍ୟାଡ୍‌ମିଣ୍ଟନ ଓ୍ବାଲର୍‌ଡ ଫେଡେରେଶନ (ବିଡବ୍ଲ୍ୟୁଏଫ୍‌) ବ୍ୟାଡ୍‌ମିଣ୍ଟନ ଇଂଲଣ୍ଡ ଓ ଜାତୀୟ ଆସୋସିଏଶନଗୁଡ଼ିକ ସହ ସମନ୍ବୟ ରକ୍ଷାକରି ଯେଉଁ ଖେଳାଳିମାନଙ୍କୁ ଗସ୍ତ ବେଳେ ଚ୍ୟାଲେଞ୍ଜର ସମ୍ମୁଖୀନ ହେବାକୁ ପଡୁଛି ତାହା ଉପରେ ନଜର ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଶ୍ଳୀଳ ଭିଡିଓ କରି ବ୍ଲାକମେଲ କରୁଥିଲେ ପୂର୍ବତନ ପ୍ରେମିକ, ଭେଟିବାକୁ ଡାକି ହତ୍ୟା କରି ମୁହଁରେ ଏସିଡ୍…

ଲକ୍ଷ୍ନୌ,୧।୩: ଉତ୍ତର ପ୍ରଦେଶର ବାଲିଆରୁ ପ୍ରେମ, ବ୍ଲାକମେଲିଂ ଏବଂ ହତ୍ୟାର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଜଣେ ଯୁବତୀ ତାଙ୍କ ପ୍ରେମିକଙ୍କୁ ହତ୍ୟା କରିଛନ୍ତି…

IND vs WI Super-8 Live Score: ଭାରତ ଆଗରେ ୧୯୬ ରନ୍‌ର ବିଜୟ ଟାର୍ଗେଟ୍‌

କୋଲକାତା,୧।୩: କୋଲକାତାର ଐତିହାସିକ ଇଡେନ୍‌ ଗାର୍ଡେନ୍ସ ମଇଦାନରେ ରବିବାର ଖେଳାଯାଇଥିବା ଭାରତ ଏବଂ ୱେଷ୍ଟଇଣ୍ଡିଜ୍‌ ମ୍ୟାଚ୍‌ରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ…

ମହେନ୍ଦ୍ରଗିରିରେ ବାବାଙ୍କ ଆଶ୍ରମର ଭିତରେ ପଶି ଭାଙ୍ଗରୁଜା, ପାଣି ମଟର ଭାଙ୍ଗିଲେ ଦୃବର୍ତ୍ତ

ପାରଳାଖେମୁଣ୍ଡି,୧।୩(ଗିରିଧାରୀ ପରିଛା): ଗଜପତି ଜିଲାର ଐତିହାସିକ ତଥା ଆଧ୍ୟାତ୍ମିକ ଓ ପୌରାଣିକ କ୍ଷେତ୍ର ରାୟଗଡ଼ ବ୍ଲକ ଅଧିନରେ ଥିବା ମହେନ୍ଦ୍ରଗିରି ଏବେ ଅଶାନ୍ତମୟ ହୋଇପଡିଛି । ଶନିବାର…

ଓଭରଟେକ୍ ହେଲା କାଳ, ସଡ଼କ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ

ଦିଗପହଣ୍ଡି,୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଚକାତେନ୍ତୁଳି ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ରବିବାର ଅପରାହ୍ନ ପ୍ରାୟ…

୪ରେ ଦକ୍ଷିଣ ଆଫ୍ରିକା- ନ୍ୟୁଜିଲାଣ୍ଡ ପ୍ରଥମ ସେମିଫାଇନାଲ

ନୂଆଦିଲ୍ଲୀ,୧।୩: ଟି୨୦ ବିଶ୍ୱକପ୍‌ରେ ରବିବାର ଖେଳାଯାଇଥିବା ସୁପର-୮ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ୫ ଉଇକେଟରେ ଜିମ୍ବାଓ୍ବେକୁ ପରାସ୍ତ କରିଛି। ଜିମ୍ବାଓ୍ବେ ଦ୍ୱାରା ପ୍ରଦତ୍ତ ୧୫୪ ରନର ଟାର୍ଗେଟକୁ…

ଯୁଦ୍ଧର ପ୍ରଭାବ: ଆବୁଧାବିରେ ପାକିସ୍ତାନ-ଇଂଲଣ୍ଡ ମ୍ୟାଚ ବାତିଲ

କରାଚୀ,୧ା୩: ଇରାନ ଉପରେ ଆମେରିକାର ଆକ୍ରମଣ ପରେ ସୁରକ୍ଷାଗତ କାରଣ ଦୃଷ୍ଟିରୁ ଆବୁଧାବିରେ ଶନିବାର ପାକିସ୍ତାନ ଶାହିନ୍ସ ଏବଂ ଇଂଲଣ୍ଡ ଲାୟନ୍ସ ମଧ୍ୟରେ ଚାଲିଥିବା ଅନ୍ତର୍ଜାତୀୟ ଦିନିକିଆ…

T୨୦ ବିଶ୍ୱକପ୍‌ ଫାଇନାଲ ଜିତିବା ଟିମ୍‌ ହେବ ମାଲାମାଲ, ମିଳିବ ଏତିକି କୋଟି

ନୂଆଦିଲ୍ଲୀ,୧।୩: କ୍ରିକେଟ ଜଗତର ନଜର ଆଜିର ଦିନ ଉପରେ ଅଟକିଛି। କାରଣ ରବିବାରରେ ଟି-୨୦ ବିଶ୍ୱକପ୍‌ ସୁପର-୮ ରାଉଣ୍ଡର ସବୁଠାରୁ ବଡ଼ ତଥା ଶେଷ ମୁକାବିଲା ଖେଳାଯିବ।…

IND VS WI: ଇଡେନ ଗାର୍ଡେନ୍ସରେ ମହାଲଢ଼େଇ, ଟସ୍‌ ଜିତିଲା ଭାରତ, ଏକାଦଶକୁ ନେଇ ବଡ଼ ନିଷ୍ପତ୍ତି

କୋଲକାତା,୧।୩: ଟି-୨୦ ବିଶ୍ୱକପ ୨୦୨୬ର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ଆଜି(ରବିବାର) କୋଲକାତାର ଐତିହାସିକ ଇଡେନ ଗାର୍ଡେନ୍ସ ମଇଦାନରେ ଖେଳାଯାଉଛି। ଭାରତ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ହେବାକୁ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri