ଗୁଲୁଆ-ବର୍ଷାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ କାଳିଆ ଷଣ୍ଢ: ଦିନକୁ ୧୭ ହଜାରଥର…

ଭୁବନେଶ୍ୱର,୨୬।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା ହେବାର ପ୍ରାୟ ଏକ ବର୍ଷ ପରେ ସ୍ତ୍ରୀ ବର୍ଷା ଗୁରୁବାର ଗଣମାଧ୍ୟମ ସାମ୍ନାରେ ମୁହଁ ଖୋଲି ଅନେକ ଅଭିଯୋଗ ଆଣିଥିଲେ। ତେବେ ଘଟଣାକୁ ନେଇ ସବୁଠି ଚର୍ଚ୍ଚା ହେଉଥିବା ବେଳେ ବର୍ତ୍ତମାନ ଗୁଲୁଆ ଟିମ୍‌ରେ କାମକରୁଥିବା ଅନ୍ୟଜଣେ ୟୁଟ୍ୟୁବର ହାସ୍ୟ ଅଭିନେତା କାଳିଆ ଷଣ୍ଢ କହିଛନ୍ତି, ଗୋଟିଏ ଦିନରେ ସେମାନଙ୍କ ୧୭ ହଜାର ଜିନିଷକୁ ନେଇ ଝଗଡ଼ା। ଗୋଡି କାଇଁ ଏଇଠି ପଡ଼ିଲା ସେଇଟାକୁ ନେଇ ଝଗଡ଼ା। ଚୁଟି ନ ବାନ୍ଧିଲେ ବି ଝଗଡ଼ା। କିଏ ଖରାପ କହି ପାରିବିନି ଉଭୟ ମତେ ସ୍ନେହ ଆଦର କରନ୍ତି। ମୋ ଜାଣତରେ ଗୁଲୁଆ ଭାଇ କୌଣସି ଝିଅ ସହ ଖରାପ ସମ୍ପର୍କରେ ନାହାନ୍ତି। ସମସ୍ୟା ସମଧାନ ହୋଇଯାଉ ଉଭୟ ଖୁସିରେ ରୁହନ୍ତୁ ବୋଲି କାଳିଆ କହିଛନ୍ତି।
ତେବେ ଗୁଲଆ ମଧ୍ୟ ପାଲଟା ଅଭିଯୋଗ ଆଣିଛନ୍ତି।ସେ କହିଛନ୍ତି, ମୁଁ ବର୍ଷାଙ୍କୁ ବାଡ଼ାଇ ନାହିଁ ବରଂ ସେ ମୋତେ ପ୍ରଥମେ ବାଡ଼ାନ୍ତି। ସେ ମୋତେ ଏବଂ ମୋ ବାପାଙ୍କୁ ରାତିରେ ଫୋନ କରି ଧମକ ଦେଇଛନ୍ତି। ମୋତେ ବର୍ଷା କୋଟିଏ ଟଙ୍କା ମାଗିଥିଲେ। ଘର ପାଖକୁ ଗୁଣ୍ଡା ନେଇ ଅନେକ ଥର ଆସିଥିଲେ। ମୋ ଶ୍ବଶୁର ମୋତେ ଗୋଟିଏ ଟଙ୍କା ଦେଇନାହାନ୍ତି। ଅଯଥା ମୋତେ ବଦନାମ କରାଯାଉଛି, ଅପରାଧୀ ସଜାଉଛନ୍ତି ବର୍ଷା। ମୁଁ ବର୍ଷାଙ୍କ ସହ ଚାପରେ ବାହା ହୋଇଥିଲି। ବାହା ନ ହେଲେ ଜୀବନ ହାରିବେ ବୋଲି ମୋତେ ଧମକ ଦେଇଥିଲେ। ବାହା ହେବା ପରେ ବର୍ଷା ମୋତେ ନିର୍ଯାତନା ଦେଇଛନ୍ତି। ଶାରିରୀକ ସଂପର୍କ ରଖିବାକୁ ବର୍ଷା ମୋତେ ମନା କରିଥିଲେ ବୋଲି ଗୁଲୁଆ କହିଛନ୍ତି।
ସୂଚନାଯୋଗ୍ୟ, ଗୁଲୁଆ ଗୁରୁବାର ସକାଳେ ଜୀବନ ପ୍ରତି ବିପଦ ଥିବା କହିଥିଲେ। ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରି ସହାୟତା ମାଗିଥିଲେ। ସେଥିରେ କାହାରି ନାଁ ନ ନେଇ ଭାବବିହ୍ବଳ ହୋଇ ତାଙ୍କୁ ହତ୍ୟା ଧମକ ଦେବା ସହ ୫୦ ଲକ୍ଷ ଟଙ୍କା ମଗାଯାଉଥିବା ଅଭିଯୋଗ କରିଥିଲେ। ଗଲା କିଛି ଦିନ ଧରି ତାଙ୍କୁ ହତ୍ୟା ଧମକ ଦିଆଯାଉଥିବାରୁ ସେ ମାନସିକ ଚାପରେ ରହିଛନ୍ତି। ଏନେଇ ପ୍ରଶାସନ ଓ ପୋଲିସକୁ ସହାୟତା ପାଇଁ ନିବେଦନ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…

ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

ନବୀନଙ୍କ ସାମ୍ନାରେ ପାଣ୍ଡିଆନଙ୍କୁ ନେଇ ଏମିତି କହିଦେଲେ ମୁନ୍ନା ଖାଁ: ଓଡ଼ିଶା ରାଜନୀତିରେ ହଲଚଲ

ଭୁବନେଶ୍ୱର,୨୬।୧୨: ବିଜେଡିର ପ୍ରତିଷ୍ଠା ଦିବସରେ ନାଁ ନ ନେଇ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ଏମ୍‌ପି ମୁନ୍ନା ଖାଁ। ସେ କହିଛନ୍ତି, ବିଜୁ ବାବୁଙ୍କ ରାସ୍ତାରେ ଆମେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri