ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ

କୋରାପୁଟ,୨୨ା୯(ସ୍ବ.ପ୍ର.): ମାଛକୁଣ୍ଡ ଅଞ୍ଚଳରୁ ବିପୁଳ ପରିମାଣର ମାଓବାଦୀ ବିସ୍ଫୋରକ ସାମଗ୍ରୀ ସମେତ ନଗଦ ଟଙ୍କା ଜବତ ହୋଇଛି। କୋରାପୁଟ ପୋଲିସକୁ ମାଓବାଦୀ ମୁକାବିଲା କ୍ଷେତ୍ରରେ ଏକ ବଡ଼ଧରଣର ସଫଳତା ମିଳିଛି।

ସୂଚନାନୁଯାୟୀ ଏସ୍‌ଓଜି ଓ ଡିଭିଏଫ୍‌ ପକ୍ଷରୁ କୋରାପୁଟ ଜିଲା ମାଛକୁଣ୍ଡ ଥାନା ଅନ୍ତର୍ଗତ ସିନ୍ଧିପୁଟ ଜଙ୍ଗଲରେ ମିଳିତ ଆଣ୍ଟି ନକ୍ସଲ ଅପରେଶନ ବେଳେ ନଗଦ ଟଙ୍କା ଓ ମାଓବାଦୀ ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି। ଏହି ଅପରେଶନରେ ନଗଦ ୭୦ ହଜାର ଟଙ୍କା, ୧୭ ମିଟର କର୍ଡେକ୍ସ ତାର, ୩୧ଟି ଜେଲେଟିନ୍‌ ଷ୍ଟିକ୍‌, ୧୧ଟି ଇଲେକ୍ଟ୍ରିକ ଡିଟୋନେଟର, ଗୋଟାଏ ତାର ବଣ୍ଡଲ, ୨ଟି ଟିଫିନ ବମ୍‌, ଗୋଟାଏ ପ୍ରେସର କୁକର ବମ୍‌ ଓ ଗୋଟାଏ ଟେଷ୍ଟିଂ ପିନ୍‌ ଜବତ ହୋଇଛି ବୋଲି ଏନେଇ ଏସ୍‌ପି ବରୁଣ ଗୁଣ୍ଠୁପାଲି ଏକ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ମାଓବାଦୀଙ୍କ ଗତିବିଧି ଉପରେ ନଜର ରହିଛି ତା’ ସହିତ ଏସ୍‌ଓଜି ଓ ଡିଭିଏଫ୍‌ ପକ୍ଷରୁ ଜୋରଦାର ଆଣ୍ଟି ନକ୍ସଲ ଅପରେଶନ ଜାରି ରହିଛି। କିଛି ଦିନ ତଳେ ଶତାଧିକ ମାଓବାଦୀ ସମର୍ଥକ ପୋଲିସ ଓ ବିସ୍‌ଏଫ୍‌ଙ୍କ ନିକଟରେ ଆତ୍ମସମର୍ପଣ କରିଥିଲେ। ଏହାକୁ ଟାର୍ଗେଟ କରି ଏକ ବଡ଼ଧରଣର ଦୁର୍ଘଟଣା ଘଟାଇଥିବା ପାଇଁ ଯୋଜନା କରୁଥିଲେ ବୋଲି ଅନୁମାନ କରାଯାଇଛି। ଏ ନେଇ ତଦନ୍ତ ଜାରି ରହିଛି ବୋଲି ଏସ୍‌ପି ବରୁଣ ଗୁଣ୍ଠୁପାଲି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅମାନତ ଟଙ୍କାକୁ ନେଇ ଟଣାଓଟରା, ଯନ୍ତ୍ରୀ-ଛାୟା ଠିକାଦାର ମୁହାଁମୁହିଁ

କଟକ ସଦର, ୧୩।୧୦ (ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ୍‌ରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅମାନତ ରାଶି ଉଠାଣକୁ ନେଇ ଯନ୍ତ୍ରୀ ଓ ଛାୟା ଠିକାଦାରଙ୍କ…

କାନ୍ଦୁଲ ଜଙ୍ଗଲକୁ ଯାଇଥିଲେ ବେତେସା: ହଠାତ୍‌ ଆକ୍ରମଣ କଲା ମହୁମାଛି, ଆଉ ତା’ପରେ…

ମୋହନା,୧୩।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ ମହୁମାଛି ଆକ୍ରମଣରେ ଜଣେ ୫୨ ବର୍ଷୀୟ ବ୍ୟକ୍ତି ଗୁରୁତର ହୋଇପଡ଼ିଛନ୍ତି। ଗୁରୁତର ବ୍ୟକ୍ତି ହେଉଛନ୍ତି କଟାମା ପଞ୍ଚାୟତ ଅନ୍ତର୍ଗତ…

ପାଣିପାଗ ବିଭାଗର ବଡ଼ ଅପ୍‌ଡେଟ୍‌: ୧୦ ଜିଲାରୁ ଫେରିଗଲା ମୌସୁମୀ, ଜାଣନ୍ତୁ…

ଭୁବନେଶ୍ୱର,୧୩।୧୦: ଓଡ଼ିଶାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁପ୍ରତ୍ୟାହାର ଜାରି ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ୧୦ ଜିଲାରୁ ମୌସୁମୀ ବାୟୁ ସଂପୂର୍ଣ୍ଣ ବିଦାୟ ନେଇଥିବା ପାଣିପାଗ ବିଭାଗ ପକ୍ଷରୁ…

ଭିଜିଲାନ୍ସ ଜାଲରେ ସଇଁତଳା RI: ୩ ହଜାର ଟଙ୍କା ଲାଞ୍ଚ ନେବାବେଳେ ଧରାପଡ଼ିଲେ

ବଲାଙ୍ଗୀର, ୧୩।୧୦(ସୁନିଲ କୁମାର ମହାନ୍ତି): ଲାଞ୍ଚ ନେବା ଅଭିଯୋଗରେ ବଲାଙ୍ଗୀର ଜିଲା ସଇଁତଳା ରାଜସ୍ବ ସର୍କଲର ରାଜସୱ ନିରୀକ୍ଷକ (RI) ଆଲନ ବେହେରାଙ୍କୁ ଓଡ଼ିଶା ଭିଜିଲାନ୍ସ ମାଡ଼ିବସିଛି।…

କେତେ ଟଙ୍କା ପାଆନ୍ତି ରାଜ୍ୟପାଳ? ମାସିକ ୩.୫ ଲକ୍ଷ ଦରମା ସହ ଜାଣନ୍ତୁ ତାଙ୍କୁ ମିଳୁଥିବା ସମସ୍ତ ସରକାରୀ ସୁବିଧା

ନୂଆଦିଲ୍ଲୀ,୧୩।୧୦: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬ଟି ରାଜ୍ୟ ପାଇଁ ନୂତନ ରାଜ୍ୟପାଳ ନିଯୁକ୍ତ କରିଛନ୍ତି। ଏହାଦ୍ୱାରା ଅନେକ ସାମ୍ୱିଧାନିକ ପଦବୀରେ ପରିବର୍ତ୍ତନ ଘଟିଛି। ସିକିମର ପୂର୍ୱତନ ରାଜ୍ୟପାଳ…

ଶିକ୍ଷାର ଗୁଣାତ୍ମକ ଉନ୍ନତି ଶିକ୍ଷାର୍ଥୀଙ୍କ ଫଳାଫଳ ସମୀକ୍ଷା ଉପରେ ଗୁରୁତ୍ୱ

ଥୁଆମୂଳ ରାମପୁର, ୧୩।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ, ଭବାନୀପାଟଣା ଆନୁକୂଲ୍ୟରେ ଥୁଆମୂଳ ରାମପୁର ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ‘ପ୍ରକାଶ ୩.୦’…

ଭୟୂରଭଞ୍ଜରେ ଲଜ୍ଜା, ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର

ଉଦଳା,୧୩।୧୦: ଭୟୂରଭଞ୍ଜ ଜିଲା ଉଦଳା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଭିନ୍ନକ୍ଷମ ନାବାଳିକାକୁ ବଳାତ୍କାର କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ପୋଲିସ ଅଭିଯୋଗକୁ…

ରାହୁଙ୍କ ନକ୍ଷତ୍ରରେ ସୂର୍ଯ୍ୟଙ୍କ ପ୍ରବେଶ: ମେଷ ସମେତ ୩ ରାଶିର ବଢ଼ିବ ଚିନ୍ତା, ପଳାଇବ ଚାକିରି! ସମ୍ପର୍କରେ ପଡିବ ଭଟ୍ଟା

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ ଓ ରାହୁଙ୍କ ଯୁତିକୁ ଶୁଭ ବୋଲି ବିବେଚନା କରାଯାଏ ନାହିଁ। ସେହିପରି ସୂର୍ଯ୍ୟଙ୍କ ରାହୁଙ୍କ ନକ୍ଷତ୍ରରେ ପ୍ରବେଶକୁ ମଧ୍ୟ ଜ୍ୟୋତିଷ ଦୃଷ୍ଟିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?