ଇମ୍ଫାକୁ ରପ୍ତାନି ଉତ୍କର୍ଷ ପୁରସ୍କାର

ଭୁବନେଶ୍ୱର,୨୧।୮: ଇଣ୍ଡିଆନ୍‌ ମେଟାଲ୍ସ ଆଣ୍ଡ ଫେରୋ ଆଲୟେଜ(ଇମ୍ଫା)କୁ ନିକଟରେ ରପ୍ତାନି ଉତ୍କର୍ଷ ପୁରସ୍କାର ପ୍ରଦାନ କରାଯାଇଛି। ୨୦୧୯-୨୦ ଏବଂ ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ଇମ୍ପାକୁ ଉକ୍ତ ପୁରସ୍କାର ଦିଆଯାଇଛି। ବିଶେଷକରି ବୃହତ୍‌ ଉଦ୍ୟୋଗ ବର୍ଗରେ କମ୍ପାନୀକୁ ରପ୍ତାନି ଉତ୍କର୍ଷ ପାଇଁ ମର୍ଯ୍ୟାଦାଜନକ ଇଇପିସି ଇଣ୍ଡିଆ ଇଷ୍ଟର୍ନ ରିଜିୟନ୍‌ ଆଓ୍ବାର୍ଡରେ ସମ୍ମାନିତ କରାଯାଇଛି।
ଉଲ୍ଲେଖଯୋଗ୍ୟ, ଭାରତର ଇଞ୍ଜିନିୟରିଂ ରପ୍ତାନି ପ୍ରୋତ୍ସାହନ ପରିଷଦ (ଇଇପିସି ଇଣ୍ଡିଆ) ପକ୍ଷରୁ କୋଲକାତାଠାରେ ଆୟୋଜିତ ସମ୍ମାନ ସମାରୋହ ଉତ୍ସବର ୩୮ ଓ ୩୯ ତମ ସଂସ୍କରଣରେ ଇମ୍ପାକୁ ଏହି ପୁରସ୍କାର ପ୍ରଦାନ କରାଯାଇଛି। ଏପରିକି ରପ୍ତାନି କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ଓ ଭାରତର ଇଞ୍ଜିନିୟରିଂ ରପ୍ତାନି ଉଦ୍ୟୋଗରେ ମହତ୍ତ୍ୱପୂର୍ଣ୍ଣ ଯୋଗଦାନ ନିମନ୍ତେ ସମ୍ମାନିତ କରାଯାଇଥାଏ। ଏହି ପୁରସ୍କାର ଗୁଣବତ୍ତା ନବସୃଜନ ଏବଂ ଗ୍ରାହକ ସନ୍ତୁଷ୍ଟି ପାଇଁ ଇମ୍ଫା କମ୍ପାନୀ ପକ୍ଷରୁ ଗ୍ରହଣ କରାଯାଉଥିବା ନିରନ୍ତର ଉଦ୍ୟମକୁ ପ୍ରତିଫଳିତ କରୁଛି।
ଏହି ପୁରସ୍କାର ସମାରୋହରେ ପଶ୍ଚିମବଙ୍ଗ ସରକାରଙ୍କ ଶିଳ୍ପ, ବାଣିଜ୍ୟ ଓ ଉଦ୍ୟୋଗ ବିଭାଗ ମନ୍ତ୍ରୀ ଡ. ଶଶି ପାଞ୍ଜା ମୁଖ୍ୟ ଅତିଥି ଭାବେ ଯୋଗଦେଇ ଇମ୍ଫାକୁ ଏହି ସମ୍ମାନଜନକ ପୁରସ୍କାର ପ୍ରଦାନ କରିଛନ୍ତି।
ସେହିଭଳି ୨୦୧୯-୨୦ ଏବଂ ୨୦୨୦-୨୧ବିତ୍ତୀୟ ବର୍ଷରେ କୋରିଆ, ଜାପାନ ଏବଂ ତାଇୱାନ୍‌ ସମେତ ପୂର୍ବ ଏସିଆରେ ଫେରୋକ୍ରୋମ୍‌ ରପ୍ତାନିର ଅସାଧାରଣ ପ୍ରଦର୍ଶନ ପାଇଁ ଇମ୍ଫାକୁ ଏହି ପୁରସ୍କାରରେ ପୁରସ୍କୃତ କରାଯାଇଛି।
ସେହିପରି ମହାମାରୀ ପରେ ସୃଷ୍ଟିହୋଇଥିବା ଆହ୍ବାନଗୁଡ଼ିକର ମୁକାବିଲା କରି କମ୍ପାନୀ ଏହି ସଫଳତା ଆଣିବା ଏକ ବିଶେଷ ଉପଲବ୍ଧି। ମୋଟ ଉପତ୍ାଦନର ୯୦% ରପ୍ତାନି ସହ ଇମ୍ଫା ପକ୍ଷରୁ ରପ୍ତାନି ଉପରେ ବିଶେଷ ଗୁରୁତ୍ୱ ଦିଆଯାଉଛି। ଭାରତର ଇଞ୍ଜିନିୟରିଂ ରପ୍ତାନି କ୍ଷେତ୍ରରେ ମହତ୍ତ୍ୱପୂର୍ଣ୍ଣ ଯୋଗଦାନ ପାଇଁ କମ୍ପାନୀକୁ ବୃହତ୍‌, ମଧ୍ୟମ, କ୍ଷୁଦ୍ର, ଲଘୁ ଏବଂ ବାଣିଜ୍ୟ ଭଳି ୫ଟି ବର୍ଗରେ ପୁରସ୍କୃତ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ପ୍ରଧାନମନ୍ତ୍ରୀଙ୍କ ସହ କିଛି ବି ହୋଇଥାଆନ୍ତା’, କାହିଁକି ଏମିତି କହିଲେ ଓମ ବିର୍ଲା, ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ,୫।୨: ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ସମ୍ପର୍କରେ ଲୋକ ସଭାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭାଷଣ ମୁଲତବୀ କରାଯିବା ଉପରେ ବାଚସ୍ପତି ଓମ ବିର୍ଲା ଅସନ୍ତୋଷ ପ୍ରକାଶ…

ହୋଲି-ଦୀପାବଳିରେ ମାଗଣା ଗ୍ୟାସ ସିଲିଣ୍ଡର; ଜାଣନ୍ତୁ ଆପଣଙ୍କୁ କିପରି ମିଳିବ ଲାଭ…

ନୂଆଦିଲ୍ଲୀ,୫।୨: ଯଦି ଆପଣ ଦିଲ୍ଲୀରେ ରହୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଖୁସି ଖବର। ଦିଲ୍ଲୀର ରେଖା ଗୁପ୍ତା ସରକାର ନିଜର ନିର୍ୱାଚନୀ ପ୍ରତିଶ୍ରୁତି ପୂରଣ କରି…

SIR ନେଲାଣି ୧୦୭ ଲୋକଙ୍କ ଜୀବନ

କୋଲକାତା,୫।୨: ଗୁରୁବାର, ଫେବୃଆରୀ ୫, ୨୦୨୬ରେ ପଶ୍ଚିମବଙ୍ଗ ବିଧାନସଭାରେ ଏକ ଜରୁରୀ ପ୍ରସ୍ତାବ ଆଗତ କରାଯାଇଥିଲା। ଏଥିରେ ଦାବି କରାଯାଇଛି ଯେ ସ୍ବତନ୍ତ୍ର ସଘନ ସଂଶୋଧନ (SIR)…

ତତ୍ପରତା ଦେଖାଇଲା ଜିଲା ପ୍ରଶାସନ, ଜେସିବି ମେଶିନ ସାହାଯ୍ୟରେ ହଟାଗଲା ହମ୍ପସ

ବଞ୍ଚୋ,୫ା୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଜୀବନରେଖା କୁହାଯାଉଥିବା ୨୦ ନମ୍ବର ଜାତୀୟ ରାଜପଥର କୋଳିମାଟି ଛକ ଦୁର୍ଘଟଣାର ହଟ୍‌ସ୍ପଟ୍‌ ପାଲଟିଛି। ଉକ୍ତ ସ୍ଥାନରେ ବାରମ୍ବାର ଦୁର୍ଘଟଣା…

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ…

୧ ବଲ୍‌ ୯ ରନ୍‌: ବିନା ଓ୍ବାଇଡ୍‌-ନୋ ବଲ୍‌ରେ କେମିତି ହେଲା ସମ୍ଭବ, ଜାଣନ୍ତୁ କ୍ରିକେଟ୍‌ ପଡ଼ିଆରେ ରୋଚକ ଘଟଣା

ହରାରେ,୫।୨: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ୧୯ ବର୍ଷରୁ କମ ବିଶ୍ୱକପ ସେମିଫାଇନାଲ ମ୍ୟାଚ କ୍ରିକେଟ ପଡ଼ିଆରେ ଏକ ଅସାଧାରଣ ଘଟଣା ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବ୍ୟାଟିଂ…

ଟି-୨୦ ବିଶ୍ୱକପ ପୂର୍ବରୁ ଭାରତକୁ ଜୋରଦାର୍‌ ଝଟ୍‌କା: ଯନ୍ତ୍ରଣାରେ ଛଟ୍‌ପଟ୍‌ ହୋଇ…

ନୂଆଦିଲ୍ଲୀ,୫।୨: ICC ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆର ଖେଳାଳିଙ୍କ ଆଘାତର ଧାରା ଜାରି ରହିଛି। ଦ୍ରୁତ ବୋଲର ହର୍ଷିତ ରାଣା ଏବେ ଏହି ତାଲିକାରେ…

ସାଙ୍ଗ ନେଲା ସାଙ୍ଗର ଜୀବନ, ହତ୍ୟା କରି ଜରିରେ କରିଦେଲେ ପ୍ୟାକ୍‌, ୫ ଦିନ ପରେ ମିଳିଲା…

ବ୍ରଜରାଜନଗର, ୫।୨(ବିଜୟ ବରାଡ଼): ଝାରସୁଗୁଡା ବ୍ରଜରଜନଗର ଥାନା ରାମପୁର ଫାଣ୍ଡି ଆନ୍ତର୍ଗତ କୁକୁରିକାନୀ ପଡ଼ାର ଟାଙ୍ଗର ଘାଟ ଜଙ୍ଗଲରେ ଏକ ଯୁବକଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri