Posted inଜାତୀୟ

ବନ୍ଦ ହେବ ଅଣ ବାସମତି ଧଳା ଚାଉଳର ରପ୍ତାନି

ନୂଆଦିଲ୍ଲୀ,୨୧।୭:ଭାରତୀୟ ବଜାରରେ ଅଣବାସମତି ଧଳା ଚାଉଳର ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ସହିତ ଘରୋଇ ବଜାରରେ ମୂଲ୍ୟ ବୃଦ୍ଧିକୁ ହ୍ରାସ କରିବା ପାଇଁ ଭାରତ ସରକାର ରପ୍ତାନି ନୀତିରେ ସଂଶୋଧନ ଆଣିଛନ୍ତି। ୨୦% ରପ୍ତାନି ଶୁଳ୍କ ସହ ଜାରି ରପ୍ତାନି ଅନୁମତି ଉପରେ ତୁରନ୍ତ ନିଷେଧାଦେଶ ଲଗାଇଛନ୍ତି। ବିଶେଷକରି ଘରୋଇ ବଜାରରେ ଚାଉଳର ମୂଲ୍ୟ ବୃଦ୍ଧି ଜାରି ରହିଛି। ଖୁଚୁରା ମୂଲ୍ୟ ଏକ ବର୍ଷ ମଧ୍ୟରେ ୧୧.୫% ଏବଂ ମାସକ ମଧ୍ୟରେ ୩% ବୃଦ୍ଧି ପାଇଛି। ସେହିଭଳି ଅଣ-ବାସମତି ଧଳା ଚାଉଳ ଦର ହ୍ରାସ ସହିତ ଘରୋଇ ବଜାରରେ ଉପଲବ୍ଧତା ପାଇଁ ୨୦୨୨ ସେପ୍ଟେମ୍ବର ୮ରେ ଏହା ଉପରେ ୨୦% ରପ୍ତାନି ଶୁଳ୍କ ମୂଲ୍ୟ ଲାଗୁ କରାଯାଇଥିଲା। ୨୦% ରପ୍ତାନି ଶୁଳ୍କ ଲାଗୁ ହେବା ପରେ ମଧ୍ୟ ଏହି କିସମର ଚାଉଳ ରପ୍ତାନି ୨୦୨୧-୨୨ ଆର୍ଥିକ ବର୍ଷର ସେପ୍ଟେମ୍ବରରୁ ମାର୍ଚ୍ଚ ମଧ୍ୟରେ ୩୩.୬୬ ଲକ୍ଷ ମେଟ୍ରିକ ଟନ (ଏଲ୍‌ଏମ୍‌ଟି) ହୋଇଥିବାବେଳେ ୨୦୨୨-୨୩ ଆର୍ଥିକ ବର୍ଷର ସେପ୍ଟେମ୍ବରରୁ ମାର୍ଚ୍ଚ ପର୍ଯ୍ୟନ୍ତ ୪୨.୧୨ ଏଲଏମ୍‌ଟି ରହିଥିଲା। ଚଳିତ ଆର୍ଥିକ ବର୍ଷର ଏପ୍ରିଲ୍‌ରୁ ଜୁନ୍‌ ମଧ୍ୟରେ ଉକ୍ତ ଚାଉଳର ରପ୍ତାନି ପ୍ରାୟ ୧୫.୫୪ ଏଲ୍‌ଏମ୍‌ଟି ରହିଛି, ଯାହା ୨୦୨୨-୨୩ ଆର୍ଥିକ ବର୍ଷର ଏପ୍ରିଲ୍‌ରୁ ଜୁନ୍‌ ଅବଧି ତୁଳନାରେ ୩୫% ବୃଦ୍ଧି ସହ ୧୧.୫୫ ଏଲ୍‌ଏମ୍‌ଟିରେ ରହିଥିଲା। ଅପରପକ୍ଷରେ ରପ୍ତାନିର ଏହି ଦ୍ରୁତ ଅଭିବୃଦ୍ଧି ଅନ୍ତର୍ଜାତୀୟ ବଜାରରେ ଦରବୃଦ୍ଧି, ଭୂ-ରାଜନୈତିକ ପରିସ୍ଥିତି, ଏଲ୍‌ ନିନ୍ୟୋ ପ୍ରଭାବ ଏବଂ ଅନ୍ୟ ଚାଉଳ ଉତ୍ପାଦନକାରୀ ଦେଶରେ ଜଳବାୟୁ ପରିବର୍ତ୍ତନର ପ୍ରଭାବକୁ ଦାୟୀ କରାଯାଉଛି। ଉଲ୍ଲେଖଯୋଗ୍ୟ, ଅଣ-ବାସମତି ଧଳା ଚାଉଳ ଦେଶରୁ ରପ୍ତାନି ହୋଇଥିବା ମୋଟ ଚାଉଳର ପ୍ରାୟ ୨୫%।


Enter your email to get our daily news in your inbox.

All Right Reserved By Dharitri.Com

ଜାମ୍ମୁ-କାଶ୍ମୀର ବଜେଟକୁ ସମାଲୋଚନା କଲେ ଭାଜପା ବିଧାୟିକା; ଶାସକ ଦଳର ବିଧାୟକ କଲେ ପ୍ରଶଂସା

ଶ୍ରୀନଗର,୮ା୨: ଜାମ୍ମୁ-କାଶ୍ମୀର ବିଧାନସଭାରେ ଦେଖିବାକୁ ମିଳିଛି ଏକ ବିରଳ ଦୃଶ୍ୟ। ଭାଜପା ବିଧାୟିକା ଦେବୟାନୀ ରାଣା ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ବଜେଟକୁ କଡ଼ା ସମାଲୋଚନା କରିଥିଲେ। ଯାହାକୁ…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ପ୍ରେମିକାର ନିର୍ବନ୍ଧ ଖବର ଶୁଣି ବଡିବିଲ୍ଡରଙ୍କ ଆତ୍ମହତ୍ୟା

ବେଙ୍ଗାଲୁରୁ,୮।୨: ପ୍ରେମିକାର ଅନ୍ୟତ୍ର ବିବାହ ଖବର ଶୁଣି ସହିପାରିଲେନି ବଡି ବିଲ୍ଡର ପ୍ରେମିକ। ମାତ୍ର ୨୬ ବର୍ଷ ବୟସରେ କରିଦେଲେ ଆତ୍ମହତ୍ୟା। ମୃତ ଯୁବକଙ୍କ ନାମ କିରଣ…

ବିବାହ ଏକ ସାମାଜିକ କର୍ତ୍ତବ୍ୟ, କେବଳ ଶାରୀରିକ ସମ୍ପର୍କ ନୁହେଁ: ମୋହନ ଭାଗବତ

ନାଗପୁର,୮।୨: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ରବିବାର ଦେଶର ଜନସଂଖ୍ୟା, ଅର୍ଥନୀତି ଏବଂ ସୁରକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ନିଜର ମତ ରଖିଛନ୍ତି।…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

RSS ମୁଖ୍ୟ ପଦ ଛାଡ଼ିବା ନେଇ ମୋହନ ଭାଗବତଙ୍କ ବଡ଼ ବୟାନ, କହୁ କହୁ କହିଦେଲେ…

ମୁମ୍ବାଇ,୮।୨: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌)ର ମୁଖ୍ୟ ମୋହନ ଭାଗବତ ରବିବାର ମୁମ୍ବାଇରେ ଆୟୋଜିତ ସଂଘର ଶତବାର୍ଷିକୀ ଉତ୍ସବରେ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବୟସ ବଢ଼ିବା…

ବସ୍‌ ଇଞ୍ଜିନ୍‌ରୁ ବାହାରିଲା ନିଆଁ, ଡ୍ରାଇଭର ନେଲେ ଏମିତି ପଦକ୍ଷେପ

ଭଞ୍ଜନଗର,୮ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବସଷ୍ଟାଣ୍ଡରେ ରବିବାର ଅପରାହ୍ନରେ ଏକ ଘରୋଇ ବସ୍‌ରେ ହଠାତ୍‌ ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ଫଳରେ ବସ୍‌ରେ ବସିଥିବା ଯାତ୍ରୀମାନେ ଭୟଭୀତ…

ବିଲ୍‌ କରିବା ଆଶାରେ ଶୀଘ୍ର ଶେଷ କରୁଛନ୍ତି କାମ: ଠିକ୍‌ ଢଙ୍ଗରେ ଲାଗୁନି ଷ୍ଟ୍ରିଟ୍‌ ଲାଇଟ 

ଧର୍ମଶାଳା,୨।୮(ଶିବ ପ୍ରଶାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ବିଭିନ୍ନ ଗାଁରେ ଅନ୍ଧକାର ଦୂର କରିବା ନିମନ୍ତେ ବ୍ଲକ ପ୍ରଶାସନ ପକ୍ଷରୁ ସୋଲାର ଷ୍ଟ୍ରିଟ୍‌ ଲାଇଟ ଲଗାଯିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri