Posted inଜାତୀୟ

ରପ୍ତାନି ପ୍ରସ୍ତୁତି ସୂଚକାଙ୍କ: ୧୩ତମ ସ୍ଥାନକୁ ଖସିଲା ଓଡ଼ିଶା

ନୂଆଦିଲ୍ଲୀ,୨୬।୩: ରପ୍ତାନି ପ୍ରସ୍ତୁତି ସୂଚକାଙ୍କ (ଇପିଆଇ) ୨୦୨୧ରେ ଓଡ଼ିଶା ୧୩ତମ ସ୍ଥାନକୁ ଖସିଛି। ନୀତି ଆୟୋଗ ପକ୍ଷରୁ ଶୁକ୍ରବାର ଏହି ସୂଚକାଙ୍କ ପ୍ରକାଶ ପାଇଛି। ୨୦୨୦ ଇପିଆଇରେ ଓଡ଼ିଶା ପଞ୍ଚମ ସ୍ଥାନରେ ରହିଥିଲା। ଉପକୂଳ ରାଜ୍ୟ ମଧ୍ୟରେ ଓଡ଼ିଶା ଷଷ୍ଠ ସ୍ଥାନରେ ରହିଛି। ସେହିପରି ରପ୍ତାନି ପ୍ରଦର୍ଶନ ସ୍ତମ୍ଭରେ ରାଜ୍ୟର ର଼୍ୟାଙ୍କ ୧୦ରେ ରହିଛି। ଗୁଜରାଟ, କର୍ନାଟକ ଏବଂ ତାମିଲନାଡୁର ସର୍ବାଧିକ ପ୍ରଦର୍ଶନ ଯୋଗୁ ଓଡ଼ିଶାର ର଼୍ୟାଙ୍କ ହ୍ରାସ ପାଇଥିବା ନୀତି ଆୟୋଗ ପକ୍ଷରୁ କୁହାଯାଇଛି। ଗୁଜରାଟ, କର୍ନାଟକ, ତାମିଲନାଡୁ ଓ ଆନ୍ଧ୍ରପ୍ରଦେଶର ରପ୍ତାନି ପରିମାଣ ଦେଶର ମୋଟ ରପ୍ତାନିର ୫୪ ପ୍ରତିଶତରୁ ଅଧିକ। ୨୦୨୧ର ରପ୍ତାନି ପ୍ରସ୍ତୁତି ସୂଚକାଙ୍କରେ ଗୁଜରାଟ ଶୀର୍ଷରେ ରହିଥିବାବେଳେ ପ୍ରଥମ ୧୦ ସ୍ଥାନରେ ମହାରାଷ୍ଟ୍ର, କର୍ନାଟକ, ତାମିଲନାଡୁ, ହରିୟାଣା, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ପଞ୍ଜାବ, ଆନ୍ଧ୍ରପ୍ରଦେଶ ଓ ତେଲଙ୍ଗାନା ରହିଛନ୍ତି। କେନ୍ଦ୍ରଶାସିତ ଅଞ୍ଚଳ ମଧ୍ୟରେ ଦିଲ୍ଲୀ ଶୀର୍ଷରେ ଥିବାବେଳେ ଏହା ପଛକୁ ଗୋଆ, ଜମ୍ମୁ-କଶ୍ମୀର, ଚଣ୍ଡିଗଡ଼ ଓ ପୁଡ଼ୁଚେରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୮ ଦିନ ମଧ୍ୟରେ କିଡନୀ ରୋଗରେ ୩ ଜଣଙ୍କ ମୃତ୍ୟୁ ଘଟଣା: ରକ୍ତ, ପାନୀୟ ଜଳ ନମୁନା ସଂଗ୍ରହ

ଅମରପାଲି,୧୭ା୧୨(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲଶ ବୀରମହାରାଜପୁର ବ୍ଲକର ଉପାନ୍ତ ଅଞ୍ଚଳରେ କିଡ଼ନୀ ରୋଗରେ ୮ ଦିନ ମଧ୍ୟରେ ୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନେଇ ଧରିତ୍ରୀରେ ଖବର...

ଶୀତ ମହୋତ୍ସବ ହେବ ଉତ୍ସବମୁଖର: ସାଂସ୍କୃତିକ କାର୍ଯ୍ୟକ୍ରମକୁ ଆକୃଷ୍ଟ ପାଇଁ ଲକ୍ଷ୍ୟ

ଦାରିଙ୍ଗବାଡି,୧୭।୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ମହୋତ୍ସବ ନେଇ ତୃତୀୟଥର ପାଇଁ ପ୍ରସ୍ତୁତି ବୈଠକ ବ୍ଲକ ସଭାଗୃହ ଠାରେ ହୋଇଯାଇଛି। ବିଡ଼ିଓ ତଥା...

୬ ମାସରେ ମାତ୍ର ୨ ପ୍ରତିଶତ ଅଗ୍ରଗତି: ଅନିଶ୍ଚିତତା ଘେରରେ ମେଗା ପାନୀୟ ଜଳ ପ୍ରକଳ୍ପର ଭବିଷ୍ୟତ

ଭଞ୍ଜନଗର,୧୭।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ ଯୋଗାଣ ବିଭାଗ ଅଧୀନରେ ରାଜ୍ୟର ସବୁଠୁ ବଡ ମେଗା ପାନୀୟ ଜଳ ଯୋଗାଣ ପ୍ରକଳ୍ପ କାର୍ଯ୍ୟ...

ଜିଆ ଖାଉଛି ମାଛକୁ

ଗାଡ଼ିଆରେ ବନିଶିରେ ମାଛ ଧରାଯାଉଥିବାର ଏକ ଦୃଶ୍ୟକୁ ଅବତାରଣା କରାଯାଉ। ଜଣେ ବ୍ୟକ୍ତି ବାଉଁଶ ଛଡ଼ିରେ ସୂତା ଲଗାଇ ସେଥିରେ କଣ୍ଟା ଓହଳାଇ ଥାଏ। ସୂତାକୁ...

ଧାନରେ ଇନ୍‌ପୁଟ୍‌ ଆସିଷ୍ଟାଣ୍ଟ ହ୍ରାସ, ବଢ଼ିଲା ଅସନ୍ତୋଷ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉ ୨ଦିନ ପରେ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ସପ୍ତାହ ପୂରିବ। ଅଥଚ ଏପର୍ଯ୍ୟନ୍ତ...

ଦିଲ୍ଲୀ ସରକାରଙ୍କ ପ୍ରାଣମୁର୍ଚ୍ଛା ଉଦ୍ୟମ, ପ୍ରଦୂଷଣ ରୋକିବାକୁ ‘ତନ୍ଦୁର’ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୧୬।୧୨: ଦିଲ୍ଲୀରେ ବାୟୁ ପ୍ରଦୂଷଣ ସଙ୍କଟଜନକ ସ୍ତରରେ ପହଞ୍ଚିବା ପରେ ରାଜ୍ୟ ସରକାର ଅଧିକ କଡ଼ା କଟକଣା ଲାଗୁ କରିଛନ୍ତି। ରୁଟି ଏବଂ ଅନ୍ୟାନ୍ୟ ଖାଦ୍ୟ...

ସ୍ବାମୀଙ୍କୁ ଛାଡ଼ି ପ୍ରେମିକଙ୍କ ସହ ଫେରାର ହୋଇଯାଇଥିଲେ, ପ୍ରତାରଣା ପରେ ଫେରିଲେ…ତା’ ପରେ ଯାହା ହେଲା ଜାଣିଲେ…

ଇନ୍ଦୌର,୧୬।୧୨: ମଧ୍ୟପ୍ରଦେଶର ଇନ୍ଦୌରର ଚନ୍ଦନନଗର ଥାନା ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ମହିଳା ପ୍ରେମର ଫାଶରେ ପଡ଼ି ନିଜ ସ୍ବାମୀଙ୍କୁ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri