ଫେବୃୟାରୀରେ ରପ୍ତାନି ୮.୮% ହ୍ରାସ

ନୂଆଦିଲ୍ଲୀ,୧୬।୩ : କ୍ରମାଗତ ୩ୟ ମାସ ଲାଗି ଭାରତୀୟ ରପ୍ତାନି କ୍ଷେତ୍ରରେ ହ୍ରାସ ଦେଖିବାକୁ ମିଳିଛି। ବିଶେଷକରି ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ବୈଶ୍ବିକ ମାନ୍ଦାବସ୍ଥା ଯୋଗୁ ଦେଶର ରପ୍ତାନି ହାରରେ ହ୍ରାସ ଘଟିଛି। ଏପରିକି ଚଳିତ ବର୍ଷ ଫେବୃୟାରୀରେ ଦେଶର ରପ୍ତାନି ପରିମାଣ ୮.୮% ହ୍ରାସ ଘଟିଥିବା ଜଣାପଡିଛି। ଏ ନେଇ ବୁଧବାର ବାଣିଜି୍ୟ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ସୂଚନା ମଧ୍ୟ ଦିଆଯାଇଛି।

ସେହିଭଳି ୨୦୨୩ ଫେବୃୟାରୀରେ ଦେଶର ରପ୍ତାନି ପରିମାଣ ୩୩.୮୮%କୁ ଖସିଛି, ଯେତେବେଳେ କି ୨୦୨୨ ଫେବୃୟାରୀରେ ଦେଶର ରପ୍ତାନି ହାର ୩୭.୧୫% ରହିଥିଲା। ଏପରିକି ଚଳିତ ବର୍ଷ ଫେବୃୟାରୀରେ ଦେଶର ବାଣିଜି୍ୟକ କ୍ଷତି ହ୍ରାସ ପାଇ ୧୭.୪୩ ବିଲିୟନ ଡଲାରରେ ରହିଛି। ଅପରପକ୍ଷରେ ଚଳିତ ବର୍ଷ ଫେବୃୟାରୀ ଆମଦାନୀରେ ମଧ୍ୟ ୮.୨୧% ହ୍ରାସ ହୋଇଛି।

୨୦୨୩ ଫେବୃୟାରୀରେ ଦେଶର ଆମଦାନୀ ୫୧.୩୧ ବିଲିୟନ ଡଲାର ହୋଇଛି, ଯାହା ୨୦୨୨ ଫେବୃୟାରୀରେ ୫୫.୯ ବିଲିୟନ ଡଲାର ଥିଲା। ଉଲ୍ଲେଖଯୋଗ୍ୟ, ଚଳିତ ଆର୍ଥିକ ବର୍ଷ (ଏପ୍ରିଲରୁ ଫେବୃୟାରୀ) ର ୧୧ ମାସ ସମୟ ମଧ୍ୟରେ ଦେଶରୁ ସମୁଦାୟ ରପ୍ତାନି ୭.୫% ବୃଦ୍ଧି ଘଟି ୪୦୫.୯୪ବିଲିୟନ ଡଲାରରେ ରହିଛି। ଏହି ସମୟ ମଧ୍ୟରେ ଦେଶର ଆମଦାନୀ ୧୮.୮୨% ବୃଦ୍ଧି ଘଟି ୬୫୩.୪୭ ବିଲିୟନ ଡଲାର ହୋଇଛି ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷା ବୋଝ ନୁହେଁ, ଆବିଷ୍କାର ଭଳି ଅନୁଭବ ହେବା ଉଚିତ

ପ୍ର- ଶିକ୍ଷା ଶିଳ୍ପର ଜଣେ ପ୍ରମୁଖ ବ୍ୟକ୍ତିତ୍ୱ ଭାବେ ଦେଶରେ ଶିକ୍ଷା କ୍ଷେତ୍ର କେଉଁ ସବୁ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଛି ବୋଲି ଆପଣ ଭାବନ୍ତି? ଉ- ଛାତ୍ରୀଛାତ୍ର…

ଗ୍ରାଉଣ୍ଡକୁ ସେନା ପଠାଇଲା ଆମେରିକା, ଏବେ ଜୋରଦାର ହେବ ବିଶ୍ୱଯୁଦ୍ଧ! ବିଶ୍ୱରେ ଚହଳ

ଓ଼୍ବାଶିଂଟନ,୨୯।୩: ଇରାନ ସହିତ ଚାଲିଥିବା ସଂଘର୍ଷର ଏକ ମାସ ପୂରଣ ହେଉଥିବାରୁ, ଆମେରିକା ମଧ୍ୟପ୍ରାଚ୍ୟରେ ଏହାର ସାମରିକ ଉପସ୍ଥିତିକୁ ଆହୁରି ମଜବୁତ କରିଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ…

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri