Posted inଜାତୀୟ

‘ଅଣ୍ଡରଓ୍ବାଲର୍‌ଡ ଲିଙ୍କ୍‌ରେ ଅଛନ୍ତି ନଓ୍ବାବ ମଲିକ’

ମୁମ୍ବାଇ,୧।୧୧: ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍‌ସିପି)ର ବରିଷ୍ଠ ନେତା ତଥା ମହାରାଷ୍ଟ୍ର କ୍ୟାବିନେଟ ମନ୍ତ୍ରୀ ନଓ୍ବାବ ମଲିକ ଅଣ୍ଡରଓ୍ବାଲର୍‌ଡ ସହ ଲିଙ୍କ୍‌ରେ ଅଛନ୍ତି। ଦୀପାବଳି ପରେ ପ୍ରମାଣ ସହ ସବୁ ପଦାରେ ପକାଇବି ବୋଲି କହିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ। ଏଥି ପୂର୍ବରୁ ସାମ୍ନାକୁ ଆସିଥିବା ଏକ ମ୍ୟୁଜିକ ଭିଡିଓରେ ଫଡ଼ନାଭିସଙ୍କ ସ୍ତ୍ରୀ ଅମୃତାଙ୍କ କଣ୍ଠଦାନକୁ ଟାର୍ଗେଟ କରିଥିଲେ ନଓ୍ବାବ। ସେହି ଭିଡିଓର ନିର୍ମାଣ ଲାଗି ଟଙ୍କା ଲଗାଇଥିଲେ ଜଣେ ଡ୍ରଗ୍ସ ବେପାରୀ, ଯିଏକି ଏବେ ଜେଲରେ ଅଛନ୍ତି। ନଓ୍ବାବ ମଲିକଙ୍କ ଏଭଳି ଅଭିଯୋଗକୁ ହାସ୍ୟସ୍ପଦ କହିଛନ୍ତି ଫଡ଼ନାଭିସ।

”ଯେଉଁମାନେ ଅଣ୍ଡରଓ୍ବାଲର୍‌ଡ ସହ ଜଡ଼ିତ, ସେମାନେ ମୋ ବିଷୟରେ କିଛି କହିବା ଉଚିତ ନୁହେଁ। ଅଣ୍ଡରଓ୍ବାଲର୍‌ଡ ସହ ନଓ୍ବାବଙ୍କ ସମ୍ପର୍କରେ ଥିବା ମୋ ପାଖରେ ପ୍ରମାଣ ଅଛି। ମୁଁ କେବଳ ଦୀପାବଳିକୁ ଅପେକ୍ଷା କରିଛି। ପାର୍ବଣ ପରେ ମୁଁ ବଡ଼ ବୋମା ପକାଇବି“ ବୋଲି ସୋମବାର ଖବରଦାତା ସମ୍ମିଳନୀରେ ଫଡନାଭିସ କହିଛନ୍ତି। ଏନ୍‌ସିପି ମୁଖ୍ୟ ଶରଦ ପାଓ୍ବରଙ୍କୁ ମଧ୍ୟ ପ୍ରମାଣ ପଠାଇବି ବୋଲି ସେ କହିଛନ୍ତି। ଉଲ୍ଲେଖଯୋଗ୍ୟ, ମହାରାଷ୍ଟ୍ରର କ୍ୟାବିନେଟ୍‌ ମନ୍ତ୍ରୀଙ୍କ ଜ୍ୱାଇଁ ସମୀର ଖାନଙ୍କୁ ଚଳିତ ବର୍ଷ ଏକ ଡ୍ରଗ୍ସ ମାମଲାରେ ଏନ୍‌ସିବି ଗିରଫ କରିଥିଲା। ସେ ଏବେ ଜାମିନରେ ବାହାରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri