ମଦମୃତ୍ୟୁ ଘଟଣାର ପର୍ଦ୍ଦାଫାଶ୍‌: ମିଥାନଲ୍‌ ମିଶ୍ରିତ ସାନିଟାଇଜର ପିଇବା ଯୋଗୁ ହୋଇଥିଲା ମୃତ୍ୟୁ

ହାଇଦ୍ରାବାଦ୍‌, ୧୨।୮: ଆନ୍ଧ୍ରପ୍ରଦେଶରେ ଗତ ମାସରେ ଘଟିଥିବା ମଦମୃତ୍ୟୁ ଘଟଣାର ପର୍ଦ୍ଦାଫାଶ୍‌ ହୋଇଛି। ପ୍ରକାଶମ୍‌ ଜିଲାର କୁରୁଚେଡୁରେ ଘଟିଥିବା ଏହି ଘଟଣାରେ ୧୬ ଜଣ ମୃତକ ମିଥାନଲ୍‌ ମିଶ୍ରିତ ସାନିଟାଇଜର ପିଇଥିବା ପୋଲିସ କହିଛି। ସେମାନେ ପରଫେକ୍ଟ ଗୋଲ୍ଡ ନାମକ ସାନିଟାଇଜର ପିଇଥିଲେ। ଏହି ସାନିଟାଇଜର ବିତରଣ କରିଥିବା ୧୦ ଜଣ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବା ଏସ୍‌ପି ସିଦ୍ଧାର୍ଥ କୌଶଳ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, କରୋନା ମହାମାରୀ ସଂକ୍ରମଣ ସଙ୍କଟ ସମୟରେ ଏଥିରୁ ଦୂରେଇ ରହିବା ପାଇଁ ସାନିଟାଇଜର ବ୍ୟବହାର ଉପରେ ଗୁରୁତ୍ୱ ପ୍ରଦାନ କରାଯାଉଛି। ୯୦ ପ୍ରତିଶତ ଆଲକୋହଲ ଥିବା ସାନିଟାଇଜର କରୋନା ଭୂତାଣୁକୁ ନଷ୍ଟ କରିବାକୁ ସକ୍ଷମ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି। ତେବେ ମିଥାନଲ ମିଶ୍ରିତ ଆଲକୋହଲକୁ ପିଇଲେ ନିଶା ହେବ ବୋଲି କେତେକ ଭାବୁଛନ୍ତି। ତେଣୁ ସେମାନେ ମଦର ବିକଳ୍ପ ଭାବେ ଏହାକୁ ପିଉଥିବାରୁ ମଦମୃତ୍ୟୁ ଘଟଣା ବଢୁଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କଟକଣା ଲଗାଇ କିଛି କରିପାରିବ ନାହିଁ ଆମେରିକା

ତେହେରାନ, ୨୭।୮: ନୂତନ ଆର୍ଥିକ କଟକଣା ଦ୍ୱାରା ଆମେରିକା କିଛି ହାସଲ କରିପାରିବ ନାହିଁ ବୋଲି ବୁଧବାର ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ କହିଛନ୍ତି। ଆଇଏଏସ୍‌ଏନ୍‌ଏ ଖବର…

ଆଜିଠାରୁ କିଲୋ ପିଛା ୩୫ ଟଙ୍କାରେ ବିକ୍ରି ହେବ ପିଆଜ

ନୂଆଦିଲ୍ଲୀ,୨୭।୮: କେନ୍ଦ୍ର ସରକାର ଗୁରୁବାରଠାରୁ ପ୍ରତି କିଲୋଗ୍ରାମ ୩୫ ଟଙ୍କା ସବସିଡି ଦରରେ ରାଜଧାନୀରେ ପିଆଜର ଖୁଚୁରା ବିକ୍ରୟ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦିଲ୍ଲୀ ବ୍ୟତୀତ…

ରକ୍ଷାବନ୍ଧନ ପୂର୍ବରୁ ପେଟ୍ରୋଲ-ଡିଜେଲ ଦରରେ ବଡ଼ ହଲଚଲ: ବଢିଲା କି କମିଲା କରନ୍ତୁ ଚେକ୍‌

ନୂଆଦିଲ୍ଲୀ,୨୭।୮: ଇରାନ ଉପରେ ଆମେରିକାର ନୂଆ କଠୋର ପ୍ରତିବନ୍ଧକ ଲାଗୁ ହେବା ପରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (Crude Oil) ମୂଲ୍ୟରେ ବଡ଼ ହ୍ରାସ ଦେଖାଯାଉଛି।…

ପାଟଶାଢ଼ିରେ ଗଙ୍ଗାଧରଙ୍କ ତପସ୍ବିନୀ

ସୋନପୁର,୨୭।୮ (ମୃତ୍ୟୁଞ୍ଜୟ ଶତପଥୀ): ରାଖୀ ପୂର୍ଣ୍ଣିମାରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ। ଏହାକୁ ସ୍ମରଣୀୟ କରିବାକୁ ବରିଷ୍ଠ ବୁଣାକାର ଏକ ସ୍ବତନ୍ତ୍ର ଶାଢ଼ି ପ୍ରସ୍ତୁତ କରିଛନ୍ତି।…

ୟୁଜିସି-ଏନ୍‌ଇଟି: ଚଳିତ ସପ୍ତାହରେ ପ୍ରକାଶ ପାଇବ ୮୪ ବିଷୟର ପରୀକ୍ଷାଫଳ

ନୂଆଦିଲ୍ଲୀ, ୨୭ା୮ : ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ର ନ୍ୟାଶନାଲ ଏଲିଜିବିଲିଟି ଟେଷ୍ଟ (ଏନ୍‌ଇଟି)ର ୮୪ଟି ବିଷୟର ଫଳାଫଳ ଚଳିତ ସପ୍ତାହରେ ପ୍ରକାଶ ପାଇବ। ବୁଧବାର…

ଭାଜପାର ବଡ଼ ଘୋଷଣା: ୧୭ରୁ ମାସେବ୍ୟାପୀ…

ଭୁବନେଶ୍ୱର, ୨୭।୮(ସୁନିତ୍‌ ମିଶ୍ର): ଶାସକ ଭାଜପା ପକ୍ଷରୁ ସେପ୍ଟେମ୍ବର ୧୭ରୁ ମାସେବ୍ୟାପୀ ସେବା ସଂକଳ୍ପ ଅଭିଯାନ ପାଳନ କରାଯିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶାସନର ୨୫ ବର୍ଷ…

ନଭେମ୍ବର ୨୪ରୁ ଐତିହାସିକ ବାଲିଯାତ୍ରା

କଟକ,୨୭।୮(କାର୍ତ୍ତିକ ସାହୁ): ଐତିହାସିକ ବାଲିଯାତ୍ରା କଟକ-୨୦୨୬ ଚଳିତବର୍ଷ ନଭେମ୍ବର ୨୪ରୁ ଡିସେମ୍ବର ୧ ପର୍ଯ୍ୟନ୍ତ ପୂର୍ବାପେକ୍ଷା ଅଧିକ ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେବାକୁ ଯୋଜନା କରାଯାଇଛି। ଚଳିତବର୍ଷ…

କୋଠରି ଅଛିି, ପାନୀୟ ଜଳ, ଶୌଚାଳୟ ନାହିଁ

କୋରାପୁଟ,୨୭ା୮(ଅମିତାଭ ବେହେରା): ଶିକ୍ଷାର ବିକାଶ ପାଇଁ ସରକାର ବହୁ କୋଟି ଟଙ୍କା ବ୍ୟୟ କରୁଛନ୍ତି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ଲୋକମାନେ ବାସ କରୁଥିବା ଅଞ୍ଚଳଗୁଡ଼ିକରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri