‘ଆବାସ ଦୁର୍ନୀତିର ପର୍ଦ୍ଦାଫାଶ ହିଁ ହତ୍ୟାର କାରଣ’

ନିଶ୍ଚିନ୍ତକୋଇଲି,୧୩ା୧(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ବ୍ଲକ ପୂର୍ବତନ ଅଧ୍ୟକ୍ଷ ତଥା ସାଲେପୁର ଭାଜପା ପ୍ରଭାରୀ କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କ ଏକାଦଶାହ ଦିବସରେ ମଙ୍ଗଳବାର ଏକ ସ୍ମୃତିସଭା ଅନୁଷ୍ଠିତ ହୋଇଯାଇଛି। ଏଥିରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥିଭାବେ ଯୋଗଦେଇ କହିଥିଲେ, ମାହାଙ୍ଗା ବ୍ଲକରେ ଆବାସ ଦୁର୍ନୀତିର ପର୍ଦ୍ଦାଫାଶ କରିଥିବାରୁ କୁଳମଣିଙ୍କୁ ହତ୍ୟା କରାଯାଇଛି। ଅନ୍ୟାୟ ଓ ଦୁର୍ନୀତି ବିରୋଧରେ ତାଙ୍କ ବଳିଦାନ ବ୍ୟର୍ଥ ଯିବ ନାହିଁ। ଗଣତନ୍ତ୍ରରେ ଅହଂକାର ଓ ହିଂସାର ସ୍ଥାନ ନାହିଁ। ଏହି ହତ୍ୟା ଘଟଣା ସମ୍ପର୍କରେ ପ୍ରଧାନମନ୍ତ୍ରୀ ଓ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ଅବଗତ କରାଯାଇଛି ବୋଲି ପ୍ରଧାନ କହିଛନ୍ତି। ବରାଳଙ୍କ ମୃତ୍ୟୁରେ ଆରମ୍ଭ ହୋଇଥିବା ଜନଆନ୍ଦୋଳନ ଆମକୁ ନୂଆଦିଶା ଦେଖାଇବ ବୋଲି ସେ ମତବ୍ୟକ୍ତ କରିଥିଲେ। ଭାଜପା ନେତା ଦିଲୀପ ମଲିକ ଏଥିରେ ସଭାପତିତ୍ୱ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ଡିଜିପି ପ୍ରକାଶ ମିଶ୍ର, କଟକ ଭାଜପା ଜିଲା ସଭାପତି ପ୍ରକାଶ ବେହେରା, ପୃଥ୍ବୀରାଜ ହରିଚନ୍ଦନ, ଲେଖାଶ୍ରୀ ସାମନ୍ତସିଂହାର, ନୟନ କିଶୋର ମହାନ୍ତି, ଅଲେଖ ଜେନା, ସୁଦୀପ୍ତ ରାୟ, ବିଷ୍ଣୁ ଦାସ ଓ ପୀତାମ୍ବର ଆଚାର୍ଯ୍ୟ ପ୍ରମୁଖ ବହୁ ବରିଷ୍ଠ ନେତା ଏହି କାର୍ଯ୍ୟକ୍ରମରେ ଯୋଗଦେଇ କୁଳମଣିଙ୍କ ସ୍ମୃତିଚାରଣ କରିଥିଲେ।

 

ନିଶ୍ଚିନ୍ତକୋଇଲି/ମାହାଙ୍ଗା/
ସାଲେପୁର,୧୩ା୧(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଡବଲ ମର୍ଡର ଘଟଣାରେ ଗ୍ରାମାଞ୍ଚଳ ପୋଲିସ ସୋମବାର ପୂର୍ବତନ ଅଧ୍ୟକ୍ଷ ଭିକାରୀ ଚରଣ ସ୍ବାଇଁଙ୍କୁ ରାଉଲକେଲାରୁ ଗିରଫ କରିଥିଲା। ମଙ୍ଗଳବାର ତାଙ୍କୁ କୋର୍ଟ ଚାଲାଣ କରାଯାଇଛି। କୋର୍ଟ ହେପାଜତକୁ ଯିବା ପୂର୍ବରୁ ସେ କହିଛନ୍ତି, ରାଜନୈତିକ ଅଭିସନ୍ଧି ରଖି ତାଙ୍କୁ ଫସାଇ ଦିଆଯାଇଛି। କୁଳମଣି ବରାଳଙ୍କ ପରିବାର ସଦସ୍ୟ ରାଜନୈତିକ ଆକ୍ରୋଶ କରିଆସୁଛନ୍ତି ବୋଲି ସ୍ବାଇଁ କହିଛନ୍ତି। ଅପରପକ୍ଷେ କୁଳମଣିଙ୍କ ପରିବାରକୁ ଏକ ବେନାମୀ ଚିଠି ମାଧ୍ୟମରେ ହତ୍ୟା ଧମକ ଦିଆଯାଇଛି। ଏନେଇ କୁଳମଣିଙ୍କ ପୁଅ ରମାକାନ୍ତ ମାହାଙ୍ଗା ଥାନାରେ ଲିଖିତ ଅଭିଯୋଗ କରିବା ପରେ ମାମଲା (ନଂ.୭/୨୧) ରୁଜୁ ହୋଇଛି। ତାଙ୍କ ଘରକୁ ଆସିଥିବା ଏହି ଚିଠିରେ ଲେଖାଯାଇଛି, ‘ତୋ ବାପା ମଲା,ଇନ୍ଦିରାଆବାସ କଣ ତୋ ବାପାର, ଆମ ପଛରେ ମନ୍ତ୍ରୀ ଓ ଭିକାରୀ ଭାଇଙ୍କ ହାତ ଅଛି। ଏବେ ତତେ ମାରିଦେବୁ’। ଏନେଇ ଥାନାରେ ଅଭିଯୋଗ ପରେ ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଛି ବୋଲି ଥାନା ଅଧିକାରୀ ରଞ୍ଜନ ପ୍ରଧାନ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ୧୯୯୭ରୁ କୁଳମଣି ଓ ଭିକାରୀ ପରସ୍ପରର ରାଜନୈତିକ ପ୍ରତିଦ୍ୱନ୍ଦ୍ୱୀ ଥିଲେ। ଉଭୟଙ୍କ ରାଜନୈତିକ ଜୀବନ କଂଗ୍ରେସରୁ ଆରମ୍ଭ ହୋଇଥିଲା। ପରବର୍ତ୍ତୀ ସମୟରେ ଭିକାରି ବିଜୁ ଜନତା ଦଳରେ ଓ କୁଳମଣି ଭାଜପାରେ ଯୋଗଦେଇ ରାଜନୀତି କରିଆସୁଥିଲେ। ଗତ ଜାନୁୟାରୀ ୨ରେ କୁଳମଣି ଓ ଦିବ୍ୟସିଂହ ବରାଳଙ୍କୁ ହତ୍ୟା କରଯାଇଥିଲା। ଏହି ଘଟଣାରେ କୁଳମଣିଙ୍କ ପୁଅ ରମାକାନ୍ତଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ୧୩ ଜଣଙ୍କ ନାମରେ ମାମଲା (ନଂ.୫/୨୧)ରୁଜୁ କରିଛି। ଏପର୍ଯ୍ୟନ୍ତ ୮ ଜଣଙ୍କୁ ଗିରଫ କରାଯାଇଛି। ଏହି ଘଟଣାରେ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସମେତ ଅନ୍ୟ ଅଭିଯୁକ୍ତମାନଙ୍କୁ ତୁରନ୍ତ ଗିରଫ କରିବା ପାଇଁ ଭାଜପା ଓ କଂଗ୍ରେସ ପକ୍ଷରୁ ଆନ୍ଦୋଳନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri