‘ଆବାସ ଦୁର୍ନୀତିର ପର୍ଦ୍ଦାଫାଶ ହିଁ ହତ୍ୟାର କାରଣ’

ନିଶ୍ଚିନ୍ତକୋଇଲି,୧୩ା୧(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ବ୍ଲକ ପୂର୍ବତନ ଅଧ୍ୟକ୍ଷ ତଥା ସାଲେପୁର ଭାଜପା ପ୍ରଭାରୀ କୁଳମଣି ବରାଳ ଓ ତାଙ୍କ ସହଯୋଗୀ ଦିବ୍ୟସିଂହ ବରାଳଙ୍କ ଏକାଦଶାହ ଦିବସରେ ମଙ୍ଗଳବାର ଏକ ସ୍ମୃତିସଭା ଅନୁଷ୍ଠିତ ହୋଇଯାଇଛି। ଏଥିରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥିଭାବେ ଯୋଗଦେଇ କହିଥିଲେ, ମାହାଙ୍ଗା ବ୍ଲକରେ ଆବାସ ଦୁର୍ନୀତିର ପର୍ଦ୍ଦାଫାଶ କରିଥିବାରୁ କୁଳମଣିଙ୍କୁ ହତ୍ୟା କରାଯାଇଛି। ଅନ୍ୟାୟ ଓ ଦୁର୍ନୀତି ବିରୋଧରେ ତାଙ୍କ ବଳିଦାନ ବ୍ୟର୍ଥ ଯିବ ନାହିଁ। ଗଣତନ୍ତ୍ରରେ ଅହଂକାର ଓ ହିଂସାର ସ୍ଥାନ ନାହିଁ। ଏହି ହତ୍ୟା ଘଟଣା ସମ୍ପର୍କରେ ପ୍ରଧାନମନ୍ତ୍ରୀ ଓ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ଅବଗତ କରାଯାଇଛି ବୋଲି ପ୍ରଧାନ କହିଛନ୍ତି। ବରାଳଙ୍କ ମୃତ୍ୟୁରେ ଆରମ୍ଭ ହୋଇଥିବା ଜନଆନ୍ଦୋଳନ ଆମକୁ ନୂଆଦିଶା ଦେଖାଇବ ବୋଲି ସେ ମତବ୍ୟକ୍ତ କରିଥିଲେ। ଭାଜପା ନେତା ଦିଲୀପ ମଲିକ ଏଥିରେ ସଭାପତିତ୍ୱ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ଡିଜିପି ପ୍ରକାଶ ମିଶ୍ର, କଟକ ଭାଜପା ଜିଲା ସଭାପତି ପ୍ରକାଶ ବେହେରା, ପୃଥ୍ବୀରାଜ ହରିଚନ୍ଦନ, ଲେଖାଶ୍ରୀ ସାମନ୍ତସିଂହାର, ନୟନ କିଶୋର ମହାନ୍ତି, ଅଲେଖ ଜେନା, ସୁଦୀପ୍ତ ରାୟ, ବିଷ୍ଣୁ ଦାସ ଓ ପୀତାମ୍ବର ଆଚାର୍ଯ୍ୟ ପ୍ରମୁଖ ବହୁ ବରିଷ୍ଠ ନେତା ଏହି କାର୍ଯ୍ୟକ୍ରମରେ ଯୋଗଦେଇ କୁଳମଣିଙ୍କ ସ୍ମୃତିଚାରଣ କରିଥିଲେ।

 

ନିଶ୍ଚିନ୍ତକୋଇଲି/ମାହାଙ୍ଗା/
ସାଲେପୁର,୧୩ା୧(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଡବଲ ମର୍ଡର ଘଟଣାରେ ଗ୍ରାମାଞ୍ଚଳ ପୋଲିସ ସୋମବାର ପୂର୍ବତନ ଅଧ୍ୟକ୍ଷ ଭିକାରୀ ଚରଣ ସ୍ବାଇଁଙ୍କୁ ରାଉଲକେଲାରୁ ଗିରଫ କରିଥିଲା। ମଙ୍ଗଳବାର ତାଙ୍କୁ କୋର୍ଟ ଚାଲାଣ କରାଯାଇଛି। କୋର୍ଟ ହେପାଜତକୁ ଯିବା ପୂର୍ବରୁ ସେ କହିଛନ୍ତି, ରାଜନୈତିକ ଅଭିସନ୍ଧି ରଖି ତାଙ୍କୁ ଫସାଇ ଦିଆଯାଇଛି। କୁଳମଣି ବରାଳଙ୍କ ପରିବାର ସଦସ୍ୟ ରାଜନୈତିକ ଆକ୍ରୋଶ କରିଆସୁଛନ୍ତି ବୋଲି ସ୍ବାଇଁ କହିଛନ୍ତି। ଅପରପକ୍ଷେ କୁଳମଣିଙ୍କ ପରିବାରକୁ ଏକ ବେନାମୀ ଚିଠି ମାଧ୍ୟମରେ ହତ୍ୟା ଧମକ ଦିଆଯାଇଛି। ଏନେଇ କୁଳମଣିଙ୍କ ପୁଅ ରମାକାନ୍ତ ମାହାଙ୍ଗା ଥାନାରେ ଲିଖିତ ଅଭିଯୋଗ କରିବା ପରେ ମାମଲା (ନଂ.୭/୨୧) ରୁଜୁ ହୋଇଛି। ତାଙ୍କ ଘରକୁ ଆସିଥିବା ଏହି ଚିଠିରେ ଲେଖାଯାଇଛି, ‘ତୋ ବାପା ମଲା,ଇନ୍ଦିରାଆବାସ କଣ ତୋ ବାପାର, ଆମ ପଛରେ ମନ୍ତ୍ରୀ ଓ ଭିକାରୀ ଭାଇଙ୍କ ହାତ ଅଛି। ଏବେ ତତେ ମାରିଦେବୁ’। ଏନେଇ ଥାନାରେ ଅଭିଯୋଗ ପରେ ପୋଲିସ ପକ୍ଷରୁ ତଦନ୍ତ ଜାରି ରହିଛି ବୋଲି ଥାନା ଅଧିକାରୀ ରଞ୍ଜନ ପ୍ରଧାନ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, ୧୯୯୭ରୁ କୁଳମଣି ଓ ଭିକାରୀ ପରସ୍ପରର ରାଜନୈତିକ ପ୍ରତିଦ୍ୱନ୍ଦ୍ୱୀ ଥିଲେ। ଉଭୟଙ୍କ ରାଜନୈତିକ ଜୀବନ କଂଗ୍ରେସରୁ ଆରମ୍ଭ ହୋଇଥିଲା। ପରବର୍ତ୍ତୀ ସମୟରେ ଭିକାରି ବିଜୁ ଜନତା ଦଳରେ ଓ କୁଳମଣି ଭାଜପାରେ ଯୋଗଦେଇ ରାଜନୀତି କରିଆସୁଥିଲେ। ଗତ ଜାନୁୟାରୀ ୨ରେ କୁଳମଣି ଓ ଦିବ୍ୟସିଂହ ବରାଳଙ୍କୁ ହତ୍ୟା କରଯାଇଥିଲା। ଏହି ଘଟଣାରେ କୁଳମଣିଙ୍କ ପୁଅ ରମାକାନ୍ତଙ୍କ ଅଭିଯୋଗକୁ ଭିତ୍ତିକରି ପୋଲିସ ୧୩ ଜଣଙ୍କ ନାମରେ ମାମଲା (ନଂ.୫/୨୧)ରୁଜୁ କରିଛି। ଏପର୍ଯ୍ୟନ୍ତ ୮ ଜଣଙ୍କୁ ଗିରଫ କରାଯାଇଛି। ଏହି ଘଟଣାରେ ଆଇନ ମନ୍ତ୍ରୀ ପ୍ରତାପ ଜେନାଙ୍କ ସମେତ ଅନ୍ୟ ଅଭିଯୁକ୍ତମାନଙ୍କୁ ତୁରନ୍ତ ଗିରଫ କରିବା ପାଇଁ ଭାଜପା ଓ କଂଗ୍ରେସ ପକ୍ଷରୁ ଆନ୍ଦୋଳନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଟରେ ଅଟକାଇ ମୁଣ୍ଡ ଫଟାଇଲେ, ଟଙ୍କା ଲୁଟିଥିଲେ: ତୃତୀୟ ଅଭିଯୁକ୍ତ ଭୋଳାଙ୍କୁ ଗିରଫ କଲା ପାଟପୁର ପୋଲିସ

ଦାଦା ବଟି ପାଇଁ ହତ୍ୟା ଉଦ୍ୟମ ମାମଲା: ପୁଣି ଜଣେ ଅଭିଯୁକ୍ତ ଗିରଫ, ସଂଖ୍ୟା ୩କୁ ବୃଦ୍ଧି ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା…

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ଗଣେଶ ପୂଜା ପାଇଁ ଗଞ୍ଜାମ ଏସ୍‌ପିଙ୍କ କଡ଼ା ନିର୍ଦ୍ଦେଶ: ରାତି ୧୦ଟା ପରେ ବାଜିବନି ଲାଉଡସ୍ପିକର, ଜୋରଜବରଦସ୍ତ ଚାନ୍ଦା ଆଦାୟ ମନା

ଛତ୍ରପୁର,୮।୯(ଦିଲ୍ଲୀପ ସାମଲ): ଆଗାମୀ ଗଣେଶ ପୂଜା ସମେତ ପୂଜା ପାର୍ବଣ ସମୟରେ ଆଇନ ଶୃଙ୍ଖଳା ରକ୍ଷା ଓ ଶାନ୍ତିଶୃଙ୍ଖଳା ବଜାୟ ରଖିବା ନିମନ୍ତେ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ଛୁଟିରେ ଘରକୁ ଆସି ଆଖି ବୁଜିଲେ, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପୁରୀ ସ୍ୱର୍ଗଦ୍ୱାରରେ BSF ଯବାନଙ୍କ ଶେଷକୃତ୍ୟ ସମ୍ପନ୍ନ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବାଗଡା ଗ୍ରାମର ବିଏସଏଫ୍ (BSF) ସିନିୟର ହାବିଲଦାର ବି. କାନା (୫୩)ଙ୍କ ଆକସ୍ମିକ ମୃତ୍ୟୁ…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri