Posted inଜାତୀୟ

ସହରୀ ମାଓବାଦ-ଜେହାଦ୍‌ ସମ୍ପର୍କର ପର୍ଦ୍ଦାଫାଶ୍‌: ଏନ୍‌ଆଇଏ ଚାର୍ଜଶିଟ୍‌ରେ ଉଲ୍ଲେଖ

ନୂଆଦିଲ୍ଲୀ, ୧୫।୧୦: ସହରୀ ମାଓବାଦ ଏବଂ ଜେହାଦ୍‌ ମଧ୍ୟରେ ଥିବା ସମ୍ପର୍କର ପର୍ଦ୍ଦାଫାଶ୍‌ ହୋଇଛି। ଏନେଇ ଏନ୍‌ଆଇଏ ଚାର୍ଜଶିଟ୍‌ରେ ଉଲ୍ଲେଖ କରାଯାଇଛି। ସହରୀ ମାଓବାଦକୁ ଜେହାଦୀ ସଂଗଠନ ପାଣ୍ଠି ସଂଗ୍ରହ କରି ଯୋଗାଉ ଥିବା ନେଇ ଏନ୍‌ଆଇଏ କହିଛି। ସହରୀ ମାଓବାଦ ଦେଶରେ ହିନ୍ଦୁଙ୍କ ମଧ୍ୟରେ ବିଭେଦ ସୃଷ୍ଟି କରିବାର ଉଦ୍ୟମ ଜାରି ରଖିଛି। ଭୀମା-କୋରେଗାଓ୍ବଁ ଠାରୁ ଆରମ୍ଭ କରି ହାଥ୍‌ରସ୍‌ ମାମଲାରେ ସହରୀ ମାଓବାଦର ଗୁରୁତ୍ୱପୂର୍ଣ୍ଣ ଭୂମିକା ଥିବା ଏନ୍‌ଆଇଏ ପକ୍ଷରୁ କୁହାଯାଇଛି। ଭୀମା-କୋରେଗାଓ୍ବଁ ମାମଲାରେ ଦାଖଲ କରାଯାଇଥିବା ସପ୍ଲିମେଣ୍ଟାରୀ ଚାର୍ଜଶିଟ୍‌ରେ ଏହା ଦର୍ଶାଯାଇଛି। ଏହି ମାମଲାରେ ଅଭିଯୁକ୍ତ ଗୌତମ ନଓ୍ବଲଖାଙ୍କର ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ସହିତ ସମ୍ପର୍କ ରହିଥିବା ଜଣାପଡ଼ିଛି। ଆଇଏସ୍‌ଆଇ ଏଜେଣ୍ଟ୍‌ ଗୁଲାମ୍‌ ନବୀ ଫଇଙ୍କ ସହିତ ଗୌତମଙ୍କର ଯୋଗାଯୋଗ ରହିଛି। ଗୁଲାମ ନବୀ ଆମେରିକାରେ ଜେଲ ଦଣ୍ଡ ଭୋଗୀ ସାରିଛନ୍ତି। ଆମେରିକା କୋର୍ଟରେ ସେ ଆଇଏସ୍‌ଆଇ ଏଜେଣ୍ଟ୍‌ ଭାବେ କାର୍ଯ୍ୟ କରୁଥିବା ପ୍ରମାଣିତ ହୋଇଛି। ସପ୍ଲିମେଣ୍ଟାରୀ ଚାର୍ଜଶିଟ୍‌ରେ ଷ୍ଟେନ୍‌ ସ୍ବାମୀଙ୍କ ସମ୍ପର୍କରେ ମଧ୍ୟ ତଥ୍ୟ ପ୍ରଦାନ କରାଯାଇଛି। ସ୍ବାମୀ ବହୁ ମାଓବାଦୀ ନେତାଙ୍କ ସହିତ ଯୋଗାଯୋଗରେ ରହିଥିବା ଏଥିରେ ଦର୍ଶାଯାଇଛି। ସେହିପରି ଅଭିଯୁକ୍ତ ହନି ବାବୁ ମାଓବାଦୀ ସଂଗଠନ ଗୁଡ଼ିକ ପାଇଁ ପାଣ୍ଠି ସଂଗ୍ରହରେ ମୁଖ୍ୟ ଭୂମିକା ଗ୍ରହଣ କରୁଥିବା ଚାର୍ଜଶିଟ୍‌ରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri