କୃଷି ଋଣ ପ୍ରଦାନରେ ବ୍ୟାଙ୍କ ତତ୍ପରତା ପ୍ରକାଶ କରନ୍ତୁ: ମନ୍ତ୍ରୀ

ଭୁବନେଶ୍ୱର, ୧୧।୨(ବ୍ୟୁରୋ): ଓଡ଼ିଶାରେ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ଋଣ ପ୍ରଦାନ ଦିଗରେ ଜାତୀୟକରଣ ବ୍ୟବସାୟିକ ବ୍ୟାଙ୍କ ଓ ଘରୋଇ ବ୍ୟାଙ୍କ ଅଧିକ ତତ୍ପରତା ପ୍ରକାଶ କରିବା ଆବଶ୍ୟକ। ରିଜର୍ଭ ବ୍ୟାଙ୍କର ନିୟମାବଳୀ ଅନୁଯାୟୀ ବ୍ୟାଙ୍କମାନେ ସମୁଦାୟ ଋଣର ଶତକଡ଼ା ୧୮ ପ୍ରତିଶତ କୃଷି କ୍ଷେତ୍ରରେ ଦିଆଯିବା କଥା। ଆନ୍ଧ୍ରପ୍ରଦେଶ, କେରଳ, ତେଲାଙ୍ଗାନା, ତାମିଲନାଡ଼ୁ ଓ ପଞ୍ଜାବ ଆଦି ରାଜ୍ୟ ତୁଳନାରେ ଓଡ଼ିଶାରେ ବ୍ୟବସାୟିକ ବ୍ୟାଙ୍କମାନେ କମ୍‌ କୃଷି ଋଣ ପ୍ରଦାନ କରୁଛନ୍ତି। କୃଷକଙ୍କ ଆୟ ଦ୍ୱିଗୁଣିତ ଓ ବହୁଗୁଣିତ କରିବା ପାଇଁ ରାଜ୍ୟ ସରକାର କୃଷିଋଣ ପ୍ରଦାନ ଦିଗରେ ପ୍ରାଥମିକତା ଦେବା ସହିତ ୩ ପ୍ରତିଶତ ସୁଧ ରିହାତି ପ୍ରଦାନ କରୁଛନ୍ତି। ଏହି ପରିପ୍ରେକ୍ଷୀରେ ବ୍ୟାଙ୍କମାନେ କୃଷିଋଣର ସ୍ତର ବୃଦ୍ଧି କରିବା ସହିତ ଧାର୍ଯ୍ୟ ଲକ୍ଷ୍ୟ ପୂରଣ କରିବା ପାଇଁ କୃଷି ଓ କୃଷକ ସଶକ୍ତୀକରଣ ମନ୍ତ୍ରୀ ଅରୁଣ କୁମାର ସାହୁ କହିଛନ୍ତି।
ବୁଧବାର କୃଷି ଭବନରେ ଆୟୋଜିତ ବ୍ୟାଙ୍କର୍ସ ବୈଠକରେ ଅଧ୍ୟକ୍ଷତା କରି ମନ୍ତ୍ରୀ ସାହୁ କୃଷି କ୍ଷେତ୍ରରେ ବ୍ୟାଙ୍କଗୁଡ଼ିକ ପକ୍ଷରୁ ଋଣ ପ୍ରଦାନ ସମ୍ପର୍କରେ ସମୀକ୍ଷା କରିଥିଲେ। ଚଳିତ ବର୍ଷ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗୀ ଯୋଜନାରେ ରାଜ୍ୟ ସରକାରଙ୍କ ତରଫରୁ ମିଳିଥିବା ୪୨ କୋଟି ଟଙ୍କା ମଧ୍ୟରୁ ଅଦ୍ୟାବଧି ୩୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସବ୍‌ସିଡି ପ୍ରଦାନ ସରିଛି। ବକେୟା ପ୍ରକଳ୍ପଗୁଡ଼ିକର ଶୀଘ୍ର ଋଣ ମଞ୍ଜୁରୀ ସହିତ ୨୦୨୧-୨୨ ବର୍ଷରେ ବ୍ୟାଙ୍କରମାନଙ୍କୁ ୫ ଶହ ଉଦ୍ୟୋଗ ପ୍ରତିଷ୍ଠା ପାଇଁ ପ୍ରାୟ ୨୦୦ କୋଟି ଟଙ୍କାର ଋଣ ଯୋଗାଣ ନିମନ୍ତେ ଧାର୍ଯ୍ୟ ଲକ୍ଷ୍ୟ ହାସଲ କରିବା ପାଇଁ ମନ୍ତ୍ରୀ କହିଛନ୍ତି। ଏହି ଅବସରରେ ମନ୍ତ୍ରୀ ଋଣ ଜନିତ ସମସ୍ୟାର ସମ୍ମୁଖୀନ ହେଉଥିବା ନିଆଳି, ବରଗଡ଼, ପାଇକମାଳ ଓ ଆଠମଲ୍ଲିକର ଉଦ୍ୟୋଗୀଙ୍କ ସହ ଅନ୍‌ଲାଇନ୍‌ରେ କଥା ହୋଇଥିଲେ। ଧାର୍ଯ୍ୟ ସମୟରେ ଋଣ ଦେବାକୁ ମନ୍ତ୍ରୀ ବ୍ୟାଙ୍କର୍ସମାନଙ୍କୁ କହିଥିଲେ। ବୈଠକରେ କୃଷି ଉତ୍ପାଦନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ରାଜକୁମାର ଶର୍ମା, କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ସୌରଭ ଗର୍ଗ, ସ୍ବତନ୍ତ୍ର ଶାସନ ସଚିବ ସୁରେଶ କୁମାର ବଶିଷ୍ଠ, ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗର କମିଶନର ତଥା ଶାସନ ସଚିବ ଆର୍‌. ରଘୁପ୍ରସାଦ ପ୍ରମୁଖ କୃଷି ଓ ଆନୁଷଙ୍ଗିକ କ୍ଷେତ୍ରରେ ଅଭିବୃଦ୍ଧି ନିମନ୍ତେ ଅଧିକ ପୁଞ୍ଜିନିବେଶ ଉପରେ ଗୁରୁତ୍ୱ ଦେଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ମଫଲର ନେଇ ନ୍ୟୁଜିଲାଣ୍ଡ ଯାଇଛନ୍ତି ମୋଦି: ପଛରେ ରହିଛି ରୋଚକ କାହାଣୀ

ନୂଆଦିଲ୍ଲୀ,୧୧।୭: ପ୍ରଧାନମନ୍ତ୍ରୀ ମୋଦି ନ୍ୟୁଜିଲାଣ୍ଡରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ଆଜି ୪୦ ବର୍ଷ ପରେ ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ନ୍ୟୁଜିଲାଣ୍ଡ ଗସ୍ତ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି: କଡ଼ା ପଦକ୍ଷେପ ନେଲେ ମୁଖ୍ୟମନ୍ତ୍ରୀ, SCERT ନିର୍ଦ୍ଦେଶକଙ୍କୁ ଏଫ୍‌ଆଇଆର୍‌ ଦାୟର କରିବାକୁ କହି…

ଭୁବନେଶ୍ୱର,୧୧ା୭(ସୁନିତ୍‌ ମିଶ୍ର): ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ତ୍ରୁଟି ଘଟଣାକୁ ଗମ୍ଭୀରତାର ସହ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏ ସମ୍ପର୍କରେ…

E-20 ସହିତ ସାଧାରଣ ପେଟ୍ରୋଲ୍ ମଧ୍ୟ… ଏବେ ଗ୍ରାହକଙ୍କୁ ପେଟ୍ରୋଲ ପମ୍ପରେ ମିଳିବ ପେଟ୍ରୋଲର ବିକଳ୍ପ?

ନୂଆଦିଲ୍ଲୀ,୧୧ା୭: E-20 ଇନ୍ଧନ (ଫ୍ୟୁଏଲ୍‌)କୁ ନେଇ ଏବେ ସାରା ଦେଶରେ ହଙ୍ଗାମା ମାତିଛି। ଏଥାନଲ୍ ବ୍ଲେଣ୍ଡେଡ୍ ପେଟ୍ରୋଲ୍ (ଏଥାନଲ୍ ମିଶ୍ରିତ ପେଟ୍ରୋଲ୍‌)କୁ ନେଇ ଆଲୋଚନା ଓ ବିବାଦର…

ଅଷ୍ଟ୍ରେଲିଆରେ ଏକ ହୋଟେଲ ରୁମ୍‌ର ମୂଲ୍ୟ କେତେ? ଗୋଟିଏ ସପ୍ତାହ ରହିଲେ କେତେ ଖର୍ଚ୍ଚ ହୁଏ ଜାଣନ୍ତୁ…

ନୂଆଦିଲ୍ଲୀ/କାନ୍‌ବେରା,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ତିନି-ରାଷ୍ଟ୍ରୀୟ ଗସ୍ତରେ ଅଷ୍ଟ୍ରେଲିଆରେ ପହଞ୍ଚିଥିଲେ। ଯାହା ଦେଶ ବିଷୟରେ ଅଧିକ ଜାଣିବା ପାଇଁ ଇଚ୍ଛାକୁ ବୃଦ୍ଧି କରିଥିଲା। ଅନେକ ଲୋକ…

କେଜିରୁ ପିଜି ନାମଲେଖା ଦ୍ୱନ୍ଦ୍ୱ ଦୂର ପାଇଁ ଆସିବ ଏସ୍‌ଓପି: ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର, ୧୧।୭: ରାଜ୍ୟରେ କେଜିରୁ ପିଜି ପର୍ଯ୍ୟନ୍ତ ମାଗଣା ଶିକ୍ଷା ଯୋଜନା କାର୍ଯ୍ୟକାରୀ ହେବା ପରେ ନାମଲେଖା ପ୍ରକ୍ରିୟାକୁ ନେଇ ସୃଷ୍ଟି ହୋଇଥିବା ଦ୍ୱନ୍ଦ୍ୱ ଦୂର କରିବା…

BCCI ଡାକିଲା ଜରୁରୀ ବୈଠକ; ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା; ରୋହିତ-ବିରାଟ, ଏବଂ ଗମ୍ଭୀର-ଆୟରଙ୍କ ସମ୍ପର୍କରେ ପ୍ରମୁଖ ନିଷ୍ପତ୍ତି ଆଶା କରାଯାଉଛି

ନୂଆଦିଲ୍ଲୀ,୧୧।୭: ଭାରତୀୟ କ୍ରିକେଟରେ ସବୁକିଛି ଠିକ ଅଛି କି? ଏହା ବର୍ତ୍ତମାନ ଏକ ପ୍ରମୁଖ ପ୍ରଶ୍ନ ପାଲଟିଛି। ଭାରତୀୟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ…

ବୁଦାରୁ ମିଳିଲା ଯୁବକଙ୍କ ରକ୍ତାକ୍ତ ମୃତଦେହ : ହତ୍ୟା ସନ୍ଦେହ

ବିନିକା,୧୦।୭: ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ ଅଇଁଲାସାରି ଗାଁ ନିକଟ ରାସ୍ତାକଡ଼ରୁ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହେବା ପରେ ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ…

ମିଷ୍ଟ୍ରି ଗର୍ଲଙ୍କ ସହ ଭାଇରାଲ ହେଉଛି ଶୁବମନ ଗିଲଙ୍କ ଫଟୋ, କିଏ ସେହି ରହସ୍ୟମୟୀ ଝିଅ? ସାରା ତେନ୍ଦୁଲକରଙ୍କୁ ଦେବେ ଟକ୍କର

ନୂଆଦିଲ୍ଲୀ,୧୧।୭: ଟିମ ଇଣ୍ଡିଆର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲ ୱିମ୍ବଲଡନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ତାଙ୍କୁ ସଚିନ ତେନ୍ଦୁଲକର ଏବଂ ତାଙ୍କ ପରିବାର ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri