୯ ପାସେଞ୍ଜର ଟ୍ରେନ ପାଇଁ ଏକ୍ସପ୍ରେସ୍‌ ଟିକେଟ୍‌

ଯାଜପୁର ଅଫିସ,୫।୪: ଇଷ୍ଟକୋଷ୍ଟ ରେଲୱେ ଅନ୍ତର୍ଗତ ୯ ପାସେଞ୍ଜର ଓ ମେମୁ ଟ୍ରେନ୍‌କୁ ସ୍ପେଶାଲ ଟ୍ରେନ ଭାବେ ଘୋଷଣା କରାଯାଇଛି। ଏହାସହ ଏହି ଟ୍ରେନ୍‌ଗୁଡ଼ିକ ନିମନ୍ତେ ଅଣସଂରକ୍ଷିତ ମେଲ୍‌ କିମ୍ବା ଏକ୍ସପ୍ରେସ୍‌ ଟିକେଟ୍‌ ବ୍ୟବସ୍ଥା କରାଯାଇଛି। ୩୧ା୩ା୨୦୨୧ରେ ରେଲୱେ ବୋର୍ଡର ନିଷ୍ପତ୍ତିକ୍ରମେ ଇଷ୍ଟକୋଷ୍ଟ ରେଲୱେର ଉପମୁଖ୍ୟ ପରିଚାଳନା ପ୍ରବନ୍ଧକ ଡି.ଆର. ପାଲ ଉପରୋକ୍ତ ନିର୍ଦ୍ଦେଶ ଜାରି କରିଛନ୍ତି। ଏଥିରେ ଭୁବନେଶ୍ୱର-କେନ୍ଦୁଝର, ପୁରୀ-ଅନୁଗୋଳ, ଭୁବନେଶ୍ୱର-ଭଦ୍ରକ, ପୁରୀ-କଟକ, କଟକ-ଭଦ୍ରକ, କଟକ-ପାରାଦୀପ, କଟକ-ଭଦ୍ରକ(ସନ୍ଧ୍ୟା), ବିଶାଖାପାଟଣା-ଗୁଣୁପୁର ଓ ବିଶାଖାପାଟଣା-ରାୟପୁର (୫୮୫୨୮)କୁ ସାମିଲ କରାଯାଇଛି। କୋଭିଡ-୧୯ କଟକଣା ମଧ୍ୟରେ ସାଧାରଣ ଜନତାଙ୍କ ଆର୍ଥିକ ମାନଦଣ୍ଡ ଦୁର୍ବଳ ହୋଇ ପଡ଼ିଥିବାବେଳେ କେନ୍ଦ୍ର ସରକାରଙ୍କ ଅଧୀନ ରେଲଓ୍ବେ ବୋର୍ଡ ସେବା ନାମରେ ସାଧାରଣ ଜନତାଙ୍କୁ ଶୋଷଣ କରୁଥିବା ଏଥିରୁ ସ୍ପଷ୍ଟ ହେଉଛି। ସୂଚନାଯୋଗ୍ୟ ଯେ, ପୂର୍ବତଟ ରେଳପଥ ୨୩ା୩ା୨୦୨୧ରେ ୧୬ଟି ପାସେଞ୍ଜର/ଏକ୍ସପ୍ରେସ ଟ୍ରେନ୍‌ ଏପ୍ରିଲରେ ଚଳାଚଳ କରିବାକୁ ନୋଟିସ ଜାରି କରିଥିଲେ। କରୋନା କଟକଣା ପରେ ଏହି ନିଷ୍ପତ୍ତି ସାଧାରଣ ଲୋକଙ୍କ ମଧ୍ୟରେ ଆଶ୍ୱସ୍ତି ଆଣିଥିଲା। କିନ୍ତୁ ରେଲଓ୍ବେ ବୋର୍ଡର ଏକପାଖିଆ ନିଷ୍ପତ୍ତି କ୍ରମେ ସମସ୍ତ ମେମୁ/ପାସେଞ୍ଜର ଟ୍ରେନ ପାଇଁ ଉପରୋକ୍ତ ବ୍ୟବସ୍ଥା କରାଯାଇଛି। ଫଳରେ ସାଧାରଣ ଯାତ୍ରୀଙ୍କୁ ଅଣସଂରକ୍ଷିତ ଏକ୍ସପ୍ରେସ୍‌ ଟ୍ରେନ୍‌ର ଟିକେଟ୍‌ ମୂଲ୍ୟ ଦେବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri