ଶାହାଙ୍କ ଗସ୍ତ ପୂର୍ବରୁ ତାତିଲେ ଜୟନାରାୟଣ, କହିଲେ ମୋର ଯୋଗ୍ୟତା…

ଭୁବନେଶ୍ୱର,୧୬ା୩: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଭାଜପାର ବରିଷ୍ଠ ନେତା ଜୟନାରାୟଣ ମିଶ୍ର କ୍ଷୋଭ ପ୍ରକାଶ କରିଛନ୍ତି। ସାମ୍ବାଦିକଙ୍କ ପ୍ରଶ୍ନରେ ସେ କ୍ଷୋଭ ପ୍ରକାଶ କରି କହିଛନ୍ତି, ବଡ଼ ବଡ଼ିଆ ନେତାଙ୍କୁ ପଚାର, ଆମ ଭଳିଆ ଛୋଟକାଟିଆଙ୍କୁ କାହିଁ ପଚାରୁଛ। ଆପଣ ବରିଷ୍ଠ ବୋଲି ସାମ୍ବାଦିକମାନେ କହିବାରୁ ଆହୁରି ରାଗିଗଲେ ଜୟନାରାୟଣ। ସେ କହିଛନ୍ତି, ବରିଷ୍ଠଙ୍କର ଭ୍ୟାଲୁ କ’ଣ।

ପ୍ରସ୍ତୁତି ବୈଠକରେ ପଛରେ ବସିବା ପ୍ରସଙ୍ଗରେ ସାମ୍ବାଦିକଙ୍କ ପ୍ରଶ୍ନର ଉତ୍ତରରେ ସେ ମଧ୍ୟ କହିଛନ୍ତି, ଗୋଟିଏ ଜାଗାରେ ବସିବାର ଯୋଗ୍ୟତା ରହିବା କଥା। ମୋର ଯୋଗ୍ୟତା ନାହିଁ ବୋଲି ଭାବିଲି, ଗଲିନି। ସେ ଜାଗାରେ ରାଜ୍ୟ ସଭାପତି, ସମ୍ପାଦକ, ମନ୍ତ୍ରୀଙ୍କ ପାଇଁ ଉଦ୍ଦିଷ୍ଟ ଥିଲା। ସେଥି ମଧ୍ୟରୁ ମୁଁ କେହି ନୁହଁ, ସେଠି ବସିବାର ଆବଶ୍ୟକତା ନ ଥିଲା ବୋଲି ଜୟନାରାୟଣ କହିଛନ୍ତି। ଆଜି ବୁର୍ଲାରେ ଅନୁଷ୍ଠିତ ଭାଜପା ବୈଠକରେ ଅତିଥିଙ୍କ ପାଇଁ ଉଦ୍ଦିଷ୍ଟ ମଞ୍ଚରେ ନବସି ସେ ପଛ ଧାଡ଼ିରେ ବିଧାୟକଙ୍କ ଗହଣରେ ବସିଥିଲେ।

ଆସନ୍ତା ୨୨ ତାରିଖରେ ଓଡ଼ିଶା ଆସିବେ ଅମିତ ଶାହା। ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ବିଭିନ୍ନ ସରକାରୀ ପ୍ରକଳ୍ପର ଶିଳାନ୍ୟାସ କାର୍ଯ୍ୟକ୍ରମରେ ଶାହ ଯୋଗଦେବେ। ସେପଟେ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।


Enter your email to get our daily news in your inbox.

All Right Reserved By Dharitri.Com

ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲ୍‌ କରି କରୁଥିଲେ ବ୍ଲାକମେଲ୍‌: ଜଣାପଡ଼ିବା ପରେ ଘଟିଲା…

କଟକ,୨୧ା୧(କାର୍ତ୍ତିକ ସାହୁ):ଜଣେ ୭୨ ବର୍ଷୀୟ ବରିଷ୍ଠ ନାଗରିକଙ୍କୁ ପ୍ରଥମେ ହ୍ବାଟ୍ସ ଆପ୍‌ରେ ନ୍ୟୁଡ୍‌ ଭିଡିଓ କଲେ। ପରେ ଉକ୍ତ ଭିଡିଓ କଲିଂର ରେକର୍ଡିଂ କରି ତାହା...

ଆଗେଇବ ରେଳ ଓଭରବ୍ରିଜ୍‌ ନିର୍ମାଣ କାର୍ଯ୍ୟ

ଭୁବନେଶ୍ୱର,୨୧ା୧: ରାଜ୍ୟର ରାସ୍ତା ସଂଯୋଗକୁ ମଜଭୁତ କରିବାରେ ରେଲଓ୍ବେ ଓଭରବ୍ରିଜ୍‌ (ଆର୍‌ଓବି) ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥାଏ। ରେଲଓ୍ବେ ଲେଭଲକ୍ରସିଂକୁ ଆର୍‌ଓବିରେ ପରିବର୍ତ୍ତନ କରିବା ଦ୍ୱାରା ଯାନ...

ଭାରତୀୟ ବାୟୁସେନାର ଟ୍ରେନି ବିମାନ ଦୁର୍ଘଟଣାଗ୍ରସ୍ତ

ପ୍ରୟାଗରାଜ,୨୧।୧: ଜାନୁଆରୀ ୨୧, ୨୦୨୬ ରେ, ପ୍ରୟାଗରାଜରେ ଏକ ସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବିମାନଟି ହଠାତ ଖସି ପଡ଼ି ସହର ମଧ୍ୟଭାଗରେ ଥିବା...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨୦୨୭ ସୁଦ୍ଧା ୧୫୦ ଜନସଂଖ୍ୟା ଥିବା ଗାଁକୁ ହେବ…

ଭୁବନେଶ୍ୱର,୨୧ା୧: ୨୦୨୭ ସୁଦ୍ଧା ରାଜ୍ୟର ୧୫୦ ଜନସଂଖ୍ୟା ଥିବା ଗାଁକୁ ରାସ୍ତା ହେବ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ ସୂଚନା ଦେଇଛନ୍ତି। ଆସନ୍ତା...

ଯାଉଥିବା ବେଳେ କୂଅରେ ପଡିଲେ ୩ ହାତୀ

ଦେବଗଡ଼,୨୦ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଟିଙ୍କବୀର ବିଟ୍‌ହାଉସ୍‌ ଅନ୍ତର୍ଗତ ବରନାଳି ଗ୍ରାମର ଏକ କୂଅରୁ ମଙ୍ଗଳବାର ୩ଟି...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

ବାଲିପାଟଣାରେ ଗଡ଼ିଲା ମୁଣ୍ଡ

ଭୁବନେଶ୍ୱର,୨୧।୧: ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିପାଟଣା ଭାପୁର ନାଥସାହିରେ ବୁଧବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ବଚସାରୁ ଜଣେ ଯୁବକଙ୍କୁ ଗାଁର ଅନ୍ୟ ଜଣେ...

ଦୁନିଆର ସବୁଠୁ ବିପଦପୂର୍ଣ୍ଣ ରାସ୍ତା, ଯାତାୟାତ ସମୟରେ କିଛିକ୍ଷଣ ପାଇଁ ଅଟକି ଯାଏ ନିଃଶ୍ୱାସ

ବିଶ୍ୱର ଅନେକ ରାସ୍ତା ଅତ୍ୟନ୍ତ ବିପଦପୂର୍ଣ୍ଣ। ଗାଡ଼ି ଚଳାଇବା ସମୟରେ ସାମାନ୍ୟ ଭୁଲ ଜୀବନ ନେଇପାରେ। ତେଣୁ ଧର୍ଯ୍ୟର ସହିତ ଗାଡ଼ି ଚଳାଇବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri