ଜବରଦଖଲରେ ଗୋଚର ଜମି

କଟକ ସଦର,୧ା୫(ଡି.ଏନ୍‌.ଏ.): କିଶନନଗର ତହସିଲ ଅନ୍ତର୍ଗତ କେଶନଗର ମୌଜାରେ ଷ୍ଟାଡିୟମ ନିର୍ମାଣ ପାଇଁ କଟକ ଜିଲାପାଳ ୨୫ ଡିସିମିଲ ଜାଗା ଲିଜ୍‌ ଆକାରରେ ପ୍ରଦାନ କରିଛନ୍ତି। ମାତ୍ର ଏହି ଜାଗା ପାର୍ଶ୍ୱରେ ଥିବା ୨ ଏକରରୁ ଊର୍ଦ୍ଧ୍ୱ ଜମିକୁ ଖେଳିବା ପାଇଁ ଜବରଦଖଲ କରାଯାଇଥିବା ସ୍ଥାନୀୟ ତହସିଲଦାରଙ୍କ ନିକଟରେ ଶନିବାର ଅଭିଯୋଗ ହୋଇଛି। ଫଳରେ ଗୋରୁମାନେ ଚରିବା ପାଇଁ ସୁଯୋଗ ପାଉନାହାନ୍ତି। ଏହାକୁ ନେଇ ଗୋପାଳନକାରୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଅଭିଯୋଗ ଅନୁଯାୟୀ, କେଶନଗର ମୌଜାର ଚିନ୍ତାମଣି ବିଦ୍ୟାପୀଠ ସମ୍ମୁଖରେ ଖାତା ନଂ. ୪୦୨, ପ୍ଲଟ୍‌ ନଂ. ୩୯ରେ ୨ ଏକର ୨୩ ଡିସିମିଲ ଜାଗା ଥିଲା। ଷ୍ଟାଡିୟମ ନିର୍ମାଣ ପାଇଁ କଟକ ସଦର ବିଡିଓ ରାଜୀବ ଲୋଚନ ପରିଡ଼ା ୧୭ା୧୧ା୨୦୨୧ରେ ୨୫ ଡିସିମିଲ ଗୋଚର ଜମିର କିସମ ବଦଳାଇବା ନିମନ୍ତେ ସ୍ଥାନୀୟ ତହସିଲଦାରଙ୍କ ଜରିଆରେ କଟକ ଜିଲାପାଳ ଭବାନୀ ଶଙ୍କର ଚୟନୀଙ୍କ ନିକଟରେ ଆବେଦନ କରିଥିଲେ। ଇତିମଧ୍ୟରେ ଜିଲାପାଳ ଆବେଦନକୁ ବିଚାର କରି ଏତିକି ଜମିର କିସମ ବଦଳାଇ ଷ୍ଟାଡିୟମ ନିର୍ମାଣ ପାଇଁ ଅନୁମତି ଦେଇଛନ୍ତି। ଏହାପରେ ଉକ୍ତ ଜମିର ପାର୍ଶ୍ୱରେ ଥିବା ବାକି ୧ ଏକର ୯୮ ଡିସିମିଲ ଜମି ସହ ଅନ୍ୟ ପ୍ଲଟ୍‌ର ଜମିକୁ ସମ୍ପୂର୍ଣ୍ଣ ଆବଦ୍ଧ କରି ଦିଆଯାଇଛି। ସ୍ଥାନୀୟ ତହସିଲଦାର ମାପଚୁପ କରି ନିର୍ମାଣ ପାଇଁ ଅନୁମତି ଦେଇଛନ୍ତି। ମାତ୍ର ବାକି ଗୋଚର ଜମିକୁ କିଏ ଆବଦ୍ଧ କରିଛି, ତାହାର ତଦନ୍ତ ପାଇଁ ସ୍ଥାନୀୟ ଗୋପାଳନକାରୀମାନେ ତହସିଲଦାରଙ୍କୁ ଅନୁରୋଧ କରିଛନ୍ତି। ଏ ସମ୍ପର୍କରେ ତହସିଲଦାର ମଧୁସୂଦନ ନାୟକଙ୍କୁ ପଚାରିବାରୁ ସେ କିଛି ଜାଣିନାହାନ୍ତି ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri