ଜବରଦଖଲରେ ଗୋଚର ଜମି

କଟକ ସଦର,୧ା୫(ଡି.ଏନ୍‌.ଏ.): କିଶନନଗର ତହସିଲ ଅନ୍ତର୍ଗତ କେଶନଗର ମୌଜାରେ ଷ୍ଟାଡିୟମ ନିର୍ମାଣ ପାଇଁ କଟକ ଜିଲାପାଳ ୨୫ ଡିସିମିଲ ଜାଗା ଲିଜ୍‌ ଆକାରରେ ପ୍ରଦାନ କରିଛନ୍ତି। ମାତ୍ର ଏହି ଜାଗା ପାର୍ଶ୍ୱରେ ଥିବା ୨ ଏକରରୁ ଊର୍ଦ୍ଧ୍ୱ ଜମିକୁ ଖେଳିବା ପାଇଁ ଜବରଦଖଲ କରାଯାଇଥିବା ସ୍ଥାନୀୟ ତହସିଲଦାରଙ୍କ ନିକଟରେ ଶନିବାର ଅଭିଯୋଗ ହୋଇଛି। ଫଳରେ ଗୋରୁମାନେ ଚରିବା ପାଇଁ ସୁଯୋଗ ପାଉନାହାନ୍ତି। ଏହାକୁ ନେଇ ଗୋପାଳନକାରୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଅଭିଯୋଗ ଅନୁଯାୟୀ, କେଶନଗର ମୌଜାର ଚିନ୍ତାମଣି ବିଦ୍ୟାପୀଠ ସମ୍ମୁଖରେ ଖାତା ନଂ. ୪୦୨, ପ୍ଲଟ୍‌ ନଂ. ୩୯ରେ ୨ ଏକର ୨୩ ଡିସିମିଲ ଜାଗା ଥିଲା। ଷ୍ଟାଡିୟମ ନିର୍ମାଣ ପାଇଁ କଟକ ସଦର ବିଡିଓ ରାଜୀବ ଲୋଚନ ପରିଡ଼ା ୧୭ା୧୧ା୨୦୨୧ରେ ୨୫ ଡିସିମିଲ ଗୋଚର ଜମିର କିସମ ବଦଳାଇବା ନିମନ୍ତେ ସ୍ଥାନୀୟ ତହସିଲଦାରଙ୍କ ଜରିଆରେ କଟକ ଜିଲାପାଳ ଭବାନୀ ଶଙ୍କର ଚୟନୀଙ୍କ ନିକଟରେ ଆବେଦନ କରିଥିଲେ। ଇତିମଧ୍ୟରେ ଜିଲାପାଳ ଆବେଦନକୁ ବିଚାର କରି ଏତିକି ଜମିର କିସମ ବଦଳାଇ ଷ୍ଟାଡିୟମ ନିର୍ମାଣ ପାଇଁ ଅନୁମତି ଦେଇଛନ୍ତି। ଏହାପରେ ଉକ୍ତ ଜମିର ପାର୍ଶ୍ୱରେ ଥିବା ବାକି ୧ ଏକର ୯୮ ଡିସିମିଲ ଜମି ସହ ଅନ୍ୟ ପ୍ଲଟ୍‌ର ଜମିକୁ ସମ୍ପୂର୍ଣ୍ଣ ଆବଦ୍ଧ କରି ଦିଆଯାଇଛି। ସ୍ଥାନୀୟ ତହସିଲଦାର ମାପଚୁପ କରି ନିର୍ମାଣ ପାଇଁ ଅନୁମତି ଦେଇଛନ୍ତି। ମାତ୍ର ବାକି ଗୋଚର ଜମିକୁ କିଏ ଆବଦ୍ଧ କରିଛି, ତାହାର ତଦନ୍ତ ପାଇଁ ସ୍ଥାନୀୟ ଗୋପାଳନକାରୀମାନେ ତହସିଲଦାରଙ୍କୁ ଅନୁରୋଧ କରିଛନ୍ତି। ଏ ସମ୍ପର୍କରେ ତହସିଲଦାର ମଧୁସୂଦନ ନାୟକଙ୍କୁ ପଚାରିବାରୁ ସେ କିଛି ଜାଣିନାହାନ୍ତି ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମପୁର ଆସନରେ ପ୍ରାର୍ଥୀ ଘୋଷଣା ଦ୍ୱନ୍ଦ୍ୱ

ପଦ୍ମପୁର,୨୮।୩. (ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଥିବା ବିଧାନସଭା ଆସନ ପାଇଁ ବିଜେଡି ବୁଧବାର ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ ପଦ୍ମପୁର ବିଧାନସଭା ଆସନ ପାଇଁ...

ମା’ ପୁଅଙ୍କୁ ହତ୍ୟା କଲେ ମାଓବାଦୀ

ରାଉରକେଲା,୨୮।୩(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ପଶ୍ଚିମ ସିଂହଭୂମ ଚାଇଁବାସା ଅଞ୍ଚଳରେ ମାଓବାଦୀମାନେ ଜଣେ ବୃଦ୍ଧା ଓ ତାଙ୍କ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ଚାଇଁବାସା...

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ...

ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ...

ଦୁର୍ଘଟଣାରେ ଶ୍ୱଶୁର ମୃତ, ଜ୍ୱାଇଁ ଗୁରୁତର

ଭେଡ଼େନ,୨୮।୩ (ସୁଦନ ମହାକୁର): ବରଗଡ଼ ଜିଲା ଭେଡ଼େନ ଥାନା ଅଧୀନ ଭେଡ଼େନ-ରେମଣ୍ଡା ରାସ୍ତାର ଅପାମରା ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇାକ୍‌...

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ...

ସୁଧାଂଶୁଙ୍କୁ ଗୁରୁଦାୟିତ୍ୱ ଦେଲା କଂଗ୍ରେସ

ରୂପସା,୨୮।୩(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା କଂଗ୍ରେସ କମିଟି ସାଧାରଣ ସମ୍ପାଦକ ଓ ମୁଖ୍ୟ ମୁଖପାତ୍ର ସୁଧାଂଶୁ ଶେଖର ଜେନାଙ୍କୁ ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଭଦ୍ରକ...

୩୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ସିଟିଓ-ଜିଏସଟି ଅଧିକାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ

ଭୁବନେଶ୍ୱର,୨୮।୩: ପୁରୀରେ ଲାଞ୍ଚ ନେଉଥିଲା ବେଳେ ବାଣିଜ୍ୟିକ ଟିକସ ଅଧିକାରୀ (ସିଟିଓ) ଏବଂ ଦ୍ରବ୍ୟ ଏବଂ ସେବା କର (ଜିଏସଟି) ଅଧିକାରୀଙ୍କୁ ଗିରଫ କରିଛି ଓଡ଼ିଶା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri