ଗୋଚର ଜମିରୁ ଜବରଦଖଲ ଉଚ୍ଛେଦ

ଆଳି,୧୪ା୧୦(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ତହସିଲ ଅନ୍ତର୍ଗତ ନରେନ୍ଦ୍ରପୁର ପଞ୍ଚାୟତର ଏକ ଗୋଚର ଜମିରୁ ଗୁରୁବାର ଜବରଦଖଲ ଉଚ୍ଛେଦ କରାଯାଇଛି। ସୂଚନାଯୋଗ୍ୟ, ନରେନ୍ଦ୍ରପୁର ଗଁାର କଳାକାର ମଲିକ ଗୋଚର ଜମି ଖାତା ନଂ. ୪୦୯ ଉପରେ ଜବରଦଖଲ ବଢ଼ିବାରୁ ଏହାକୁ ଉଚ୍ଛେଦ ନିମନ୍ତେ ସେ ତହସିଲର ଦ୍ୱାରସ୍ଥ ହୋଇ ନ୍ୟାୟ ନ ପାଇବା ପରେ ହାଇକୋର୍ଟର ଦ୍ୱାରସ୍ଥ ହୋଇଥିଲେ। ହାଇକୋର୍ଟଙ୍କ ନୋଟିସ୍‌ ଅନୁଯାୟୀ, ଗୁରୁବାର ସକାଳେ ଆଳି ତହସିଲଦାର ତପନ ସେନାପତି, ଆଳି ଆଇଆଇସି ଦିଲୀପ ସାହୁଙ୍କ ସମେତ ପୋଲିସ ଫୋର୍ସ ଜବରଦଖଲ ଉଚ୍ଛେଦ କରିଥିଲେ। ଏ ନେଇ ଗ୍ରାମବାସୀ ଅଭିଯୋଗ କରିଛନ୍ତି ଯେ, ତହସିଲଦାର ଜବରଦଖଲ ଉଚ୍ଛେଦରେ ପାତରଅନ୍ତର କରୁଛନ୍ତି। ମାତ୍ର ହାତ ଗଣତି କେତେ ଜଣଙ୍କ ଘର ଭାଙ୍ଗିଥିବା ବେଳେ ସମ୍ପୂର୍ଣ୍ଣ ଜବରଦଖଲ ଉଚ୍ଛେଦ କରିବାକୁ ସେମାନେ ଦାବି କରିଛନ୍ତି। ତହସିଲଦାର ଯଦି କିଛି ଏପଟ ସେପଟ କରନ୍ତି ତେବେ ସେ ନେଇ ସେମାନେ ଉପର କୋର୍ଟ ଯିବାକୁ ଚେତାବନୀ ଦେଇଛନ୍ତି। ଏ ନେଇ ତହସିଲଦାର ସେନାପତିଙ୍କୁ ପଚାରିବାରେ ହାଇକୋର୍ଟ ନିର୍ଦ୍ଦେଶ ଅନୁଯାୟୀ, ଏହି ଜବରଦଖଲ ଉଚ୍ଛେଦ କରାଯାଇଛି। ହାଇକୋର୍ଟ ଯେଉଁ ୨୭ ଜଣଙ୍କୁ ନୋଟିସ୍‌ ଲଗାଇଛି ସେମାନଙ୍କ ଘର ହିଁ ଭଙ୍ଗାଯାଇଛି। ସେ ଜବରଦଖଲ ଉଚ୍ଛେଦରେ କୌଣସି ପାତରଅନ୍ତର କରିନାହାନ୍ତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗନଦୀ ସେତୁରୁ ଉଠିଗଲା କଂକ୍ରିଟ: ଦୁର୍ଘଟଣା ଆଶଙ୍କା

ଲୋଇସିଂହା,୩।୭ (ସୁଶାନ୍ତ ବାରିକ):ବଲାଙ୍ଗୀର-ବରଗଡ୨୬ନଂ ଜାତୀୟ ରାଜପଥ ଲୋଇସିଂହା ଥାନା ସାଲେଭଟା ଅଙ୍ଗନଦୀ ସେତୁ ମଝି ଅଂଶ ଶୋଚନୀୟ ହୋଇ ପଡିଥିବା ସ୍ଥାନକୁ ଗତ ମଙ୍ଗଳବାର ମରାମତି କରାଯାଇଥିଲା।…

ରାଜ୍ୟ ପାଇଁ ଗୌରବ ଆଣିଲେ ଖୁସିରାମ: ଜାତୀୟ ଜୁନିୟର ପେନ୍‌ଚାକ୍‌ ସିଲାଟ୍‌ ଚାମ୍ପିୟନଶିପ୍‌ରେ…

ବଲାଙ୍ଗୀର,୩ା୭(ବୀରେନ୍ଦ୍ର କୁମାର ଝାଙ୍କର):ମହାରାଷ୍ଟ୍ରର ନାସିକଠାରେ ଗତ ୨୫ରୁ ୨୮ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ୧୪ତମ ସିଙ୍ଗା, ମାକାନ, ପ୍ରି-ଟିନ୍‌, ପ୍ରି-ଜୁନିୟର ଓ ଜାତୀୟ ଜୁନିୟର ପେନ୍‌ଚାକ୍‌ ସିଲାଟ୍‌…

ଓଡ଼ିଶା ସମେତ ୧୬ ରାଜ୍ୟକୁ ହାଇ ଆଲର୍ଟ; IMD ର ବଡ଼ ଚେତାବନୀ

ନୂଆଦିଲ୍ଲୀ,୩।୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁସାରେ, ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେଉଛି। ଉତ୍ତର ଓଡ଼ିଶା ଉପକୂଳ ନିକଟରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି।…

ଅଙ୍ଗନବାଡି ଗୃହ ପାଇଁ ବ୍ଲକ ଘେରାଉ: ଆନ୍ଦୋଳନରେ ସାମିଲ ହେଲେ କୁନି କୁନି ପିଲା

ଜଗନ୍ନାଥପ୍ରସାଦ,୩।୭(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଦେଖିବାକୁ ମିଳିଛି ଏକ ଅଭାବନୀୟ ଦୃଶ୍ୟ । ଚାରିକୋଣିଆ ଗୌଡ଼ ସାହିରେ ଅଙ୍ଗନବାଡି…

ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷାଙ୍କ ପରଲୋକ, ଶୋକବ୍ୟକ୍ତ କଲେ କଳାହାଣ୍ଡି ଏମପି

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ତଥା ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀଙ୍କ ପତ୍ନୀ ଶ୍ରୀମତୀ ମାଝୀ (୫୭)ଙ୍କ ଗୁରୁବାର ବିଳମ୍ବିତ…

କଣ କେନ୍ଦ୍ର କର୍ମଚାରୀଙ୍କୁ କରୋନା ସମୟରେ ଅଟକିଥିବା ୧୮ ମାସର DA ଏରିୟର ମିଳିବ? ଆସିଲା ବଡ଼ ଖବର!

ନୂଆଦିଲ୍ଲୀ,୩।୭: ଲକ୍ଷ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ (8ମ ବେତନ କମିଶନ) ଏବେ ପୂରା ଆକ୍ସନ ମୋଡ଼ରେ ।…

ଭୂକମ୍ପ ଭଗ୍ନାବଶେଷ ଭିତରୁ ୭ ଦିନ ପରେ ଜୀବନ୍ତ ଉଦ୍ଧାର ହେଲେ ବ୍ୟକ୍ତି: ପୂରା ଘଟଣା ଜାଣିଲେ ହେବେ ଆଶ୍ଚର୍ଯ୍ୟ

କାରକାସ୍‌,୩।୭: ଭେନେଜୁଏଲାରେ ଦୁଇଟି ଭୂକମ୍ପ ଯୋଗୁ ହୋଇଥିବା କ୍ଷୟକ୍ଷତି ମଧ୍ୟରେ ବଞ୍ଚିବାର ଏକ ଉଲ୍ଲେଖନୀୟ କାହାଣୀ ସାମ୍ନାକୁ ଆସିଛି। ପ୍ରାୟ ୭ ଦିନ ଧରି ଏକ ଶପିଂ…

ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, କଲେ ବଡ଼ ଘୋଷଣା

ଭୁବନେଶ୍ବର,୩ା୭: ଦିଲ୍ଲୀରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ ସୂଚନା ଦେଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri