ଦାମଙ୍କ ଉପରୁ ବହିଷ୍କାର ହଟିଲା

ଭୁବନେଶ୍ୱର,୧ା୧: ବରିଷ୍ଠ ନେତା ଦାମୋଦର ରାଉତଙ୍କ ଉପରୁ ବହିଷ୍କାର ହଟିଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ନୂୂଆବର୍ଷରେ ଏହି ନୂଆ ପଦକ୍ଷେପ ନେଇଛନ୍ତି।

ସୂଚନାଯୋଗ୍ୟ, ୨୦୧୮ରେ ସେ ବିଜେଡି ଛାଡ଼ିଥିଲେ। ଏହା ପରେ ସେ ଭାଜପାରେ ଯୋଗ ଦେଇଥିଲେ।  ୨୦୧୯ ନିର୍ବାଚନରେ ସେ ଭାଜପା  ଟିକେଟରେ ବାଲିକୁଦା-ଏରସମାରୁ ନିର୍ବାଚନ ଲଢ଼ି ହାରି ଯାଇଥିଲେ। ସେହି ବର୍ଷ ଅକ୍ଟୋବରରେ ସେ ଭାଜପାରୁ ଇସ୍ତଫା ଦେଇଥିଲେ। ଦୀର୍ଘଦିନ ଧରି ଦାମ ବିଜେଡିରେ ରହିଥିଲେ।

ଅନ୍ୟପକ୍ଷରେ ବିଜେଡି ବିଧାୟକ ତଥା ଦାମଙ୍କ ପୁଅ ସମ୍ବିତ ରାଉତ କହିଛନ୍ତି, ବହିଷ୍କାର ଆଦେଶ ଉଠାଇଥିବା ଯୋଗୁ ପୁଅ ହିସାବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅଶେଷ ଧନ୍ୟବାଦ ଦେଉଛି। ବାପାଙ୍କ ଦେହ ଖରାପ ଥିବାରୁ ସେ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି। ବିଜେଡିରୁ ଦୂରେଇ ରହିବା ପରେ ସେ ମାନସିକ ସ୍ତରରେ ଭାଙ୍ଗି ପଡ଼ିଥିଲେ। ଏହି ଖବର ତାଙ୍କୁ ଖୁସି ଦେବ ବୋଲି ସମ୍ବିତ କହିଛନ୍ତି। ତାଙ୍କର ଗୋଟିଏ ଇଚ୍ଛା ଥିଲା ଯେ, ସେ ମୃତ୍ୟୁ ପର୍ଯ୍ୟନ୍ତ ବିଜେଡି ଓ ନବୀନ ପଟ୍ଟନାୟକଙ୍କ ସେବା କରିବେ। ତାହା ପୂରଣ ହୋଇଛି। ସୁସ୍ଥ ହେଲେ ସେ ଆଗାମୀ ଦିନରେ ଜଗତସିଂହପୁରର ସମସ୍ତ ନିର୍ବାଚନ ମଣ୍ଡଳୀରେ ପ୍ରଚାର ମଧ୍ୟ କରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

‘ମୋର ବିଜୟ କି ଲାଭ ଯଦି ଲଦାଖ ହାରିଯାଏ?’ ଜେଲରୁ ମୁକୁଳିବା ପରେ ମୁହଁ ଖୋଲିଲେ ସୋନମ ୱାଙ୍ଗଚୁକ

ୱାଶିଂଟନ,୧୭।୩: ପ୍ରାୟ ୧୭୦ ଦିନ କାରାଗାରରେ ବିତାଇବା ପରେ ଶନିବାର ଜେଲରୁ ମୁକୁଳିଛନ୍ତି ଲଦାଖର ବିଶିଷ୍ଟ ଶିକ୍ଷାବିତ୍ ତଥା ପରିବେଶ କର୍ମୀ ସୋନମ ୱାଙ୍ଗଚୁକ। କେନ୍ଦ୍ର ସରକାର…

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

ଇସ୍ରାଏଲ ଚାପରେ ଇରାନ ସହ ଯୁଦ୍ଧ ଆରମ୍ଭ କରିଛି ଆମେରିକା: ଇସ୍ତଫା ଦେଲେ ଟ୍ରମ୍ପଙ୍କ…

ୱାଶିଂଟନ,୧୭।୩: ଆମେରିକା ପ୍ରଶାସନରେ ଏକ ବଡ଼ ଧରଣର ବିଭ୍ରାଟ ଦେଖାଦେଇଛି। ଇରାନ ସହ ଚାଲିଥିବା ଯୁଦ୍ଧକୁ ବିରୋଧ କରି ଡୋନାଲ୍ଡ ଟ୍ରମ୍ପଙ୍କ ନ୍ୟାସନାଲ କାଉଣ୍ଟର ଟେରରିଜମ ସେଣ୍ଟର…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

ଭେଲିଡେସନ ଆକ୍ଟକୁ ବିରୋଧ, ମାର୍ଚ୍ଚ ୨୫କୁ କଳା ଦିବସ ଭାବେ ପାଳିବେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର

ଭଞ୍ଜନଗର,୧୭ା୩(ବାବୁଲା ପ୍ରଧାନ): ଭଞ୍ଜନଗର ଓଡିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଆନୁକୂଲ୍ୟରେ ଭଞ୍ଜନଗରଠାରେ ସଂଘ ସଭାପତି ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri