Posted inଖେଳ

ହକି ଇଣ୍ଡିଆକୁ ଏଏଚ୍‌ଏଫ୍‌ର ସମ୍ବର୍ଦ୍ଧନା

ନୂଆଦିଲ୍ଳୀ, ୨୪ା୩ (ପି.ଟି.):ହକି ବିଶ୍ୱକପ୍‌ ୨୦୨୩ର ସଫଳ ଆୟୋଜନ ପାଇଁ ହକି ଇଣ୍ଡିଆ ସମ୍ବର୍ଦ୍ଧିତ। ଗୁରୁବାର ଏସିଆନ୍‌ ହକି ମହାସଂଘ(ଏଏଚ୍‌ଏଫ୍‌) ପକ୍ଷରୁ ଏହ ସମ୍ମାନ ପ୍ରଦାନ କରାଯାଇଛି। ହକି ବିଶ୍ୱକପ୍‌ ୨୦୨୩ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ ଓ ରାଉରକେଲାର ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଅନୁଷ୍ଠିତ ହୋଇଥିଲା। ଶ୍ରେଷ୍ଠ ଆୟୋଜକ ଭାବରେ ହକି ଇଣ୍ଡିଆକୁ ସମ୍ମାନିତ କରାଯାଇଥିଲା। ଦକ୍ଷିଣ କୋରିଆର ମୁଙ୍ଗୟେୟୋଙ୍ଗରେ ଆୟୋଜିତ ଏଏଚ୍‌ଏଫ୍‌ କଂଗ୍ରେସରେ ହକି ଇଣ୍ଡିଆ ମହାସଚିବ ଭୋଳାନାଥ ସିଂ ଏହି ପୁରସ୍କାର ଗ୍ରହଣ କରିଥିଲେ। ପୂର୍ବରୁ ୨୦୧୮ ବିଶ୍ୱକପ୍‌ ମଧ୍ୟ ଭାରତରେ ଅନୁଷ୍ଠିତ ହୋଇଥିଲା। ୨୦୧୮ରେ କେବଳ କଳିଙ୍ଗ ଷ୍ଟାଡିୟମରେ ସମସ୍ତ ମ୍ୟାଚ ଖେଳା ଯାଇଥିଲା। ତେବେ ୨୦୨୩ରେ ନବନିର୍ମିତ ବିଶ୍ୱର ସର୍ବବୃହତ୍‌ ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଖେଳାଯାଇଥିଲା। ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଅଲିମ୍ପିକ୍ସ ଭିଲେଜ୍‌ ଷ୍ଟାଇଲରେ ହକି ଭିଲେଜ୍‌ ରହିଥିବା ବେଳେ ଏହାକୁ ସମସ୍ତେ ପ୍ରଶଂସା କରିଥିଲେ। ଏହି ଟୁର୍ନାମେଣ୍ଟର ମାସ୍କଟ ରହିଥିବା ଓଲି ଅଲିଭ୍‌ ରିଡ୍‌ଲେ କଇଁଛଙ୍କୁ ନେଇ ସଚେତନତା ବାର୍ତ୍ତା ଦେଇଥିଲା। ଏହି ସମ୍ମାନ ପାଇଁ ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀ ଏଏଚ୍‌ଏଫ୍‌କୁ ଧନ୍ୟବାଦ ଜଣାଇଛନ୍ତି। ଘରୋଇ ମାଟିରେ ବିଶ୍ୱକପ୍‌ ଆୟୋଜନ ସର୍ବଦା ସ୍ବତନ୍ତ୍ର। ଖେଳାଳିଙ୍କୁ ସମସ୍ତ ପ୍ରକାର ସୁବିଧା ପ୍ରଦାନ ପାଇଁ ଆମେ ବଦ୍ଧପରିକର ଥିଲୁ। ଖେଳାଳି, ଅଫିସିଆଲ ଓ ଦର୍ଶକଙ୍କୁ ଶ୍ରେଷ୍ଠ ସୁବିଧା ପ୍ରଦାନ ପାଇଁ ଆମେ ସର୍ବଦା ଚେଷ୍ଟା କରିଥିଲୁ ବୋଲି କହିଛନ୍ତି ହକି ଇଣ୍ଡିଆ ସଭାପତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଯଦି ଫାଇନାଲରେ କୁମ୍ବଲେଙ୍କ ଏହି କଥା ମାନିଥାନ୍ତେ ଉଥପ୍ପା, ଆଇପିଏଲ୍‌ ଚାମ୍ପିୟନ ହୋଇଥାନ୍ତା RCB

ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ ସମୟରେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ରେ ଲୋକପ୍ରିୟ ଟିମ୍‌ ମଧ୍ୟରେ ରହିଛନ୍ତି ଚେନ୍ନାଇ ସୁପର କିଙ୍ଗ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ। ଏହାଛଡ଼ା ରୟାଲ ଚ୍ୟାଲେଞ୍ଜର୍ସ...

ଗୋଟିଏ ବଲ୍‌ରେ ପଲଟିଗଲା ପୂରା ମ୍ୟାଚ୍‌: ସମସ୍ତେ ହୋଇଗଲେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫।୪: ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସକୁ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନ୍‌ରେ ପରାସ୍ତ କରିଛି। ମୁକେଶ କୁମାର ଶେଷ ଓଭରରେ ଭଲ ବୋଲିଂ କରିଥିଲେ।...

ଭାରତର ଘରୋଇ କ୍ରିକେଟରମାନେ ବର୍ଷକୁ କୋଟିଏ ଟଙ୍କା ପାଇବେ ଦରମା, ବିସିସିଆଇର ବଡ଼ ନିଷ୍ପତି

ମୁମ୍ବାଇ,୨୫।୪: ଘରୋଇ ଖେଳାଳିଙ୍କ ଆୟ ବଢାଇବାକୁ ବିସିସିଆଇ ଚାହୁଁଛି। ଭାରତର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକରଙ୍କ ନେତୃତ୍ୱରେ ଚୟନ କମିଟିକୁ ଦରମା ବୃଦ୍ଧି କରିବାର ଉପାୟ...

ଅଲିମ୍ପିକ କିମ୍ବଦନ୍ତୀ ଉସେନ ବୋଲ୍ଟ ହେଲେ ଟି-୨୦ ବିଶ୍ୱକପ୍‌ର ଆମ୍ବାସାଡାର

ନୂଆଦିଲ୍ଲୀ,୨୫।୪: ବିଶ୍ୱର କିମ୍ବଦନ୍ତୀ ଦ୍ରୁତ ଧାବକ ଉସେନ ବୋଲ୍ଟ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍‌ର ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ ହୋଇଛନ୍ତି। ଜୁନ ୧ରୁ ଆମେରିକା...

ଲଜ୍ଜାଜନକ ରେକର୍ଡ କଲେ ମୋହିତ ଶର୍ମା

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଗୁଜୁରାଟ ଟାଇଟାନ୍ସ ବୋଲର ମୋହିତ ଶର୍ମାଙ୍କ ନାମରେ ଏକ ଲଜ୍ଜାଜନକ ରେକର୍ଡ କରିଛନ୍ତି। ମୋହିତ ଶର୍ମା ଆଇପିଏଲ ଇତିହାସରେ ସର୍ବାଧିକ...

ଇତିହାସ ରଚିଲେ ପନ୍ତ: ଟି-୨୦ରେ ଏମିତି ରେକର୍ଡ କରିବାରେ ପ୍ରଥମ ଖେଳାଳି

ନୂଆଦିଲ୍ଲୀ,୨୫।୪: ଅଧିନାୟକ ରିଷଭ ପନ୍ତଙ୍କ ଅପରାଜିତ ୮୮ ରନ ଯୋଗୁ ଦିଲ୍ଲୀ କ୍ୟାପିଟାଳ୍ସ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଚାରି ଉଇକେଟ ପାଇଁ ୨୨୪ ରନ ସଂଗ୍ରହ...

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri