Posted inଖେଳ

ହକି ଇଣ୍ଡିଆକୁ ଏଏଚ୍‌ଏଫ୍‌ର ସମ୍ବର୍ଦ୍ଧନା

ନୂଆଦିଲ୍ଳୀ, ୨୪ା୩ (ପି.ଟି.):ହକି ବିଶ୍ୱକପ୍‌ ୨୦୨୩ର ସଫଳ ଆୟୋଜନ ପାଇଁ ହକି ଇଣ୍ଡିଆ ସମ୍ବର୍ଦ୍ଧିତ। ଗୁରୁବାର ଏସିଆନ୍‌ ହକି ମହାସଂଘ(ଏଏଚ୍‌ଏଫ୍‌) ପକ୍ଷରୁ ଏହ ସମ୍ମାନ ପ୍ରଦାନ କରାଯାଇଛି। ହକି ବିଶ୍ୱକପ୍‌ ୨୦୨୩ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମ ଓ ରାଉରକେଲାର ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଅନୁଷ୍ଠିତ ହୋଇଥିଲା। ଶ୍ରେଷ୍ଠ ଆୟୋଜକ ଭାବରେ ହକି ଇଣ୍ଡିଆକୁ ସମ୍ମାନିତ କରାଯାଇଥିଲା। ଦକ୍ଷିଣ କୋରିଆର ମୁଙ୍ଗୟେୟୋଙ୍ଗରେ ଆୟୋଜିତ ଏଏଚ୍‌ଏଫ୍‌ କଂଗ୍ରେସରେ ହକି ଇଣ୍ଡିଆ ମହାସଚିବ ଭୋଳାନାଥ ସିଂ ଏହି ପୁରସ୍କାର ଗ୍ରହଣ କରିଥିଲେ। ପୂର୍ବରୁ ୨୦୧୮ ବିଶ୍ୱକପ୍‌ ମଧ୍ୟ ଭାରତରେ ଅନୁଷ୍ଠିତ ହୋଇଥିଲା। ୨୦୧୮ରେ କେବଳ କଳିଙ୍ଗ ଷ୍ଟାଡିୟମରେ ସମସ୍ତ ମ୍ୟାଚ ଖେଳା ଯାଇଥିଲା। ତେବେ ୨୦୨୩ରେ ନବନିର୍ମିତ ବିଶ୍ୱର ସର୍ବବୃହତ୍‌ ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଖେଳାଯାଇଥିଲା। ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଅଲିମ୍ପିକ୍ସ ଭିଲେଜ୍‌ ଷ୍ଟାଇଲରେ ହକି ଭିଲେଜ୍‌ ରହିଥିବା ବେଳେ ଏହାକୁ ସମସ୍ତେ ପ୍ରଶଂସା କରିଥିଲେ। ଏହି ଟୁର୍ନାମେଣ୍ଟର ମାସ୍କଟ ରହିଥିବା ଓଲି ଅଲିଭ୍‌ ରିଡ୍‌ଲେ କଇଁଛଙ୍କୁ ନେଇ ସଚେତନତା ବାର୍ତ୍ତା ଦେଇଥିଲା। ଏହି ସମ୍ମାନ ପାଇଁ ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀ ଏଏଚ୍‌ଏଫ୍‌କୁ ଧନ୍ୟବାଦ ଜଣାଇଛନ୍ତି। ଘରୋଇ ମାଟିରେ ବିଶ୍ୱକପ୍‌ ଆୟୋଜନ ସର୍ବଦା ସ୍ବତନ୍ତ୍ର। ଖେଳାଳିଙ୍କୁ ସମସ୍ତ ପ୍ରକାର ସୁବିଧା ପ୍ରଦାନ ପାଇଁ ଆମେ ବଦ୍ଧପରିକର ଥିଲୁ। ଖେଳାଳି, ଅଫିସିଆଲ ଓ ଦର୍ଶକଙ୍କୁ ଶ୍ରେଷ୍ଠ ସୁବିଧା ପ୍ରଦାନ ପାଇଁ ଆମେ ସର୍ବଦା ଚେଷ୍ଟା କରିଥିଲୁ ବୋଲି କହିଛନ୍ତି ହକି ଇଣ୍ଡିଆ ସଭାପତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍‌ ଇଣ୍ଡିଆ

କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍‌ର ପ୍ରଥମ ଦିନ ଦେବଦତ୍ତ…

କାନିଜ୍‌ସା ଓପନ୍‌ ଚେସ୍‌ ଟାଇଟଲ ହାସଲ କଲେ ପ୍ରଣେଶ

କାନିଜ୍‌ସା(ହଙ୍ଗେରୀ),୨୪ା୮: ଜର୍ମାନୀର ଭାଦିମ ପେତ୍ରୋଭସ୍କିଙ୍କ ବିପକ୍ଷରେ ଏକ ରୋମାଞ୍ଚକ ବିଜୟ ହାସଲ କରି ଭାରତୀୟ ଗ୍ରାଣ୍ଡମାଷ୍ଟର ପ୍ରଣେଶ ଏମ୍‌ ସମ୍ମାନଜନକ କାନିଜ୍‌ସା ଓପନ ଚେସ୍‌ ଟାଇଟଲ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri