ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ନାମଲେଖା ପାଇଁ ଆବେଦନ ତାରିଖ ବୃଦ୍ଧି

ଭୁବନେଶ୍ୱର,୨୦।୧୧: ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ନାମଲେଖା ପାଇଁ ପ୍ରବେଶିକା ପରୀକ୍ଷା ଆବେଦନ ତାରିଖକୁ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଆସନ୍ତା ଶିକ୍ଷାବର୍ଷ ପାଇଁ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ଏବଂ ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାଳୟ ପ୍ରବେଶିକା ପରୀକ୍ଷା ପାଇଁ ଏହି ବର୍ଦ୍ଧିତ ସମୟସୀମା ଲାଗୁ ହେବ।

ସୂଚନାଯୋଗ୍ୟ, ଏଥିପାଇଁ ଆବେଦନ କରିବାର ସମୟସୀମା ଆଜି ଶେଷ ତାରିଖ ଥିଲା । ଆସନ୍ତାବର୍ଷ ଜାନୁୟାରୀ ମାସରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୱେବ୍‌ସାଇଟ୍‌ରେ ପରୀକ୍ଷା ପ୍ରବେଶପତ୍ର ଉପଲବ୍ଧ ହେବ ବୋଲି ଜଣାପଡ଼ିଛି । ରାଜ୍ୟର ୩୧୩ଟି ବ୍ଲକରେ ୩୧୪ଟି ଆଦର୍ଶ ବିଦ୍ୟାଳୟ ସହିତ ରାଜ୍ୟ ଖଣି ନିଗମର ଖଣି ଅଞ୍ଚଳଗୁଡ଼ିକରେ ୫ଟି ମାଇନିଂ ଆଦର୍ଶ ବିଦ୍ୟାଳୟ ଚାଲିଛି।

ଏହିସବୁ ବିଦ୍ୟାଳୟଗୁଡ଼ିକରେ ୫୦ ପ୍ରତିଶତ ସ୍ଥାନ ଛାତ୍ରୀମାନଙ୍କ ପାଇଁ ସଂରକ୍ଷିତ ରହିଛି । ସବିଶେଷ ସୂଚନା ଜାଣିବା ପାଇଁ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୱେବସାଇଟ୍‌ www.oav.edu.in ରେ ସମସ୍ତ ତଥ୍ୟ ଉପଲବ୍ଧ ଅଛି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୁ ସାମସନଙ୍କ ପାଇଁ ବନ୍ଦ ହେବ କି ବିଶ୍ୱକପ୍ ଦ୍ୱାର? କ୍ୟାପଟେନ୍ ସୂର୍ଯ୍ୟାଙ୍କ ସଙ୍କେତ ପରେ ଚର୍ଚ୍ଚା ଜୋର

ନୂଆଦିଲ୍ଲୀ,୪ା୨: ୨୦୨୬ ଟି-୨୦ ବିଶ୍ୱକପ୍ ପୂର୍ବରୁ ଅନୁଷ୍ଠିତ ଅଭ୍ୟାସ ମ୍ୟାଚ୍‌ରେ ଭାରତୀୟ ଦଳର ରଣନୀତି ଏକ ବଡ଼ ପରିବର୍ତ୍ତନର ସଙ୍କେତ ଦେଇଛି। ଦକ୍ଷିଣ ଆଫ୍ରିକା ବିପକ୍ଷ ଶେଷ…

ଭାରତରେ ‘ଡାଟା ସେଣ୍ଟର’ ଆଣିବ ନିଯୁକ୍ତିର ସୁଅ: ଇଣ୍ଟରନେଟ୍ ଯୁଗ ପରି ଆସିବ ବିପ୍ଳବ

ନୂଆଦିଲ୍ଲୀ,୪ା୨: ଭାରତରେ ନିଯୁକ୍ତିର ବନ୍ୟା ସୃଷ୍ଟି କରିବ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI)। ଆଗାମୀ ଦିନରେ ‘ଡାଟା ସେଣ୍ଟର’ଗୁଡ଼ିକ ବ୍ୟାପକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ। ପୂର୍ବରୁ ଦେଶରେ…

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

୧୯ ବର୍ଷରୁ କମ ବିଶ୍ବକପ୍‌: ଦଶମ ଥର ଫାଇନାଲରେ ଭାରତ, ଜାଣନ୍ତୁ କେଉଁଠି ଦେଖିବେ

ନୂଆଦିଲ୍ଲୀ,୪ା୨: ଆଇସିସି ୧୯ ବର୍ଷରୁ କମ ବିଶ୍ବକପ୍‌ରେ ଭାରତର ଦବଦବା ଜାରି ରହିଛି। ବୁଧବାର ଅନୁଷ୍ଠିତ ଦ୍ୱିତୀୟ ସେମିଫାଇନାଲରେ ଭାରତୀୟ ଦଳ ଆଫଗାନିସ୍ତାନକୁ ୭ ୱିକେଟରେ ପରାସ୍ତ…

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ମୃତଦେହ ଜବତ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଜକରାପଲ୍ଲୀ ଗ୍ରାମରେ ଯୌତୁକ ପାଇଁ ସନ୍ଧ୍ୟା ବିଷୋୟୀଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri