କଟକ,୩୦ା୮(ସୁପ୍ରିୟା ପ୍ରିୟଦର୍ଶିନୀ): ମାଟ୍ରିକ-୨୦୨୫ ପରୀକ୍ଷା ନିମନ୍ତେ ଛାତ୍ରୀଛାତ୍ରଙ୍କ ପାଇଁ ପଞ୍ଜୀକରଣ ଅବଧି ବୃଦ୍ଧି କରାଯାଇଛି। ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ସେପ୍ଟେମ୍ବର ୨ ତାରିଖ ପର୍ଯ୍ୟନ୍ତ ନବମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ନାମ ପଞ୍ଜୀକରଣ ହୋଇପାରିବ। ସମସ୍ତ ବିଦ୍ୟାଳୟଗୁଡ଼ିକର ପ୍ରଧାନଶିକ୍ଷକ ବୋର୍ଡ ଦ୍ୱାରା ଜାରି କରାଯାଇଥିବା ନିର୍ଦ୍ଦେଶାବଳୀ ଅନୁଯାୟୀ ପଞ୍ଜୀକରଣ କରିବାକୁ ବୋର୍ଡ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ସୂଚନାଥାଉକି, ଅଗଷ୍ଟ ୧୮ରୁ ୨୮ତାରିଖ ପର୍ଯ୍ୟନ୍ତ ଅନ୍ଲାଇନ ମାଧ୍ୟମରେ ନବମ ଶ୍ରେଣୀ ଛାତ୍ରୀଛାତ୍ରମାନଙ୍କ ମାଟ୍ରିକ ପରୀକ୍ଷା ପାଇଁ ପଞ୍ଜୀକରଣ ପ୍ରକ୍ରିୟା ହୋଇଥିଲା। ପ୍ରଧାନଶିକ୍ଷକମାନେ ସ୍କୁଲର ୟୁଜର ଆଇଡି ଏବଂ ପାସୱାର୍ଡ ବ୍ୟବହାର କରି ସ୍କୁଲର ସମସ୍ତ ତଥ୍ୟ, ଛାତ୍ରୀଛାତ୍ରଙ୍କ ତଥ୍ୟ ଓ ରୋଲ ନମ୍ବର ଆଦି ଦାଖଲ କରି ନାମ ପଞ୍ଜୀକରଣ କରାଇଥିଲେ। ମାତ୍ର ଏହି ସମୟରେ ବହୁ ଛାତ୍ରୀଛାତ୍ରଙ୍କ ନାମ ପଞ୍ଜିକୃତ ହୋଇପାରି ନ ଥିବାରୁ ଅବଧି ବୃଦ୍ଧି ପାଇଁ ନିଷ୍ପତ୍ତି ନିଆଯାଇଥିବା ବୋର୍ଡ ପକ୍ଷରୁ ସୂଚନା ମିଳିଛି।
Posted inHome Left, ଆମ ଜିଲା ଖବର, କଟକ, ରାଜ୍ୟ View All
୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…
ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…
ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…
ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…
ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…
ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…
ଫସିଗଲେ ଡେଭିଡ୍ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ
ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…
ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ
ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…
ରାଜ୍ୟସଭା କ୍ରସ୍ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ
ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…
ଆମେରିକା ରେଡ୍ ଲାଇନ୍ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ
ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍ଲାଇନ୍ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…
ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ
କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…
Archives

