Odisha Elections 2024

ମାଟ୍ରିକ ପରୀକ୍ଷା-୨୦୨୫ ଛାତ୍ରୀଛାତ୍ରଙ୍କ ପଞ୍ଜୀକରଣ ଅବଧି ବୃଦ୍ଧି

କଟକ,୩୦ା୮(ସୁପ୍ରିୟା ପ୍ରିୟଦର୍ଶିନୀ): ମାଟ୍ରିକ-୨୦୨୫ ପରୀକ୍ଷା ନିମନ୍ତେ ଛାତ୍ରୀଛାତ୍ରଙ୍କ ପାଇଁ ପଞ୍ଜୀକରଣ ଅବଧି ବୃଦ୍ଧି କରାଯାଇଛି। ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ସେପ୍ଟେମ୍ବର ୨ ତାରିଖ ପର୍ଯ୍ୟନ୍ତ ନବମ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ନାମ ପଞ୍ଜୀକରଣ ହୋଇପାରିବ। ସମସ୍ତ ବିଦ୍ୟାଳୟଗୁଡ଼ିକର ପ୍ରଧାନଶିକ୍ଷକ ବୋର୍ଡ ଦ୍ୱାରା ଜାରି କରାଯାଇଥିବା ନିର୍ଦ୍ଦେଶାବଳୀ ଅନୁଯାୟୀ ପଞ୍ଜୀକରଣ କରିବାକୁ ବୋର୍ଡ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ସୂଚନାଥାଉକି, ଅଗଷ୍ଟ ୧୮ରୁ ୨୮ତାରିଖ ପର୍ଯ୍ୟନ୍ତ ଅନ୍‌ଲାଇନ ମାଧ୍ୟମରେ ନବମ ଶ୍ରେଣୀ ଛାତ୍ରୀଛାତ୍ରମାନଙ୍କ ମାଟ୍ରିକ ପରୀକ୍ଷା ପାଇଁ ପଞ୍ଜୀକରଣ ପ୍ରକ୍ରିୟା ହୋଇଥିଲା। ପ୍ରଧାନଶିକ୍ଷକମାନେ ସ୍କୁଲର ୟୁଜର ଆଇଡି ଏବଂ ପାସୱାର୍ଡ ବ୍ୟବହାର କରି ସ୍କୁଲର ସମସ୍ତ ତଥ୍ୟ, ଛାତ୍ରୀଛାତ୍ରଙ୍କ ତଥ୍ୟ ଓ ରୋଲ ନମ୍ବର ଆଦି ଦାଖଲ କରି ନାମ ପଞ୍ଜୀକରଣ କରାଇଥିଲେ। ମାତ୍ର ଏହି ସମୟରେ ବହୁ ଛାତ୍ରୀଛାତ୍ରଙ୍କ ନାମ ପଞ୍ଜିକୃତ ହୋଇପାରି ନ ଥିବାରୁ ଅବଧି ବୃଦ୍ଧି ପାଇଁ ନିଷ୍ପତ୍ତି ନିଆଯାଇଥିବା ବୋର୍ଡ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ନିର୍ବାଚନୀ ହିଂସା: କଡ଼ା ନିର୍ଦ୍ଦେଶ ଦେଲେ ଡିଜିପି ଅରୁଣ ଷଡ଼ଙ୍ଗୀ

କଟକ,୧୭।୫(ଅସମାପିକା ସାହୁ): ଏକ ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ (SIT)ଖଲ୍ଲିକୋଟ ହତ୍ୟା ମାମଲାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବ ବୋଲି ଡିଜିପି ଅରୁଣ କୁମାର ଷଡ଼ଙ୍ଗୀ ନିର୍ଦ୍ଦେଶ ଦେଇଛନ୍ତି।...

କଂଗ୍ରେସର ପ୍ରଚାର ଜୋରଦାର , ଭୋଟରଙ୍କ ମନମୋହୁଛନ୍ତି ଚିତ୍ରସେନ

ପୁରୁଷୋତ୍ତମପୁର,୧୭।୫ (ସିମାଞ୍ଚଳ ମିଶ୍ର): ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀରେ କଂଗ୍ରେସ,ବିଜେଡି ଓ ଭାଜପା ମଧ୍ୟରେ ତ୍ରୀମୁଖି ଲଢେଇ ହେଉଥିବାବେଳେ ପ୍ରଚାରରେ କଂଗ୍ରେସ ପ୍ରାର୍ଥୀ ଚିତ୍ରସେନ ବେହେରା (ଉଜଳ)...

ଭାଜପାରୁ ବିଦା ହେଲେ ବରିଷ୍ଠ ନେତା ବିଜୟ ମହାପାତ୍ର; ଶାରଦା- ରାକେଶ ବି ବହିଷ୍କୃତ

ଭୁବନେଶ୍ୱର,୧୭।୫: ଭାଜପାରୁ ବିଦା ହେଲେ ବରିଷ୍ଠ ନେତା ବିଜୟ ମହାପାତ୍ର। ସେହିଭଳି ମାହାଙ୍ଗାର ଶାରଦା ପ୍ରଧାନ ଏବଂ ସୋରର ରାକେଶ ମଲ୍ଲିକ ମଧ୍ୟ ଭାଜପାରୁ ବହିଷ୍କୃତ...

ଭତ୍ତା କହି ସରପଞ୍ଚଙ୍କ ସ୍ବାମୀ ଭୋଟ ପାଇଁ ବାଣ୍ଟୁଛନ୍ତି ଟଙ୍କା

ହାଟଡିହୀ,୧୭l୫(ଶୁଭକାନ୍ତ ନାୟକ)କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କଳିଙ୍ଗା ପଞ୍ଚାୟତରେ ନିର୍ବାଚନ ଆଚରଣ ବିଧି ଉଲଂଘନ ଅଭିଯୋଗ ହୋଇଛି। ପଞ୍ଚାୟତର ସରପଞ୍ଚ ହେମଲତା ଜେନାଙ୍କ ସ୍ବାମୀ ପୀତବାସ...

ଘୋଷଣା ହେଲା ପିଜି ପ୍ରବେଶିକା ପରୀକ୍ଷା ତାରିଖ, ଜାଣନ୍ତୁ…

ଭୁବନେଶ୍ୱର,୧୭।୫: ରାଜ୍ୟରେ ପୋଷ୍ଟ ଗ୍ରାଜୁଏଟ(ପିଜି) ପଢିବାକୁ ଇଚ୍ଛୁକ ଥିବା ଛାତ୍ରଛାତ୍ରୀଙ୍କ ପାଇଁ ଆସିଛି ବଡ ଖବର । ଆସିଲା ପିିଜି ପ୍ରବେଶିକା ପରୀକ୍ଷାର ତାରିଖ ।...

ଅଭୟାରଣ୍ୟ ପରିଧୀରେ ମଦ ଆଡ୍ଡା, ଜବତ ହେଲା ୧୬୧୮ ଲିଟର ଦେଶୀ ମହୁଲି ମଦ

ହାଟଡିହୀ,୧୭l୫(ଶୁଭକାନ୍ତ ନାୟକ), କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଅଧୀନରେ ୫ଟି ଥାନା ରହିଛି l ଚଳିତ ମାସ ଗତ ୧୪ ତାରିଖ ହାଟଡିହୀ ବ୍ଲକ ସୋସୋ...

ଗର୍ଜିଲେ ଶାହା, କହିଲେ…

ରାଉରକେଲା,୧୭।୫: ରାଉରକେଲାରେ ପହଞ୍ଚି ବିଜେଡିକୁ ଆକ୍ରମଣାତ୍ମକ ଢଙ୍ଗରେ ଟାର୍ଗେଟ କରିଛନ୍ତି ଗୃହ ମନ୍ତ୍ରୀ ଅମିତ ଶାହା। ସିଧାସଳଖ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରି...

ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି, ପୁରୀରେ କରିବେ…

ଭୁବନେଶ୍ୱର,୧୭।୫: ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ । ୧୯ତାରିଖ ରବିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri