ଧାର୍ଯ୍ୟ ସମୟରେ ସରିବ ନାହିଁ ସମ୍ପ୍ରସାରଣ

ଢେଙ୍କାନାଳ ଅଫିସ,୧୭।୩: କଟକ, ଢେଙ୍କାନାଳ, ଅନୁଗୋଳ ଏବଂ ସମ୍ବଲପୁର ଜିଲାବାସୀଙ୍କ ଜୀବନରେଖା ଭାବେ ପରିଚିତ ବ୍ୟସ୍ତବହୁଳ ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟ ଆହୁରି ବିଳମ୍ବିତ ହେବ। ବିଭିନ୍ନ ସ୍ଥାନରେ କାମ ଅଧାପନ୍ତରିଆ ହୋଇ ପଡ଼ିଥିବାରୁ ନିର୍ଦ୍ଧାରିତ ସମୟସୀମା ଅର୍ଥାତ୍‌ ମାର୍ଚ୍ଚ ୩୧ ସୁଦ୍ଧା ରାସ୍ତା କିପରି ପୂର୍ଣ୍ଣାଙ୍ଗ ରୂପ ନେବ ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଅନ୍ୟପଟେ ବ୍ୟାପକ ଦୁର୍ନୀତି ଯୋଗୁ ଏନ୍‌ଏଚ୍‌ କାର୍ଯ୍ୟରେ ଏଭଳି ଅହେତୁକ ବିଳମ୍ବ ହୋଇଥିବା ସ୍ପଷ୍ଟ ହେବାରେ ଲାଗିଛି। ଏହାର ସିବିଆଇ ତଦନ୍ତ କରାଗଲେ ବଡ଼ଧରଣର ଅନିୟମିତତା ପଦାକୁ ଆସିବ ବୋଲି ବୁଦ୍ଧିଜୀବୀ ମହଲରେ ଦାବି ହୋଇଛି।
ଢେଙ୍କାନାଳସ୍ଥିତ ଜାତୀୟ ରାଜପଥ ପ୍ରାଧିକରଣ କାର୍ଯ୍ୟାଳୟର ତତ୍କାଳୀନ ପ୍ରକଳ୍ପ ନିର୍ଦ୍ଦେଶକ ଏସ୍‌. ରାଓ ସମ୍ପ୍ରସାରଣରେ ନିୟୋଜିତ ଠିକାସଂସ୍ଥାକୁ ଅହେତୁକ ଅନୁକମ୍ପା ଦେଖାଇ ଅଗ୍ରୀମ ଅର୍ଥ ପ୍ରଦାନ କରିଥିବା ଅଭିଯୋଗ ହୋଇଥିଲା। ଏହାସତ୍ତ୍ୱେ କାମ ଯେଉଁଭଳି ଭାବେ ଅଗ୍ରଗତି ହେବା କଥା, ତାହା ହୋଇ ନ ଥିଲା। ସମ୍ପ୍ରସାରଣ କାର୍ଯ୍ୟ ୨-୩ ବର୍ଷ ବିଳମ୍ବିତ ହେବା ସହ ଦୁର୍ଘଟଣାରେ ବହୁ ଧନଜୀବନ ହାନି ହୋଇଥିଲା। ଏହାକୁ ନେଇ ଢେଙ୍କାନାଳର ଯୁବ ସାମାଜିକ କର୍ମୀ ରାଜକିଶୋର ବେହେରା ପ୍ରଧାନମନ୍ତ୍ରୀ, କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ, ଏନ୍‌ଏଚ୍‌ଏଆଇ କର୍ତ୍ତୃପକ୍ଷ, ରାଜ୍ୟ ମୁଖ୍ୟ ଶାସନ ସଚିବ ଓ ଜିଲାପାଳଙ୍କୁ ଟୁଇଟ୍‌ କରି ଜଣାଇଥିଲେ। ଏନ୍‌ଏଚ୍‌ଏଆଇ କର୍ତ୍ତୃପକ୍ଷ ଅଭିଯୋଗର ଆନ୍ତଃବିଭାଗୀୟ ତଦନ୍ତ କରିବା ପରେ ରାସ୍ତା କାର୍ଯ୍ୟରେ ବ୍ୟାପକ ଅନିୟମିତତା ହୋଇଥିବା ସ୍ପଷ୍ଟ ହୋଇଥିଲା। କାର୍ଯ୍ୟାନୁଷ୍ଠାନ ସ୍ବରୂପ ତତ୍କାଳୀନ ପ୍ରକଳ୍ପ ନିର୍ଦ୍ଦେଶକ ରାଓଙ୍କ ସମେତ ଅନ୍ୟ ଜଣେ ଅଧିକାରୀଙ୍କୁ ନିଲମ୍ବିତ କରାଯାଇଥିଲା। ଠିକାସଂସ୍ଥାର ଟେଣ୍ଡର ବାତିଲ ହୋଇଥିଲା।
ତେବେ ଏଥିପୂର୍ବରୁ ସମ୍ପୃକ୍ତ ଠିକାସଂସ୍ଥା ଚୁକ୍ତିନାମା ଅନୁଯାୟୀ ନିର୍ଦ୍ଧାରିତ ସମୟ ମଧ୍ୟରେ ରାସ୍ତା ସମ୍ପ୍ରସାରଣ କାମ ଶେଷ କରିପାରି ନ ଥିଲା। ଏପରି କି ଦୁଇଥର ସମୟ ଅବଧି ବୃଦ୍ଧି ସତ୍ତ୍ୱେ ୩୦%ରୁ କମ୍‌ କାମ ସମ୍ପୂର୍ଣ୍ଣ ହୋଇପାରିଥିଲା। ଏହାସତ୍ତ୍ୱେ ଠିକାସଂସ୍ଥା ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନ ଥିଲା କିମ୍ବା ନୂତନ ଟେଣ୍ଡର ହୋଇ ନ ଥିଲା। ଏପରି କି ଉକ୍ତ ଠିକାସଂସ୍ଥା ସମ୍ପୃକ୍ତ ଅଧିକାରୀଙ୍କୁ ହାତ କରି ଅଗ୍ରୀମ ଆକାରରେ ଅଧିକ ଟଙ୍କା ହାତେଇବାରେ ସକ୍ଷମ ହୋଇଥିଲା। କେବଳ ଏତିକି ନୁହେଁ, ଠିକାସଂସ୍ଥା ନିଜ ପସନ୍ଦର ଅନ୍ୟ ୩ ଠିକାଦାରଙ୍କୁ ସମ୍ପ୍ରସାରଣ କାର୍ଯ୍ୟ ସବ୍‌ଲେଟ୍‌ ଆକାରରେ ଦେଇଥିବା ଅଭିଯୋଗ ହୋଇଛି, ଯାହାକି ତଦନ୍ତ ସାପେକ୍ଷ। ଏହାର ସିବିଆଇ ତଦନ୍ତ କରାଗଲେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ପଦାକୁ ଆସିବ ବୋଲି ପୂର୍ବତନ ନଗରପାଳ ସୁରେନ୍ଦ୍ର ମିଶ୍ର ଦାବି କରିଛନ୍ତି ା
ସୂଚନାଯୋଗ୍ୟ, ୫୫ନଂ. ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟରେ ବିଳମ୍ବକୁ ନେଇ ଅସନ୍ତୋଷ ଚରମ ସୀମାରେ ପହଞ୍ଚତ୍ଛି। ଏହାକୁ ନେଇ ବିଗତ ଦିନରେ ଢେଙ୍କାନାଳ ଓ ଅନୁଗୋଳ ଜିଲାର ଓକିଲ ସଂଘ ସମେତ ବିଭିନ୍ନ ସଙ୍ଗଠନ ପକ୍ଷରୁ ଆନ୍ଦୋଳନ କରାଯାଇଛି। ଏପରି କି ଜିଲାର ଜନପ୍ରତିନିଧିମାନେ ମଧ୍ୟ ସ୍ବର ଉଠାଇଛନ୍ତି। କାର୍ଯ୍ୟ ଅଗ୍ରଗତିର ତଦାରଖ କରିବାକୁ ଏକ ଉଚ୍ଚସ୍ତରୀୟ କମିଟି ଗଠିତ ହୋଇଛି। ତଥାପି ଏହାକୁ ଏନ୍‌ଏଚ୍‌ଏଆଇ କର୍ତ୍ତୃପକ୍ଷ ହେୟଜ୍ଞାନ କରି ଚାଲିଛନ୍ତି, ଯାହା ଜାତୀୟ ରାଜପଥରେ ଗମନାଗମନକୁ ଯନ୍ତ୍ରଣାମୟ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ବୀରେନ୍ଦ୍ର ସେହୱାଗଙ୍କ ପୁଅଙ୍କୁ ମିଳିଲା ବଡ଼ ଦାୟିତ୍ବ, ଏହି ଦଳର ହେବେ ଅଧିନାୟକ

ନୂଆଦିଲ୍ଲୀ,୪।୧୦: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ଓପନର୍‌ ବୀରେନ୍ଦ୍ର ସେହୱାଗଙ୍କ ୧୮ ବର୍ଷୀୟ ପୁଅ ଆର୍ଯ୍ୟବୀର ସେହୱାଗଙ୍କୁ ଘରୋଇ କ୍ରିକେଟ୍‌ରେ ବଡ଼ ଦାୟିତ୍ୱ ମିଳିଛି । ଆଗାମୀ…

FSSAI ର ବଡ଼ କାର୍ଯ୍ୟାନୁଷ୍ଠାନ: ‘କ୍ରିଏଟିଭ୍ ବେକର୍ସ’ର ଲାଇସେନ୍ସ ନିଲମ୍ବିତ, ‘ଏଭରେଷ୍ଟ ଜିରା ପାଉଡର’ ବଜାରରୁ ପ୍ରତ୍ୟାହାର ନିର୍ଦ୍ଦେଶ

ନୂଆଦିଲ୍ଲୀ,୪।୧୦: ଖାଦ୍ୟ ସୁରକ୍ଷା ନିୟମର କଡ଼ା ଉଲ୍ଲଂଘନ ଅଭିଯୋଗରେ ଫୁଡ୍ ସେଫ୍ଟି ଆଣ୍ଡ ଷ୍ଟାଣ୍ଡାର୍ଡସ ଅଥରିଟି ଅଫ୍ ଇଣ୍ଡିଆ (FSSAI) ଦୁଇଟି ପ୍ରମୁଖ ଖାଦ୍ୟ ପ୍ରସ୍ତୁତକାରୀ କମ୍ପାନୀ…

ମିଳିଲାନି ଷ୍ଟ୍ରେଚର, ଦିବ୍ୟାଙ୍ଗ ଭାଇଙ୍କୁ ପିଠିରେ ବୋହି ୱାର୍ଡକୁ ନେଲେ ଭଉଣୀ, ଭିଡିଓ ଦେଖିଲେ ଥରିଉଠିବ….

ଭୋପାଳ,୪ା୧୦: ସରକାରୀ ହସ୍ପିଟାଲରେ ରୋଗୀଙ୍କୁ ମିଳୁଥିବା ସୁବିଧାକୁ ନେଇ ପୁଣି ପ୍ରଶ୍ନ ଉଠିଛି । ମଧ୍ୟପ୍ରଦେଶର ଗୁନା ଜିଲାରୁ ଏଭଳି ଏକ ଭିଡିଓ ସାମ୍ନାକୁ ଆସିଛି, ଯାହା…

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଆଦିତ୍ୟଙ୍କ ସହ ମୁମ୍ବାଇ ଛାଡ଼ିଲେ ୟାମି ଗୌତମ? କାହିଁକି ଏତେ ବଡ଼ ନିଷ୍ପତ୍ତି ନେଲେ ଏହି ଦମ୍ପତ୍ତି? ଜାଣନ୍ତୁ…

ମୁମ୍ବାଇ: ଆଦିତ୍ୟ ଧର ହେଉଛନ୍ତି ବଲିଉଡର ଜଣେ ପ୍ରତିଷ୍ଠିତ ନିର୍ଦ୍ଦେଶକ, ଯିଏ ‘ଉରି: ଦ ସର୍ଜିକାଲ ଷ୍ଟ୍ରାଇକ’ (Uri: The Surgical Strike) ଭଳି ଲୋକପ୍ରିୟ ଚଳଚ୍ଚିତ୍ର…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?