କାଳବୈଶାଖୀରେ ବ୍ୟାପକ କ୍ଷୟକ୍ଷତି

ଆସିକା/ହିଞ୍ଜିଳିକାଟୁ/ ପାରଳାଖେମୁଣ୍ଡି, ୨୨ା୫(ଡି.ଏନ୍‌.ଏ.): ଆସିକା ଅଞ୍ଚଳରେ ରବିବାର ଅପରାହ୍ନରେ କାଳବୈଶାଖୀ ଯୋଗୁ ପ୍ରବଳ ବେଗରେ ପବନ ବୋହିଥିଲା। ଏହାର ପ୍ରଭାବରେ ବହୁ ସ୍ଥାନରେ ବଡ଼ ବଡ଼ ଡାଳ ସବୁ ଭାଙ୍ଗିପଡ଼ିଛି। ଆସିକା ଏନ୍‌ଏସିର ରେଡିକା ସାହିଠାରେ ନିଜ ପରିବାର ସହ ରହୁଥିବା ତ୍ରିନାଥ ମହାରଣାଙ୍କ ଘର ଉପରେ ବଡ଼ ଗଛଡାଳ ଭାଙ୍ଗି ପଡ଼ିବାରୁ ଦୁଇ ବଖରା ଆଜବେଷ୍ଟସ ଛାତ ଭାଙ୍ଗିଯାଇଛି। ଏହି ସମୟରେ ତ୍ରିନାଥ ଓ ତାଙ୍କ ସ୍ତ୍ରୀ, ପୁଅ ବୋହୂ ଓ ଦୁଇଜଣ ଶିଶୁ ଘରେ ଥିଲେ ମଧ୍ୟ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି। ଖବର ପାଇ ଆସିକା ଏନ୍‌ଏସି ଅଧ୍ୟକ୍ଷା ବିନେତା ସ୍ବାଇଁ, ନିର୍ବାହୀ ଅଧିକାରୀ ଲୋକନାଥ ବେଜ୍‌ ପହଞ୍ଚତ୍ କ୍ଷତିଗ୍ରସ୍ତ ପରିବାରକୁ କିଛି ଆର୍ଥତ୍କ ସହାୟତା ଦେବା ସହ ସରକାରୀ ସହାୟତା ଲାଗି କର୍ତ୍ତୃପକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିବେ ବୋଲି କହିଛନ୍ତି। ଅଗ୍ନିଶମ ଦଳ ଘଟଣାସ୍ଥଳରେ ପହଞ୍ଚତ୍ ଭାଙ୍ଗିଥିବା ଗଛ ଡାଳସବୁ କାଟି ବାହାର କରିଥିଲେ।
ହିଞ୍ଜିଳିକାଟୁରେ କାଳବୈଶାଖି ପ୍ରଭାବରେ ବର୍ଷା, ପବନ କାରଣର ବିଭିନ୍ନ ସ୍ଥାନରେ ଗଛ ଉପୁଡ଼ି ଯିବା ସହ ଚାଳଛପର ଉଡିଯାଇଛି। ବିଜୁପଟ୍ଟନାୟକ ଛକ ପରିବା ବଜାରରେ ଥିବା ଅସ୍ଥାୟୀ ଦୋକାନ ପାଲ ଛପର ଉଡ଼ିଯାଇଛି। ଏଥି ସହିତ ହିଞ୍ଜିଳିକାଟୁ ଲକ୍ଷ୍ମୀନୃସିଂହ ବଣିକସଂଘ ଦୁର୍ଗା ମଣ୍ଡପ ନିକଟରେ ଏନ୍‌ଏଚ୍‌ ନଂ.୫୯ ଉପରେ ଡିଭାଇଡରରେ ଥିବା ବିଦ୍ୟୁତ୍‌ ଖୁଣ୍ଟ ଲୋଟି ପଡିଥିଲା। ଫଳରେ ବହୁ ସମୟ ଧରି ଯାନବାହାନ ଚଳାଚଳରେ ବାଧା ସୃଷ୍ଟି ହୋଇଥିଲା । ହିଞ୍ଜିଳିକାଟୁ ପୌରପରିଷଦ କର୍ମଚାରୀମାନେ ପହଞ୍ଚି ଲାଇଟ ଖିଣ୍ଟକୁ ରାସ୍ତାରୁ ହରାଇଥିଲେ।
ସେହିପର ଗଜପତି ଜିଲାର ବିଭିନ୍ନ ସ୍ଥାନରେ ରବିବାର କାଳବୈଶାଖୀର ପ୍ରଭାବରେ ପବନ ସାଙ୍ଗକୁ ବର୍ଷା ହେବାରୁ ବଡ଼ବଡ଼ ଗଛ ଓ ବିଦ୍ୟୁତ୍‌ ଖୁଣ୍ଟ ପଡି ରାସ୍ତା ଅବରୋଧ ହେବା ସହ ବାସଗୃହ ନଷ୍ଟ ହୋଇଛି। କାଶୀନଗର ବ୍ଲକର ରାଣୀପେଣ୍ଟ ଗ୍ରାମ ନିକଟରେ ରାସ୍ତାରେ ଥିବା ଏକ ବଡ଼ ଗଛ ପଡିଯିବା ସହ ପବନର ପ୍ରଭାବରେ ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗି ରାସ୍ତା ଉପରେ ପଡିଥିବା ଦେଖିବାକୁ ମିଳିଛି। ସେହିପରି ସିଦ୍ଧାମଡଙ୍ଗ ଗ୍ରାମରେ ମଧ୍ୟ ଏକ ଗଛ ପଡି ବାସଗୃହ ଭାଙ୍ଗିଯାଇଛି। ଫଳରେ କାଶୀନଗର ଓ ପାରଳାଖେମୁଣ୍ଡି ମୁଖ୍ୟ ରାସ୍ତା ଅବରୋଧ ହୋଇଛି। ସ୍ଥାନୀୟ ଗ୍ରାମବାସୀ ଓ ଅଗ୍ନିଶମ ବିଭାଗର କର୍ମଚାରୀ ମିଳିତ ଭାବେ ରାସ୍ତାରୁ ଗଛଗୁଡିକୁ ବାହାର କରୁଛନ୍ତି। ସେହିଭଳି ନୂଆଗଡ଼ ବ୍ଲକର ଖଜୁରିପଦା ଗ୍ରାମ ନିକଟ ରାସ୍ତାକଡ଼ରେ ଗଛ ପଡି କିଛି ସମୟ ପାଇଁ ରାସ୍ତା ଅବରୋଧ ହୋଇଥିଲା। ପରେ ଯୁଦ୍ଧକାଳୀନ ଭିତ୍ତିରେ ଅଗ୍ନିଶମ ବିଭାଗ କର୍ମଚାରୀ ଓ ଅଞ୍ଚଳବାସୀମାନେ ଅବରୋଧ କରିଥିବା ଗଛ ଗୁଡିକୁ ହଟାଇବା ପାଇଁ ଚେଷ୍ଟା କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ସେ ଅଭିନେତ୍ରୀ, ଯାହାଙ୍କୁ ୬୨ ବର୍ଷ ବୟସରେ ଦ୍ୱିତୀୟ ବିବାହ କରିବାକୁ ଯୋଜନା କରୁଛନ୍ତି ଗୋବିନ୍ଦା? ସ୍ତ୍ରୀଙ୍କ ଖୁଲାସା ପରେ…

ମୁମ୍ବାଇ: ଆଜିକାଲି ନିଜର କର୍ମ ଜୀବନକୁ ନେଇ କମ୍‌ ବରଂ ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ରହୁଛନ୍ତି ବଲିଉଡ ସୁପରଷ୍ଟାର ଗୋବିନ୍ଦା। ୬୨ ବର୍ଷ ବୟସରେ…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

କ୍ଷେତମୁଣ୍ଡଳି ରାସ୍ତାରେ ୨ କଲରାପତରିଆ ବାଘ ଛୁଆ: ଘୁମୁସର ଉତ୍ତର ବନଖଣ୍ଡରେ ବଢ଼ୁଛି ବନ୍ୟପ୍ରାଣୀଙ୍କ ଚଳପ୍ରଚଳ

ଭଞ୍ଜନଗର, ୨୧।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ଅନ୍ତର୍ଗତ କ୍ଷେତମୁଣ୍ଡଳି-ତିରିକୁପା ରାସ୍ତାରେ ଶୁକ୍ରବାର ସନ୍ଧ୍ୟାରେ ଦୁଇଟି କଲରାପତରିଆ ବାଘ ଛୁଆ ରାସ୍ତା…

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri