ଓଡ଼ିଶା ଦିବସ ପାଇଁ ବ୍ୟାପକ ପ୍ରସ୍ତୁତି

ଭୁବନେଶ୍ୱର,୧୦।୩(ବ୍ୟୁରୋ): ଚଳିତବର୍ଷ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସ୍ଥାନୀୟ ଉତ୍କଳ ମଣ୍ଡପରେ ପାଳନ କରାଯିବ। ଏହି ଅବସରରେ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଇତିହାସ ଏବଂ ଓଡ଼ିଶାର ବରପୁତ୍ରମାନଙ୍କ ସମ୍ପର୍କିତ ପ୍ରଦର୍ଶନୀ ସୂଚନା ଭବନରେ ଅନୁଷ୍ଠିତ ହେବ। ଏହି ପ୍ରଦର୍ଶନୀକୁ ସନ୍ଧ୍ୟାରେ ଉତ୍କଳ ମଣ୍ଡପରେ ଦର୍ଶକ ଓ ଛାତ୍ରୀଛାତ୍ରମାନେ ଦେଖିପାରିବେ। ଏଥିପାଇଁ ସେଠାରେ ଇ-ପ୍ରଦର୍ଶନୀ ବ୍ୟବସ୍ଥା କରାଯିବାକୁ ନିଷ୍ପତ୍ତି ହୋଇଛି। ଓଡ଼ିଶା ଦିବସ ପାଳନ ନିମନ୍ତେ ଲୋକସେବା ଭବନ ୨ୟ ମହଲା ସମ୍ମିଳନୀ କକ୍ଷରେ ଗୁରୁବାର ଅନୁଷ୍ଠିତ ବୈଠକରେ ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସବିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଏହି ନିଷ୍ପତ୍ତି ନିଆଯାଇଛି। ସେହିପରି ଜିଲାସ୍ତରରେ ଏହି ଉତ୍ସବକୁ ଅଧିକ ଭଲ ଭାବେ କରାଯିବା ସହ ୫-ଟି ରୂପାନ୍ତରିତ ସ୍କୁଲ ସମେତ ଅନ୍ୟ ସ୍କୁଲରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯାଇ ଓଡ଼ିଶା ଦିବସ ଉତ୍ସବ ପାଳନ କରାଯିବ। ତେବେ ପରୀକ୍ଷା ସମୟ ଥିବାରୁ ଏ କ୍ଷେତ୍ରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ବିଦ୍ୟାଳୟଗୁଡିକ ସହ ସମନ୍ବୟ ରଖି ଉତ୍ସବ ପାଳିବାକୁ ଗୁରୁତ୍ୱାରୋପ କରାଯାଇଛି। ଛାତ୍ରୀଛାତ୍ର ଓଡ଼ିଶାର ବରପୁତ୍ରମାନଙ୍କ ସମ୍ପର୍କରେ କିପରି ଅଧିକ ଜାଣିପାରିବେ ସେଥିପାଇଁ ସାମାଜିକ ଗଣମାଧ୍ୟମର ବ୍ୟବହାର ଉପରେ ଗୁରୁତ୍ୱ ଦିଆଯାଇଛି। ବୈଠକରେ ଏପ୍ରିଲ ୧ ସକାଳ ୬ରୁ ୭ଟା ମଧ୍ୟରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ପୂର୍ବକ ପ୍ରଭାତଫେରି କରାଯିବ। ସେହିଭଳି ସନ୍ଧ୍ୟା ୬ଟାରେ ଉତ୍କଳ ମଣ୍ଡପରେ ସାଧାରଣ ସଭା ଏବଂ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯିବ। ଅନ୍ୟପଟେ ସହରର ରାଜଭବନ, ବିଧାନସଭା ସୌଧ, ଲୋକସେବା ଭବନ, ରବୀନ୍ଦ୍ର ମଣ୍ଡପ, ସୂଚନା ଭବନ ସମେତ ଅନ୍ୟାନ୍ୟ ସରକାରୀ କୋଠାଗୁଡିକୁ ଆଲୋକ ସଜ୍ଜା କରାଯିବ। ଶାନ୍ତିଶୃଙ୍ଖଳା, ଟ୍ରାଫିକ, ସ୍ବଚ୍ଛତା ପାଇଁ ବିଶେଷ ଗୁରୁତ୍ୱ ଦିଆଯାଇଛି।
ନୂଆଦିଲ୍ଲୀ, କୋଲକାତା, ମୁମ୍ବାଇ ଭଳି ରାଜ୍ୟର ପ୍ରତ୍ୟେକ ଜିଲା ଓ ଉପଖଣ୍ଡ ସଦର ମହକୁମାରେ ଓଡ଼ିଶା ଦିବସକୁ ଆନନ୍ଦର ସହ ପାଳନ, ବିଭିନ୍ନ ସ୍ତରର ଛାତ୍ରୀଛାତ୍ରଙ୍କ ମଧ୍ୟରେ ଓଡ଼ିଆ ବକ୍ତୃତା ପ୍ରତିଯୋଗିତା କରାଯାଇ ପୁରସ୍କାର ବିତରଣ, ଭାରତୀୟ ରେଡକ୍ରସ, ଓଡିଶା ଶାଖା ତରଫରୁ ବିଭିନ୍ନ କ୍ଷେତ୍ରରେ ପୁରସ୍କାର ପ୍ରଦାନ, କାର୍ଯ୍ୟକ୍ରମ ପ୍ରସ୍ତୁତି ସହ ସହରରେ ଥିବା ଓଡ଼ିଶାର ବରପୁତ୍ରମାନଙ୍କର ପ୍ରତିମୂର୍ତ୍ତିସ୍ଥଳ ସଫେଇ ଓ ମାଲ୍ୟାର୍ପଣ, ଉତ୍କଳ ପ୍ରସଙ୍ଗ ଏବଂ ଓଡ଼ିଶା ରିଭ୍ୟୁର ସ୍ବତନ୍ତ୍ର ସଂଖ୍ୟା ପ୍ରକାଶନ ଏବଂ ଉନ୍ମୋଚନ ଆଦି ସମ୍ପର୍କରେ ବୈଠକରେ ଆଲୋଚନା କରାଯାଇ ନିଷ୍ପତ୍ତି ନିଆଯାଇଥିଲା। ବୈଠକରେ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ, ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ ସମେତ ବିଭିନ୍ନ ବିଭାଗର ବରିଷ୍ଠ ପଦାଧିକାରୀମାନେ ଉପସ୍ଥିତ ଥିଲେ। ସୂଚନା ଓ ଲୋକ ସମ୍ପର୍କ ବିଭାଗ ନିର୍ଦ୍ଦେଶକ ଇନ୍ଦ୍ରମଣି ତ୍ରିପାଠୀ ଓଡ଼ିଶା ଦିବସ ପାଳନ ସମ୍ପର୍କରେ ବିଭିନ୍ନ ପ୍ରସ୍ତାବ ରଖିଥିଲେ। ଗୃହ ବିଭାଗ ସ୍ବତନ୍ତ୍ର ଶାସନ ସଚିବ ଡ. ସନ୍ତୋଷ ବାଲା, ବିଡିଏ ଉପାଧ୍ୟକ୍ଷ ବଲୱନ୍ତ ସିଂ, ଓଡିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ରଞ୍ଜନ ଦାସ, ଡିସିପି ପ୍ରତୀକ ସିଂ, ସୂଚନା ଓ ଲୋକ ସମ୍ପର୍କ ବିଭାଗର ନିର୍ଦ୍ଦେଶକ(ବୈଷୟିକ) ସୁରେନ୍ଦ୍ରନାଥ ପରିଡା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?