ବଡଦିନ ପାଇଁ ବ୍ୟାପକ ପ୍ରସ୍ତୁତି: ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ, ୨୪।୧୨(ପ୍ରଦୀପ ବେହେରା)- ଆଉ ଗୋଟିଏ ଦିନ ପରେ ବଡଦିନ। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସାଜସଜ୍ଜା ସାଙ୍ଗକୁ ବ୍ୟାପକ ପ୍ରସ୍ତୁତି ହୋଇଛି। କିଛି ଦିନ ହେଲା ବିଭିନ୍ନ ମଣ୍ଡଳୀ ସମେତ ପ୍ରମୁଖ ଚର୍ଚ୍ଚଗୁଡ଼ିକରେ ପ୍ରାକ ଖ୍ରୀଷ୍ଟ ମାସ ପାଳନ ହୋଇଯାଇଛି । ଗାଁଠାରୁ ସହର ସବୁଠି ଚଳଚଞ୍ଚଳ ଲାଗିରହିଛି । ଖ୍ରୀଷ୍ଟ ଧର୍ମାବଲାମ୍ବୀଙ୍କ ଏହି ବଡ଼ ପର୍ବକୁ ଶାନ୍ତି ଶୃଙ୍ଖଳା ଏବଂ ଭାଇଚାରାରେ ପାଳନ କରିବା ପାଇଁ ରାଇକିଆ ପୋଲିସ ତରଫରୁ ଫ୍ଲାଗମାର୍ଚ୍ଚ କରାଯାଇଛି ।
ରାଇକିଆ ଥାନା ପରିସରରୁ ଫ୍ଲାଗମାର୍ଚ୍ଚରେ ପୋଲିସ ଏବଂ ସୁରକ୍ଷା କର୍ମୀମାନେ ଥାନାରୁ ବାହାରି ଦେରେଡାକିଆ ଛକ, ଚୁନପଲୀ ଛକ ଦେଇ ସହର ପରିକ୍ରମା କରିଥିଲେ । ଏହି ସମୟରେ ପୋଲିସ ପକ୍ଷରୁ ପାଟ୍ରୋଲିଂକୁ କଡ଼ାକଡି କରାଯିବା ସହିତ ବିଭିନ୍ନ ଚର୍ଚ୍ଚରେ ସୁରକ୍ଷା କର୍ମୀ ମୁତୟନ ଏବଂ ବିଭିନ୍ନ ଯାନବାହନ ମଧ୍ୟ ଯାଞ୍ଚ କରାଯିବ । ବଡ ଦିନ ଓ ନବ ବର୍ଷକୁ ଦୃଷ୍ଟିରେ ରଖି ପୂର୍ବରୁ ବ୍ଲକ ପରିସରରେ ବିଭିନ୍ନ ସମ୍ପ୍ରଦାୟର ବୁଦ୍ଧିଜୀବିଙ୍କୁ ନେଇ ସମନ୍ନୟ ଓ ଶାନ୍ତି ବୈଠକ ଆୟୋଜନ ହୋଇଥିବାବେଳେ ରାଇକିଆ ପୋଲିସ ସଦାସର୍ବଦା ଜନସାଧାରଣଙ୍କ ସାଥିରେ ଥିବା ସହ ସମସ୍ତ ପରିସ୍ଥିତି ଉପରେ ନଜର ରଖିଥିବା ନେଇ ଥାନା ଆଇଆଇସି ଆଶୁତୋଷ ପାଇକରାୟ ପ୍ରକାଶ କରିଛନ୍ତି।

 

Dharitri – Odisha’s No.1 Odia Daily

 

 


Enter your email to get our daily news in your inbox.

All Right Reserved By Dharitri.Com

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri