ବଡ଼ ଦିନକୁ ଶାନ୍ତିଶୃଙ୍ଖଳା ସହ ପାଳନ କରିବା ପାଇଁ ପୋଲିସ ତରଫରୁ ବ୍ୟାପକ ପଦକ୍ଷେପ, ଗାଁ ଗାଁରେ ହେଲା…

ଜି.ଉଦୟଗିରି,୨୦।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲାର ସମସ୍ତ ଚର୍ଚ୍ଚଗୁଡ଼ିକରେ ପ୍ରାକ ବଡ଼ଦିନ ଉତ୍ସବ ପାଳନ ଚାଲିଥିବା ବେଳେ ବଡ଼ଦିନ ପାଇଁ ଅଞ୍ଚଳବାସୀ ଚର୍ଚ୍ଚ ଗୃହ ସାଜସଜ୍ଜାରେ ବ୍ୟସ୍ତ ଅଛନ୍ତି। ପ୍ରତ୍ୟେକ ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବଡ଼ଦିନକୁ ଶାନ୍ତିଶୃଙ୍ଖଳାର ସହ ପାଳନ ନିମନ୍ତେ ସ୍ଥାନୀୟ ଅଞ୍ଚଳରେ ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ ପୋଲିସ ପ୍ରଶାସନ ତରଫରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। କୌଣସି ପ୍ରକାର ଅପ୍ରୀତିକର ପରିସ୍ଥିତି ନେଇ ତିଳେ ମାତ୍ର ସମ୍ଭାବନା ନଥିଲେ ମଧ୍ୟ ଶୁକ୍ରବାର ସ୍ଥାନୀୟ ବ୍ଲକ କାର୍ଯ୍ୟାଳୟଠାରେ ଶାନ୍ତି କମିଟି ବୈଠକ ଅନୁଷ୍ଠିତ ହୋଇଥିଲା। ଜି.ଉଦୟଗିରି ପୋଲିସ ତରଫରୁ ଆଇଆଇସି ବିଜୟ କୁମାର ସାଇଁଙ୍କ ନେତୃତ୍ୱ ଶୁକ୍ରବାର ସନ୍ଧ୍ୟାରେ ରଟିଙ୍ଗିଆ, ଡକେଡ଼ି, ରୁଦାଙ୍ଗିଆ, ଗଦଗୁଡ଼ା, ପେନାଲା ଆଦି ଗ୍ରାମରେ ପୋଲିସ ତରଫରୁ ଫ୍ଲାଗ ମାର୍ଚ୍ଚ ଅନୁଷ୍ଠିତ ହୋଇଛି। ଥାନା ଅଧିକାରୀ ବିଜୟ କୁମାର ସ୍ବାଇଁଙ୍କ ନେତୃତ୍ୱରେରେ ଆୟୋଜିତ ଏହି ଫ୍ଲାଗ ମାର୍ଚ୍ଚରେ ଏଏସଆଇ ରବିନ୍ଦ୍ର ସେଠୀ,ବଣ୍ଟି ଦଣ୍ଡିଆଙ୍କ ସମେତ ମହିଳା ପୁରୁଷ ପୋଲିସ ବାହିନୀ ସାମିଲ ହୋଇଥିଲେ। ବଡ଼ ଦିନକୁ ଶାନ୍ତିଶୃଙ୍ଖଳା ସହିତ ପାଳନ କରିବା ପାଇଁ ପୋଲିସ ତରଫରୁ ବ୍ୟାପକ ପଦକ୍ଷେପ ନିଆଯାଉଥିବା ବେଳେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ପୋଲିସ ବିଭାଗ ତରଫରୁ ସମସ୍ତଙ୍କୁ ବଡ଼ଦିନର ଶୁଭେଚ୍ଛା ଓ ଶୁଭକାମନା ଦିଆଯିବା ସହ କୌଣସି ବିଶୃଙ୍ଖଳାକୁ ବରଦାସ୍ତ କରାଯିବ ନାହିଁ, ତା ସହ ଆମ ଅଞ୍ଚଳରେ ସେପରି କୌଣସି ସମ୍ବେଦନଶୀଳ ସ୍ଥିତି ନାହିଁ ବୋଲି କହିଛନ୍ତି ଅଧିକାରୀ।

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ମମତାଙ୍କ ସନ୍ନ୍ୟାସ ବୟାନକୁ ନେଇ ଭାଜପାର ତୀବ୍ର ଟାର୍ଗେଟ୍‌, କହିଲା- ‘ତାଙ୍କ ବୟସ ମଧ୍ୟ…’

କୋଲକାତା,୨୫।୮: ଟିଏମସି ପ୍ରମୁଖ ମମତା ବାନାର୍ଜୀଙ୍କ ପକ୍ଷରୁ ‘ରାଜନୀତିରୁ ସନ୍ନ୍ୟାସ’ ନେବା ସମ୍ପର୍କରେ ଦିଆଯାଇଥିବା ବୟାନ ଉପରେ ଭାଜପା ପକ୍ଷରୁ ପାଲଟା ଜବାବ ଦିଆଯାଇଛି। ପଶ୍ଚିମବଙ୍ଗର ସ୍ବାସ୍ଥ୍ୟମନ୍ତ୍ରୀ…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ଉତ୍ତରାଷାଢ଼ା ନକ୍ଷତ୍ର ସହ ଆୟୁଷ୍ମାନ ଯୋଗ: ଆଜିଠୁ ଏହି ୫ ରାଶିଙ୍କ ଭଲ ଦିନ ଆରମ୍ଭ, ଚାକିରିରେ ପ୍ରମୋସନ ସହ ଧନବର୍ଷା!

୨୫ ଅଗଷ୍ଟ ୨୦୨୬ ଦିନଟି ପଞ୍ଚାଙ୍ଗ ଓ ଜ୍ୟୋତିଷ ଦୃଷ୍ଟିରୁ ବେଶ ଖାସ୍‌ ରହିପାରେ। ଏହି ଦିନ ଶ୍ରାବଣ ଶୁକ୍ଳ ପକ୍ଷର ଦ୍ୱାଦଶୀ ତିଥି ଏବଂ ମଙ୍ଗଳବାର।…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri