ରିଲାଏନ୍ସ ଫାଉଣ୍ଡେଶନ ପକ୍ଷରୁ ବ୍ୟାପକ ସହାୟତା

ଭୁବନେଶ୍ୱର,୬।୬: ରିଲାଏନ୍ସ ଇଣ୍ଡଷ୍ଟ୍ରିର ସାମାଜିକ ଅନୁଷ୍ଠାନ ରିଲାଏନ୍ସ ଫାଉଣ୍ଡେଶନ ପକ୍ଷରୁ ଏକ ୧୦ସୂତ୍ରୀ କାର୍ଯ୍ୟକ୍ରମ ବାଲେଶ୍ୱର ଜିଲା ବାହାନଗା ଟ୍ରେନ୍‌ ଦୁର୍ଘଟଣାରେ ପୀଡ଼ିତ ଲୋକମାନଙ୍କ ଲାଗି ଘୋଷଣା କରାଯାଇଛି। ଫାଉଣ୍ଡେଶନ ବିଭିନ୍ନ ପ୍ରକାର ରିଲିଫ୍‌ ପଦକ୍ଷେପ ଯଥା ଆସନ୍ତା ୬ମାସ ପର୍ଯ୍ୟନ୍ତ ମାଗଣାରେ ରାଶନ ବଣ୍ଟନ ଓ ଆହତମାନଙ୍କୁ ଔଷଧ ସହ ଆବଶ୍ୟକ ସ୍ଥଳେ ଡାକ୍ତରଖାନାରେ ଚିକିତ୍ସା ବ୍ୟବସ୍ଥା ସହ ଆମ୍ବୁଲାନ୍ସକୁ ମାଗଣାରେ ଇନ୍ଧନ ଯୋଗାଇବ ଏବଂ ବର୍ଷକ ପର୍ଯ୍ୟନ୍ତ ମାଗଣାରେ ମୋବାଇଲ ସଂଯୋଗ ପ୍ରଦାନ ଭଳି ପ୍ରାଥମିକ ପଦକ୍ଷେପ ଗ୍ରହଣ କରିଛି। ଏହା ବ୍ୟତୀତ ଜିଓ ଓ ରିଲାଏନ୍ସ ରିଟେଲ୍‌ ଜରିଆରେ ମୃତକଙ୍କ ପରିବାରର ଜଣେ ସଦସ୍ୟଙ୍କୁ ଚାକିରି ପ୍ରଦାନ କରାଯିବ ବୋଲି ଫାଉଣ୍ଡେସନ ପକ୍ଷରୁ ଘୋଷଣା କରାଯାଇଛି।
ଏ ସମ୍ପର୍କରେ ରିଲାଏନ୍ସ ଫାଉଣ୍ଡେଶନର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷା ନୀତା ଅମ୍ବାନୀ କହିଛନ୍ତି, ବାହାନଗା ରେଳ ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦ ଓ ହୃଦୟ ବିଦାରକ ବୋଲି ନୀତା କହିବା ସହ ରିଲାଏନ୍ସ ଫାଉଣ୍ଡେଶନ ପକ୍ଷରୁ ରେଳ ଦୁର୍ଘଟଣାରେ ପ୍ରିୟଜନଙ୍କୁ ହରାଇଥିବା ପରିବାରଗୁଡ଼ିକୁ ମୋର ଗଭୀର ସମବେଦନା ଜଣାଉଛି। ଅପରପକ୍ଷରେ ଏଭଳି ଏକ କଠିନ ସମୟରେ ଫାଉଣ୍ଡେଶନ ଓ ବର୍ଦ୍ଧିତ ରିଲାଏନ୍ସ ପରିବାର ପ୍ରଭାବିତ ଲୋକମାନଙ୍କ ସହିତ ଏକଜୁଟ ହୋଇ ଠିଆ ହୋଇଛନ୍ତି। ଏପରିକି ରିଲାଏନ୍ସ ଫାଉଣ୍ଡେଶନ ଆହତମାନଙ୍କୁ ବାହାରକରି ଆମ୍ବୁଲାନ୍ସ ପର୍ଯ୍ୟନ୍ତ ପହଞ୍ଚାଇବା, ମାସ୍କ, ଗ୍ଲୋଭ୍‌ସ, ଓଆର୍‌ଏସ୍‌, ବେଡ୍‌ଶିଟ୍‌, ଖାଦ୍ୟସାମଗ୍ରୀ, ଆଲୋକ ବ୍ୟବସ୍ଥା କରିବା ଏବଂ ଉଦ୍ଧାର କାର୍ଯ୍ୟ ଲାଗି ଆବଶ୍ୟକ ଜରୁରୀ ଉପକରଣ ଯଥା ଗ୍ୟାସ୍‌ କଟର ଆଦି ତୁରନ୍ତ ଉପଲବ୍ଧ କରାଇଛି। ଉଦ୍ଧାର କାର୍ଯ୍ୟ ନିରବଚ୍ଛିନ୍ନ ଭାବେ ଜାରି ରହିବା ସୁନିଶ୍ଚିତ କରିବା ପାଇଁ ରିଲାଏନ୍ସ ଫାଉଣ୍ଡେଶନ ସ୍ଥାନୀୟ ଯୁବ ସ୍ବେଚ୍ଛାସେବୀଙ୍କ ସହଯୋଗରେ ସ୍ବଳ୍ପ ସମୟରେ ପ୍ରାୟ ୧୨୦୦ ଲୋକଙ୍କ ପାଇଁ ରନ୍ଧାଖାଦ୍ୟ ପ୍ରସ୍ତୁତ କରିଥିଲା। ଏପରିକି ଉଦ୍ଧାର କର୍ମୀ ଏବଂ ଦୁର୍ଘଟଣା ସ୍ଥଳକୁ ଆସିଥିବା ପ୍ରଭାବିତ ଲୋକଙ୍କ ପରିବାର ସଦସ୍ୟଙ୍କୁ ଉକ୍ତ ଭୋଜନ ପ୍ରଦାନ କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?