Posted inଜାତୀୟ

ଜୟଶଙ୍କରଙ୍କ ବଡ଼ ବୟାନ, କହିଲେ ମୂକଦର୍ଶକ ହୋଇ….

ନୂଆଦିଲ୍ଲୀ, ୨୫।୧୦: ବିଶ୍ୱରେ ଜାରି ରହିଥିବା ଯୁଦ୍ଧକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଭାରତର ବୈଦେଶିକ ମନ୍ତ୍ରୀ ଏସ୍‌. ଜୟଶଙ୍କର । ସେ କହିଛନ୍ତି, ଯେକୌଣସି ସ୍ଥାନରେ ହେଉଥିବା ଯୁଦ୍ଧ ସର୍ବତ୍ର ଶାନ୍ତି ପାଇଁ ବିପଦ ସୃଷ୍ଟି କରିଥାଏ । ୟୁକ୍ରେନ୍‌ ଓ ପଶ୍ଚିମ ଏସିଆରେ ଜାରି ରହିଥିବା ସଂଘର୍ଷର ପ୍ରଭାବ କେବଳ ସମ୍ପୃକ୍ତ ଦେଶଗୁଡ଼ିକ ମଧ୍ୟରେ ସୀମିତ ନାହିଁ । ଏହାର ପ୍ରଭାବ ବିଶ୍ୱର ଅନ୍ୟ ଦେଶ, ଅର୍ଥନୀତି ଓ ସାଧାରଣ ଲୋକଙ୍କ ଉପରେ ମଧ୍ୟ ପଡ଼ୁଛି । ମିଳିତ ଜାତିସଂଘ ଦିବସ ଅବସରରେ ଦିଲ୍ଲୀରେ ଆୟୋଜିତ ଚିନ୍ମୟ ଅମୃତ ମହୋତ୍ସବ ଗ୍ଲୋବାଲ୍‌ ସମ୍ମିଳନୀରେ ଉଦ୍‌ବୋଧନ ଦେଇ ସେ ଭାରତର ଆଭିମୁଖ୍ୟ ଦୋହରାଇଛନ୍ତି । ଜୟଶଙ୍କର କହିଛନ୍ତି, ଯୁଦ୍ଧର ସମାଧାନ ପାଇଁ ଆଲୋଚନା ଓ କୂଟନୀତି ହିଁ ଏକମାତ୍ର ମାର୍ଗ । ଭାରତ ନିଜ ସ୍ତରରେ ଶାନ୍ତି ପ୍ରତିଷ୍ଠା ପାଇଁ ଉଦ୍ୟମ କରୁଥିବା ବେଳେ ଅନ୍ୟ ଦେଶ ଓ ସହଯୋଗୀଙ୍କ ସହ ମିଶି କାମ କରିବାକୁ ପ୍ରସ୍ତୁତ ବୋଲି ସେ କହିଛନ୍ତି ।

ଆତଙ୍କବାଦକୁ ନେଇ ମଧ୍ୟ କଠୋର ମତ ରଖିଛନ୍ତି ବୈଦେଶିକ ମନ୍ତ୍ରୀ। ରାଷ୍ଟ୍ରନୀତିର ଏକ ଉପାୟ ଭାବେ ଆତଙ୍କବାଦକୁ ବ୍ୟବହାର କରିବା ସମ୍ପୂର୍ଣ୍ଣ ଅଗ୍ରହଣୀୟ ବୋଲି ସେ କହିଛନ୍ତି । ଏହାକୁ କୌଣସି ପରିସ୍ଥିତିରେ ଯଥାର୍ଥ ବୋଲି ଦର୍ଶାଯାଇପାରିବ ନାହିଁ । ଆତଙ୍କବାଦ ବିଶ୍ୱ ଶାନ୍ତି ପାଇଁ ଏକ ବଡ଼ ବିପଦ ହୋଇ ରହିଛି । ସମସ୍ତ ଦେଶ ଆତଙ୍କବାଦ ବିରୋଧରେ ଶୂନ୍ୟ ସହନଶୀଳତା ନୀତି ଆପଣାଇବା ସହ ଏକଜୁଟ ହେବା ଆବଶ୍ୟକ । ରାଜନୈତିକ ଲାଭକ୍ଷତିକୁ ଆତଙ୍କବାଦ ବିରୋଧୀ ପଦକ୍ଷେପଠାରୁ ଅଧିକ ଗୁରୁତ୍ୱ ଦେବା ଉଚିତ୍‌ ନୁହେଁ ବୋଲି ସେ ଆହ୍ୱାନ ଦେଇଛନ୍ତି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ, ସ୍ବାଗତ କଲେ ରାଜ୍ୟପାଳ-ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୫।୧୦: ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବାୟୁସେନାର ସ୍ବତନ୍ତ୍ର ବିମାନରେ ଆସି ପହଞ୍ଚିଥିବା ସୂଚନା ରହିଛି । ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ…

ସମ୍ଭାବ୍ୟ ବାତ୍ୟା ପାଇଁ ସମୁଦ୍ର ଅଶାନ୍ତ, ଜେଟିରେ ଲାଗିଲା ଆନ୍ଧ୍ର ଟ୍ରଲର

ଛତ୍ରପୁର,୨୫ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସମ୍ଭାବ୍ୟ ବାତ୍ୟାକୁ ନେଇ ସମୁଦ୍ର ଅଶାନ୍ତ ରହିଥିବା ବେଳେ ଗଭୀର ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ମାଛଧରା ଦୁଇ ଟ୍ରଲର ଆର୍ଯ୍ୟପଲ୍ଲୀ ଜେଟିରେ ସୁରକ୍ଷିତ…

ଖୋର୍ଦ୍ଧା ଜିଲାର ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ମୁଖ୍ୟାଳୟ ଛାଡ଼ିଲେ ହେବ କାର୍ଯ୍ୟାନୁଷ୍ଠାନ

ଖୋର୍ଦ୍ଧା,୨୫ା୧୦(ପ୍ରଭାତ ପାଣିଗ୍ରାହୀ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସମ୍ଭାବ୍ୟ ବାତ୍ୟା ଓ ପ୍ରଶାସନିକ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଖୋର୍ଦ୍ଧା ଜିଲାର ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କ ଛୁଟି…

କ୍ରିକେଟ୍‌ ଜଗତରେ ଶୋକର ଛାୟା, ୧୮ ବର୍ଷରେ ଯୁବ କ୍ରିକେଟରଙ୍କ ପରଲୋକ

ଢ଼ାକା,୨୫।୧୦: ବାଂଲାଦେଶ କ୍ରିକେଟ୍‌ ଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ଯୁବ କ୍ରିକେଟର ମେହେଦୀ ହାସନ ହୃଦୟଙ୍କର ପରଲୋକ ହୋଇଛି । ସେ ଗତ…

ବାତ୍ୟା ଆଶଙ୍କା: ୫ IASଙ୍କୁ ମିଳିଲା ପରିଚାଳନା ଦାୟିତ୍ୱ, ଜାଣନ୍ତୁ କାହାକୁ କେଉଁ ଜିଲା…

ଭୁବନେଶ୍ୱର,୨୫ା୧୦: ସମ୍ଭାବ୍ୟ ବାତ୍ୟା ଓ ଏହାର ପରବର୍ତ୍ତୀ ସ୍ଥିତିର ସଫଳ ପରିଚାଳନା ପାଇଁ ରାଜ୍ୟ ସରକାର ବ୍ୟାପକ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ବାତ୍ୟା ଯୋଗୁ ଅଧିକ ପ୍ରଭାବିତ…

ଘର ତାଲା ଭାଙ୍ଗି ଦୁର୍ବୃତ୍ତ ଲୁଟି ନେଲେ ୨୦ ଭରି ସୁନା ଅଳଙ୍କାର ସହ ସ୍କୁଟି

ଦିଗପହଣ୍ଡି,୨୫ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧ ନଂ ଓ୍ବାର୍ଡ ପୁଞ୍ଜିକୟଁା ଛକ ବିଷଧର ନଗରରେ ରହୁଥିବା ପ୍ରଧାନଶିକ୍ଷକ ପଦ୍ମନ ଶବରଙ୍କ ଘର ଗ୍ରୀଲ୍‌…

ଉତ୍ସବ ମୁଖର ରିଷିଡ଼ା: ଭକ୍ତିମୟ ପରିବେଶରେ ମା’ ଗଜଲକ୍ଷ୍ମୀଙ୍କୁ ଆବାହନ ପାଇଁ ମହିଳାଙ୍କ…

ରିଷିଡ଼ା,୨୫ା୧୦(ସୁଶାନ୍ତ ମଲ୍ଲିକ): ଚତୁର୍ଦ୍ଦିଗରେ ଘଣ୍ଟ, ଘଣ୍ଟା, ହୁଳହୁଳି ଏବଂ ସଙ୍କୀର୍ତ୍ତନର ପ୍ରତିଧ୍ୱନି; ସାରା ପରିବେଶ ହୋଇପଡ଼ିଛି ଆଧ୍ୟାତ୍ମିକ ଏବଂ ଉତ୍ସବମୁଖର। ମା’ ଜଗଜ୍ଜନନୀ ମା’ ଗଜଲକ୍ଷ୍ମୀଙ୍କ ଆଗମନରେ…

୧୧ ସପ୍ତାହରେ ୨ ବହି ପ୍ରକାଶ କରି ବିଶ୍ୱ ରେକର୍ଡ ହାସଲ କଲେ ଶୁଭସ୍ମିତା

ଛତ୍ରପୁର,୨୫ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ନିଜର ପ୍ରତିଭା, ଅଧ୍ୟବସାୟ ଓ ଦୃଢ଼ ଇଚ୍ଛାଶକ୍ତି ବଳରେ ସାହିତ୍ୟ ଓ ଚିତ୍ରକଳା କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି ଗଞ୍ଜାମ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?