Posted inଜାତୀୟ

୫ରୁ ବିଦେଶ ଗସ୍ତ କରିବେ ଜୟଶଙ୍କର

ନୂଆଦିଲ୍ଲୀ,୩।୧୦: ବର୍ହିବ୍ୟାପାର ମନ୍ତ୍ରୀ ଏସ୍‌ ଜୟଶଙ୍କର ଅକ୍ଟୋବର ୫ରୁ ୧୧ ପର୍ଯ୍ୟନ୍ତ ନ୍ୟୁଜିଲାଣ୍ଡ ଏବଂ ଅଷ୍ଟ୍ରେଲିଆ ଗସ୍ତ କରିବେ। ବର୍ହିବ୍ୟାପାର ମନ୍ତ୍ରୀଙ୍କ ନ୍ୟୁଜିଲାଣ୍ଡ ପ୍ରଥମ ଗସ୍ତ ହୋଇଥିବା ବେଳେ ଚଳିତ ବର୍ଷ ଅଷ୍ଟ୍ରେଲିଆ ଗସ୍ତ ହେଉଛି ଦ୍ୱିତୀୟ। ଅକ୍ଟୋବର ୬ରେ ଅକଲାଣ୍ଡରେ ପ୍ରଧାନମନ୍ତ୍ରୀ ଜସିଣ୍ଡା ଆର୍ଡର୍ନଙ୍କ ସହ ଏବଂ ନ୍ୟୁଜିଲାଣ୍ଡରେ ଭାରତୀୟ ସମ୍ପ୍ରଦାୟର ସଦସ୍ୟମାନଙ୍କୁ ସେମାନଙ୍କର ଅସାଧାରଣ ସଫଳତା ଏବଂ ଅବଦାନ ପାଇଁ ସମ୍ମାନିତ କରିବେ। ଏହାପରେ ଦୁଇ ନେତା ନ୍ୟୁଜିଲାଣ୍ଡରେ ଆଜାଦୀର ଅମୃତ ମହୋତ୍ସବ ପାଳନ କରିବା ସହ ପ୍ରଦର୍ଶନ କରିବା ପାଇଁ ଭାରତ @ ୭୫ ଡାକ ଟିକଟେ ଜାରି କରିବେ। ଏଥିସହ ବର୍ହିବ୍ୟାପାର ମନ୍ତ୍ରୀ ‘ମୋଦି@୨୦: ଡ୍ରିମ୍ସ ମିଟ ଡେଲିଭରୀ’ ପୁସ୍ତକ ଉନ୍ମୋଚନ କରିବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶିଖ ସମ୍ପ୍ରଦାୟ ସହିତ ସ୍ବତନ୍ତ୍ର ବନ୍ଧନକୁ ପ୍ରଦର୍ଶିତ କରୁଥିବା ପୁସ୍ତକ ହାର୍ଟଫେଲ୍ଟ-ଦ ଲିଗେସୀ ଅଫ୍‌ ଫେଥ୍‌’ପୁସ୍ତକ ମଧ୍ୟ ଉନ୍ମୋଚନ କରିବେ। ଏହାପରେ ଜୟଶଙ୍କର ଅଷ୍ଟ୍ରେଲିଆ ଗସ୍ତ କରିବେ। ଏହି ଗସ୍ତ ସମୟରେ ବର୍ହିବ୍ୟାପାର ମନ୍ତ୍ରୀ ନ୍ୟୁଜିଲାଣ୍ଡ ଓ ଅଷ୍ଟ୍ରେଲିଆ ବୈଦେଶିକ ମନ୍ତ୍ରୀଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଅଣ୍ଡା, ଚିକେନ ଖାଉଥିବା ଲୋକେ ହୁଅନ୍ତୁ ସାବଧାନ

ନୂଆଦିଲ୍ଲୀ,୨୫।୪: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିରେ ବାର୍ଡଫ୍ଲୁ ରୋଗ ସଂକ୍ରମଣ ହୋଇଥିବା ଜଣାପଡିଛି। ସେଠାରେ ଅନେକ ନମୁନା ପରୀକ୍ଷା କରାଯାଇଥିଲା ଯେଉଁଥିରେ ଏଭିୟନ ଇନଫ୍ଲୁଏନଞ୍ଜା H5N1 ଚିହ୍ନଟ...

ନିର୍ବାଚନ ଲଢିବେ କଳ୍ପନା

ରାଞ୍ଚି,୨୫।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ସ୍ତ୍ରୀ କଳ୍ପନା ସୋରେନ ନିର୍ବାଚନ ମଇଦାନରେ ପ୍ରବେଶ କରିଛନ୍ତି। ଗାଂଡେୟ ବିଧାନସଭା ଆସନରୁ ଉପ-ନିର୍ବାଚନରେ ଝାଡ଼ଖଣ୍ଡ ମୁକ୍ତି...

୧୧ ବର୍ଷ ହେବ ଜେଲରେ ବନ୍ଦୀଥିବା ଝିଅକୁ ଭେଟିବାକୁ ଭାରତରୁ ୟେମେନ ପହଞ୍ଚିଲେ ମା’, ହତ୍ୟା ମାମଲାରେ ମିଳିଛି ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ/ସନା,୨୫।୪: ଦୀର୍ଘ ୧୧ ବର୍ଷ ଧରି ୟେମେନ ଜେଲରେ ବନ୍ଦୀ ଥିବା ଝିଅକୁ ଭେଟିବା ପାଇଁ ତାଙ୍କ ମା’ ଭାରତରୁ ୟେମେନ ଆସିଥିଲେ। ଦୁହେଁ ପରସ୍ପରକୁ...

ଆଉ ଏକ ପ୍ରାର୍ଥୀ ତାଲିକା ଜାରି କଲା ବିଏସପି, ରାଏବରେଲିରୁ ଲଢିବେ…

ଲକ୍ଷ୍ନୌ,୨୫।୪: ଉତ୍ତରପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ବହୁଜନ ସମାଜ ପାର୍ଟି (ବିଏସପି) ଗୁରୁବାର ଆଉ ଏକ ପ୍ରାର୍ଥୀ ତାଲିକା ଜାରି କରିଛି।...

ଗୁଗୁଲ ସର୍ଚ୍ଚର ସମସ୍ତ ରେକର୍ଡ ଭାଙ୍ଗିଲା ଉତ୍ତରାଧିକାର ଟ୍ୟାକ୍ସ, ସାମ ପିଟ୍ରୋଡାଙ୍କୁ ବି କରିଛନ୍ତି ଖୁବ ସର୍ଚ୍ଚ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୫।୪: ବର୍ତ୍ତମାନ, ଭାରତୀୟ ବିଦେଶ କଂଗ୍ରେସ ସଭାପତି ସାମ ପିଟ୍ରୋଡାଙ୍କ ଉତ୍ତରାଧିକାର ଟ୍ୟାକ୍ସ ସମ୍ପର୍କରେ ଦେଇଥିବା ବିବୃତ୍ତି ଉପରେ ରାଜନୀତି ବନ୍ଦ ହେଉନାହିଁ। ଗୁରୁବାର (ଏପ୍ରିଲ...

‘କାନ ଖୋଲି ଶୁଣି ନିଅ, ଯେପର୍ଯ୍ୟନ୍ତ ମୋଦି ବଞ୍ଚିଛନ୍ତି’

ନୂଆଦିଲ୍ଲୀ,୨୫ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ଶୁକ୍ରବାର ଉତ୍ତରପ୍ରଦେଶର ୮ଟି ଆସନରେ ଅନୁଷ୍ଠିତ ହେବ। ଏହି ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ...

ସମସ୍ତ ମୁସଲମାନଙ୍କୁ ଓବିସି ବର୍ଗରେ ସାମିଲ କରିବାକୁ ନେଇ କର୍ନାଟକ ସରକାରଙ୍କ ବୟାନରେ ସନ୍ତୁଷ୍ଟ ନୁହେଁ ଏନସିବିସି

ବେଙ୍ଗାଲୁରୁ,୨୫।୪: ନ୍ୟାସନାଲ କମିଶନ ଫର ବ୍ୟାକଓ୍ବାର୍ଡ କ୍ଲାସେସ (ଏନସିବିସି) ସଂରକ୍ଷଣ ସୁବିଧା ଯୋଗାଇବା ପାଇଁ କର୍ନାଟକର ସମସ୍ତ ମୁସଲମାନ ସମ୍ପ୍ରଦାୟକୁ ଓବିସି ବର୍ଗରେ ଅନ୍ତର୍ଭୁକ୍ତ କରିବାକୁ...

୨୦୨୪ ହେବାକୁ ଯାଉଛି ବିଶ୍ୱର ସବୁଠାରୁ ମହଙ୍ଗା ଇଲେକ୍ସନ, ୨୦୧୯ ତୁଳନାରେ ଖର୍ଚ୍ଚ ହେଉଛି ୨ ଗୁଣା ଅଧିକ

ନୂଆଦିଲ୍ଲୀ,୨୫।୪: ଲୋକ ସଭା ନିର୍ବାଚନ ୨୦୨୪ ପୂର୍ବ ରେକର୍ଡ ଭାଙ୍ଗିବା ଏବଂ ବିଶ୍ୱର ସବୁଠାରୁ ମହଙ୍ଗା ର୍ନିବାଚନ ଇଭେଣ୍ଟ ହେବାକୁ ଯାଉଛି। ଏନଜିଓ ସେଣ୍ଟର ଫର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri