ବନ୍ଧୁକ ଦେଖାଇ ଫାଇନାନ୍ସ କର୍ମଚାରୀଙ୍କଠାରୁ ଲୁଟିନେଲେ ଟଙ୍କା

ଦାରିଙ୍ଗବାଡି, ୭।୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ କିରିକୁଟି ଓ ପର୍ତ୍ତମାହା ପଞ୍ଚାୟତ ସିମବର୍ତ୍ତୀ କୁମ୍ଭାରମୁଣ୍ଡା ନିକଟରେ ଏକ ବଡ ଧରଣର ଲୁଟ୍‌ ହୋଇଛି। ଜଣେ ଫାଇନାନ୍ସ କର୍ମଚାରୀ ଋଣ ଟଙ୍କା ଆଦାୟ କରି ଫେରୁଥିବା ସମୟରେ ଏହି ଲୁଟ୍‌ ହୋଇଛି। ଗୋଟିଏ ବାଇକ ସମେତ ନଗଦ ପ୍ରାୟ ୪୦ହଜାର ଟଙ୍କା ଲୁଟିନେଇଛନ୍ତି ଦୃର୍ବୁତ୍ତ। ଲୁଟ୍‌ର ଶିକାର କର୍ମଚାରୀ ହେଲେ ମିଥେଲ ଦିଗାଲ। ତାଙ୍କୁ ଦୃର୍ବୁତ୍ତମାନେ ବନ୍ଧୁକ ମୁନରେ ଭୟଭୀତ କରିବା ସହ ବନ୍ଧୁକରେ ମୁଣ୍ଡକୁ ବାରମ୍ବାର ପିଟି ଆଘାତ କରି ଗୁରୁତର କରିଦେଇ ଲୁଟ୍‌ କରିଛନ୍ତି। ଗୁରୁତର ଅବସ୍ଥାରେ ମିଥେଲଙ୍କୁ ସ୍ଥାନୀୟ ଲୋକ ସିମନବାଡି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି। ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଅଧିକା ଚିକିତ୍ସା ପାଇଁ ଅନ୍ୟତ୍ର ଅଧିକା ଚିକିତ୍ସା ପାଇଁ ଯିବାକୁ ସ୍ବାସ୍ଥ୍ୟକେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି ।

ପ୍ରକାଶ ଯେ, ମିଥେଲ ଏକ ବାଇକ ବାଇକ ନଂ (ଓଡି ୧୨ ଇ-୭୪୮୫ )ରେ ସକାଳୁ ଦାରିଙ୍ଗବାଡି ଫାଇନାନ୍ସ କାର୍ଯ୍ୟାଳୟରୁ ବାହାରି କିରିକୁଟି ପଞ୍ଚାୟତର କୁମ୍ଭାରମୁଣ୍ଡା ଗ୍ରାମ ଦେଇ ପର୍ତ୍ତମାହା ପଞ୍ଚାୟତ ସୁଜାମାଜୁ, କାଡିପାଙ୍ଗା ଅଞ୍ଚଳକୁ ଋଣ ବାବଦକୁ ଅର୍ଥ ସଂଗ୍ରହ ପାଇଁ ଯାଇଥିଲେ। କାମ ସାରି ମଧ୍ୟାହ୍ନରେ ଦାରିଙ୍ଗବାଡି ଫେରୁଥିଲେ। ଏହି ସମୟରେ ୩ଜଣ ଦୃର୍ବୁତ୍ତ ମିଥେଲଙ୍କୁ ଅଟକାଇ ବନ୍ଧୁକ ଦେଖାଇବା ସହ ମିଥଲଙ୍କୁ ଗାଡିରେ ବସାଇ କିଛିବାଟ ନେଇଥିଲେ। ତେବେ ଜଙ୍ଗଲରେ କିଛି ଲୋକ ହଳଦୀ ଖୋଲୁଥିବା ଦେଖି ମିଥେଲ ବାଇକରୁ ଡେଇଁବା ପାଇଁ ଉଦ୍ୟମ କରିଥିଲେ ଓ ଦୃର୍ବୁତ୍ତଙ୍କ ସହ ମିଥଲ ବାଇକରୁ ଖସିପଡ଼ିଥିଲେ ଓ ରାଗରେ ଦୁର୍ବୁତ୍ତ ମାନେ ମିଥେଲଙ୍କୁ ପ୍ରବଳ ପିଟିବା ସହ ବନ୍ଧୁକରେ ମୁଣ୍ଡକୁ ବାରମ୍ବାର ଆଘାତ ଦେଇଥିଲେ। ତେବେ ଘଟଣାସ୍ଥଳରୁ ସମସ୍ତ ଦୃର୍ବୁତ୍ତ ଫେରାର ହୋଇଯାଇଥିଲେ ବୋଲି ଆହତ ମିଥେଲ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଘର କବାଟ ଖୋଲୁଖୋଲୁ ଚୋଟ ମାରିଲା ବିଷଧର ସାପ, ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରାପଦର ପଞ୍ଚାୟତ ଭୁଡୁକି ଗ୍ରାମର ଏ.ବାଉରୀ ପାତ୍ରଙ୍କ ସ୍ତ୍ରୀ ଏ.ସାଇଆମ୍ମା ପାତ୍ର(୭୦) ନାମ୍ନୀ ବୃଦ୍ଧା ବୁଧବାର ଅପରାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri