ଛାତ୍ରୀଙ୍କଠାରୁ ବେଆଇନ ଅର୍ଥ ଆଦାୟ

ଯାଜପୁର ଅଫିସ,୧୬ା୩: ଯାଜପୁର ଜିଲା ଗ୍ରାମାଞ୍ଚଳରେ ଥିବା କେତେକ ସରକାରୀ ସ୍ବୀକୃତିପ୍ରାପ୍ତ ଡିଗ୍ରୀ କଲେଜ କର୍ତ୍ତୃପକ୍ଷ ଛାତ୍ରୀଛାତ୍ରଙ୍କଠାରୁ ବେଆଇନ ଭାବେ ଅର୍ଥ ଆଦାୟ କରୁଛନ୍ତି। ଏହି ମର୍ମରେ ଅଞ୍ଚଳବାସୀଙ୍କ ପକ୍ଷରୁ ଅଭିଯୋଗ ହେବା ପରେ ଭୁବନେଶ୍ୱର ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ଆବଶ୍ୟକ ତଦନ୍ତ କରି ରିପୋର୍ଟ ଦାଖଲ କରିବାକୁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ହୋଇଛି। ଏହା ପୂର୍ବରୁ ଓଡ଼ିଶା ମହିଳା କମିଶନ ଉକ୍ତ ଅଭିଯୋଗ ଉପରେ ତଦନ୍ତ କରି ପଦକ୍ଷେପ ଗ୍ରହଣ କରିବାକୁ ଉଚ୍ଚଶିକ୍ଷା ବିଭାଗ ପ୍ରିନ୍ସିପାଲ ସେକ୍ରେଟାରୀଙ୍କୁ ଚିଠି କରିଛନ୍ତି। ଅଭିଯୋଗ ଅନୁସାରେ ଯାଜପୁର ଟାଉନ୍‌ ନିକଟ ଚିତାଳୋ ଡିଗ୍ରୀ କଲେଜର ୨୦୧୯-୨୦ ବର୍ଷଠାରୁ ଛାତ୍ରୀମାନଙ୍କଠାରୁ ଏକାଡେମୀ, ଟ୍ୟୁଶନ, ଅନର୍ସ, ସିଏଲ୍‌ସି, ଟିସି ଇତ୍ୟାଦି ବାବଦକୁ ଅର୍ଥ ଆଦାୟ କରାଯାଉଛି। ଏହି ଅର୍ଥ ବାବଦକୁ ୩୦୦ ଟଙ୍କାର ଏକ ଡୁପ୍ଲିକେଟ ରିସିପ୍ଟ ପ୍ରତ୍ୟେକ ଛାତ୍ରୀମାନଙ୍କୁ ଦିଆଯାଉଛି। ଏହି କଲେଜ ୨୦୦୦-୦୧ରେ ପ୍ରତିଷ୍ଠା ହୋଇଥିବାବେଳେ ରାଜ୍ୟ ସରକାରଙ୍କ ଦ୍ୱାରା ସ୍ବୀକୃତିପ୍ରାପ୍ତ ଏବଂ ଉକତ୍ଳ ବିଶ୍ୱବିଦ୍ୟାଳୟର ସହବନ୍ଧିତ ହୋଇଛି। ଏହାସହ ୱାର୍ଲଡ ବ୍ୟାଙ୍କର ସାହାଯ୍ୟପ୍ରାପ୍ତ ଏବଂ ଉଚ୍ଚଶିକ୍ଷା ବିଭାଗର ସିଏପିଏ ଅଧୀନରେ ରହିଛି। ତଥାପି ଛାତ୍ରୀମାନଙ୍କଠାରୁ ଅର୍ଥ ଆଦାୟ କରାଯାଇଥିବା ଅଭିଯୋଗ ହୋଇଛି। ସରକାରୀ ନିୟମ ଅନୁସାରେ ଉପରୋକ୍ତ ଫି’ଗୁଡିକ ଛାତ୍ରୀମାନଙ୍କ ପାଇଁ ଦେୟମୁକ୍ତ କରାଯାଇଛି। ତେଣୁ ଆଦାୟ ଅର୍ଥ ଗରିବ ଛାତ୍ରୀମାନଙ୍କୁ ଫେରସ୍ତ ଦେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି। ଏହାସହ ବର୍ତ୍ତମାନର ମହିଳା ହଷ୍ଟେଲ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି। ବିଭିନ୍ନ କାନ୍ଥରେ ଫାଟ ସୃଷ୍ଟି ହୋଇଛି। ହଷ୍ଟେଲର ପରିମଳ ଓ ପରିବେଶ ଠିକ୍‌ ରହୁନାହିଁ। ଅନ୍ତେବାସୀଙ୍କଠାରୁ ମୋଟା ଅଙ୍କର ଅର୍ଥ ଆଦାୟ ହେଉଛି, କିନ୍ତୁ ସେହି ତୁଳନାରେ ଉପଯୁକ୍ତ ସେବା ପ୍ରଦାନ କରାଯାଇ ପାରୁନାହିଁ। ତେଣୁ ଆବଶ୍ୟକ ତଦନ୍ତ କରି କଲେଜ କର୍ତ୍ତୃପକ୍ଷଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅଞ୍ଚଳବାସୀଙ୍କ ପକ୍ଷରୁ ଯାଜପୁର ଜିଲାପାଳଙ୍କ ସମେତ ଉଚ୍ଚଶିକ୍ଷା ବିଭାଗ ପ୍ରିନ୍ସିପାଲ ସେକ୍ରେଟାରୀ, ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶକ, ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ଅନୁରୋଧ କରିଛନ୍ତି। ଅଞ୍ଚଳବାସୀଙ୍କ ଉକ୍ତ ଅଭିଯୋଗ ଏବଂ ରାଜ୍ୟ ମହିଳା କମିଶନରଙ୍କ ପତ୍ର ଆଧାରରେ ଉଚ୍ଚଶିକ୍ଷା ବିଭାଗର ସ୍ବତନ୍ତ୍ର ସଚିବ ରମାକାନ୍ତ ନାୟକ ତୁରନ୍ତ ତଦନ୍ତ କରି ବିହିତ ପଦକ୍ଷେପ ଗ୍ରହଣ କରିବାକୁ ଭୁବନେଶ୍ୱର ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ମଙ୍ଗଳବାର ନିର୍ଦ୍ଦେଶ ଜାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

ଦିବ୍ୟାଙ୍ଗ ନାବାଳକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିରୁ ମିଳିଲା ସହାୟତା

ଗଞ୍ଜାମ,୪ା୧୦(ବିଦ୍ୟାଧର ସାହୁ): ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜସ୍ବ ପାଣ୍ଠିରୁ ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଲକ୍ଷ୍ମୀପୁର ଗ୍ରାମର ଦିବ୍ୟାଙ୍ଗ ନାବାଳକ ଏନ ନୀଳାଞ୍ଚଳ…

ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କୁ ତୁରନ୍ତ ମେଡିକାଲରେ ପହଞ୍ଚାଇ ଚର୍ଚ୍ଚାରେ ୨ ହୋମ୍‌ଗାର୍ଡ, ସାହସିକତାକୁ ଚାରିଆଡୁ ପ୍ରଶଂସା

ମୋହନା,୪ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ପିକଅପ୍‌ ଓ ଦୁଇଟି ବାଇକ୍‌ ମଧ୍ୟରେ ଦୁର୍ଘଟଣା ଘଟି ୩ ଗୁରୁତର ଥିବାବେଳେ…

ଛତୁ ତୋଳିବାକୁ ଯାଇ ଭାଲୁ ହାବୁଡ଼ରେ ପଡ଼ିଗଲେ ମହିଳା, ଆଉ ତା’ ପରେ…

ଆନନ୍ଦପୁର,୪ା୧୦(ସୁଶାନ୍ତ କୁମାର ସାହୁ): ଛତୁ ତୋଳିବାକୁ ଯାଇଥିବାବେଳେ ମହିଳା ଭାଲୁ ଆକ୍ରମଣରେ ଗୁରତର ଅବସ୍ଥାରେ ପ୍ରଥମେ ଆନନ୍ଦପୁର ମେଡିକାଲ ପରେ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି।…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

୨ଛାତ୍ରୀଙ୍କୁ ଅସଦାଚରଣ, ସ୍କୁଲ କିରାଣି ଗିରଫ

ଟେନ୍‌ସା,।୪।୧୦(ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ କେ. ବଲାଙ୍ଗ ଥାନା ଜାମୁଢ଼ି ପଞ୍ଚାୟତର ଏକ ହାଇସ୍କୁଲରେ ୨ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରାଯାଇଥିବା…

ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ

ବଡ଼ବିଲ,୪।୧୦(ଜୟନ୍ତୀ ରଣା): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁସ୍ଥିତ ବୁରୁସାହିରେ ଶୁକ୍ରବାର ରାତିରେ ଶାଳକଙ୍କ ମାଡ଼ରେ ଭିଣୋଇଙ୍କ ମୃତ୍ୟୁ ଘଟିଛି। ମୃତକ ଭିଣୋଇ ହେଲେ ବନମାଳୀ…

ଗୋଟିଏ କୋଠରିରେ ଦୁଇଟି ଶ୍ରେଣୀର ପାଠପଢ଼ା

ବରଗଡ଼,୪।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ କନ୍ଦାଡଙ୍ଗର ଗ୍ରାମରେ ୧୯୪୦ରେ ପ୍ରତିଷ୍ଠିତ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟାଘେରରେ ରହିଛି। କେବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?