ଛାତ୍ରୀଙ୍କଠାରୁ ବେଆଇନ ଅର୍ଥ ଆଦାୟ

ଯାଜପୁର ଅଫିସ,୧୬ା୩: ଯାଜପୁର ଜିଲା ଗ୍ରାମାଞ୍ଚଳରେ ଥିବା କେତେକ ସରକାରୀ ସ୍ବୀକୃତିପ୍ରାପ୍ତ ଡିଗ୍ରୀ କଲେଜ କର୍ତ୍ତୃପକ୍ଷ ଛାତ୍ରୀଛାତ୍ରଙ୍କଠାରୁ ବେଆଇନ ଭାବେ ଅର୍ଥ ଆଦାୟ କରୁଛନ୍ତି। ଏହି ମର୍ମରେ ଅଞ୍ଚଳବାସୀଙ୍କ ପକ୍ଷରୁ ଅଭିଯୋଗ ହେବା ପରେ ଭୁବନେଶ୍ୱର ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ଆବଶ୍ୟକ ତଦନ୍ତ କରି ରିପୋର୍ଟ ଦାଖଲ କରିବାକୁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ହୋଇଛି। ଏହା ପୂର୍ବରୁ ଓଡ଼ିଶା ମହିଳା କମିଶନ ଉକ୍ତ ଅଭିଯୋଗ ଉପରେ ତଦନ୍ତ କରି ପଦକ୍ଷେପ ଗ୍ରହଣ କରିବାକୁ ଉଚ୍ଚଶିକ୍ଷା ବିଭାଗ ପ୍ରିନ୍ସିପାଲ ସେକ୍ରେଟାରୀଙ୍କୁ ଚିଠି କରିଛନ୍ତି। ଅଭିଯୋଗ ଅନୁସାରେ ଯାଜପୁର ଟାଉନ୍‌ ନିକଟ ଚିତାଳୋ ଡିଗ୍ରୀ କଲେଜର ୨୦୧୯-୨୦ ବର୍ଷଠାରୁ ଛାତ୍ରୀମାନଙ୍କଠାରୁ ଏକାଡେମୀ, ଟ୍ୟୁଶନ, ଅନର୍ସ, ସିଏଲ୍‌ସି, ଟିସି ଇତ୍ୟାଦି ବାବଦକୁ ଅର୍ଥ ଆଦାୟ କରାଯାଉଛି। ଏହି ଅର୍ଥ ବାବଦକୁ ୩୦୦ ଟଙ୍କାର ଏକ ଡୁପ୍ଲିକେଟ ରିସିପ୍ଟ ପ୍ରତ୍ୟେକ ଛାତ୍ରୀମାନଙ୍କୁ ଦିଆଯାଉଛି। ଏହି କଲେଜ ୨୦୦୦-୦୧ରେ ପ୍ରତିଷ୍ଠା ହୋଇଥିବାବେଳେ ରାଜ୍ୟ ସରକାରଙ୍କ ଦ୍ୱାରା ସ୍ବୀକୃତିପ୍ରାପ୍ତ ଏବଂ ଉକତ୍ଳ ବିଶ୍ୱବିଦ୍ୟାଳୟର ସହବନ୍ଧିତ ହୋଇଛି। ଏହାସହ ୱାର୍ଲଡ ବ୍ୟାଙ୍କର ସାହାଯ୍ୟପ୍ରାପ୍ତ ଏବଂ ଉଚ୍ଚଶିକ୍ଷା ବିଭାଗର ସିଏପିଏ ଅଧୀନରେ ରହିଛି। ତଥାପି ଛାତ୍ରୀମାନଙ୍କଠାରୁ ଅର୍ଥ ଆଦାୟ କରାଯାଇଥିବା ଅଭିଯୋଗ ହୋଇଛି। ସରକାରୀ ନିୟମ ଅନୁସାରେ ଉପରୋକ୍ତ ଫି’ଗୁଡିକ ଛାତ୍ରୀମାନଙ୍କ ପାଇଁ ଦେୟମୁକ୍ତ କରାଯାଇଛି। ତେଣୁ ଆଦାୟ ଅର୍ଥ ଗରିବ ଛାତ୍ରୀମାନଙ୍କୁ ଫେରସ୍ତ ଦେବାକୁ ଅଞ୍ଚଳବାସୀ ଦାବି କରିଛନ୍ତି। ଏହାସହ ବର୍ତ୍ତମାନର ମହିଳା ହଷ୍ଟେଲ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି। ବିଭିନ୍ନ କାନ୍ଥରେ ଫାଟ ସୃଷ୍ଟି ହୋଇଛି। ହଷ୍ଟେଲର ପରିମଳ ଓ ପରିବେଶ ଠିକ୍‌ ରହୁନାହିଁ। ଅନ୍ତେବାସୀଙ୍କଠାରୁ ମୋଟା ଅଙ୍କର ଅର୍ଥ ଆଦାୟ ହେଉଛି, କିନ୍ତୁ ସେହି ତୁଳନାରେ ଉପଯୁକ୍ତ ସେବା ପ୍ରଦାନ କରାଯାଇ ପାରୁନାହିଁ। ତେଣୁ ଆବଶ୍ୟକ ତଦନ୍ତ କରି କଲେଜ କର୍ତ୍ତୃପକ୍ଷଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଅଞ୍ଚଳବାସୀଙ୍କ ପକ୍ଷରୁ ଯାଜପୁର ଜିଲାପାଳଙ୍କ ସମେତ ଉଚ୍ଚଶିକ୍ଷା ବିଭାଗ ପ୍ରିନ୍ସିପାଲ ସେକ୍ରେଟାରୀ, ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶକ, ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ଅନୁରୋଧ କରିଛନ୍ତି। ଅଞ୍ଚଳବାସୀଙ୍କ ଉକ୍ତ ଅଭିଯୋଗ ଏବଂ ରାଜ୍ୟ ମହିଳା କମିଶନରଙ୍କ ପତ୍ର ଆଧାରରେ ଉଚ୍ଚଶିକ୍ଷା ବିଭାଗର ସ୍ବତନ୍ତ୍ର ସଚିବ ରମାକାନ୍ତ ନାୟକ ତୁରନ୍ତ ତଦନ୍ତ କରି ବିହିତ ପଦକ୍ଷେପ ଗ୍ରହଣ କରିବାକୁ ଭୁବନେଶ୍ୱର ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକଙ୍କୁ ମଙ୍ଗଳବାର ନିର୍ଦ୍ଦେଶ ଜାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri