ହିତାଧିକାରୀଙ୍କ ନାଁରେ ଜବ କାର୍ଡ କରି ଲକ୍ଷାଧିକ ଟଙ୍କା ହଡ଼ପ: ସରପଞ୍ଚ, ଜିଲାପରିଷଦ ଉପାଧ୍ୟକ୍ଷାଙ୍କ ବିରୋଧରେ ଆସିଲା ଅଭିଯୋଗ

ଜୁନାଗଡ଼,୨୪।୧୦(ସୁନୀଲ କୁମାର ସିଂହ/ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଚିଚୈଗୁଡା ପଞ୍ଚାୟତର କିଛି ହିତାଧିକାରୀଙ୍କ ନାମରେ ଜବ କାର୍ଡ କରି ଲକ୍ଷାଧିକ ଟଙ୍କା ହଡ଼ପ କରାଯାଇଥିବା ଘଟଣା ସାମ୍ନାକୁ ଆସିଛି। ଏଥିରେ ପି.ଏମ. କିଶାନ, ସି.ଏମ. କିଶାନ, ଗ୍ୟାସ ସବ୍ସିଡି ଓ ମନରେଗା ଟଙ୍କା ପ୍ରମୁଖ ରହିଛି। ଏହି ଘଟଣାରେ ସ୍ଥାନୀୟ ସରପଞ୍ଚ ପରମେଶ୍ୱର ମେହେର, ତାଙ୍କ ସ୍ତ୍ରୀ ତଥା ଜିଲା ପରିଷଦ ଉପାଧ୍ୟକ୍ଷା ସୁଧିରା ମେହେର ଓ ତତ୍କାଳୀନ ଜିଆରଏସ ସୁଶାନ୍ତ ମେହେର ପ୍ରମୁଖଙ୍କ ହାତ ରହିଥିବା ସନ୍ଦେହ କରି ହିତାଧିକାରୀ ମାନେ ଜିଲାପାଳଙ୍କୁ ଲିଖିତ ଅଭିଯୋଗ କରିଛନ୍ତି। ଜିଲାପାଳ ଏହି ଘଟଣାର ତଦନ୍ତ କରି କାର୍ଯ୍ୟନୁଷ୍ଠାନ ନିଆଯିବ ବୋଲି ପ୍ରକାଶ କରିଛନ୍ତି।

ସରକାରୀ କାମ କରିବା ପାଇଁ ଜବ କାର୍ଡ କରାଇଦେବି କହି ସରପଞ୍ଚ ଆମ୍ଭ ମାନଙ୍କ ଅଜାଣତରେ ପାସ୍‌ବୁକ ଖୋଲି ଏଟିଏମ ନିଜ ପାଖରେ ରଖି ଲକ୍ଷାଧିକ ଟଙ୍କା ହଡ଼ପ କରିଥିବା ଅଭିଯୋଗ ଆଣିଛନ୍ତି। ହିତାଧିକାରୀ ଯମୁନା ବାଗ ଓ ସେକମଳ ଲୋଚନ ବାଗ। ଏହି ଘଟଣାରେ ସରପଞ୍ଚଙ୍କ ସହ ତତ୍କାଳୀନ ଜିଆରଏସ ସୁଶାନ୍ତ ମେହେରଙ୍କ ମଧ୍ୟ ହାତ ରହିଥିବା ପ୍ରକାଶ କରିଛନ୍ତି। ଏପରିକି ଏହି ଘଟଣା ପ୍ରକାଶ କଲେ ସେମାନେ ହିତାଧିକାରୀଙ୍କୁ ନାଲି ଆଖି ଦେଖିଇବା ସହ ସମସ୍ତ ସରକାରୀ ସୁବିଧା କାଟିଦେବୁ ବୋଲି ଚେତାବନୀ ଦେଉଥିବା ଅଭିଯୋଗ ଆଣିଛନ୍ତି ହିତାଧିକାରୀ। ଏ ନେଇ ଚିଚୈଗୁଡା ସରପଞ୍ଚ ପରମେଶ୍ବର ମେହେରଙ୍କୁ ପଚାରିବାରୁ ରାଜନୈତିକ ଆକ୍ରୋଶ ରଖି ମୋତେ ଏପରି କରାଯାଉଛି। ପଞ୍ଚାୟତରେ ଏମିତି କୌଣସି ଶ୍ରମିକଙ୍କ ଟଙ୍କା ହେରଫେର ହୋଇନାହିଁ ବୋଲି ପ୍ରକାଶ କରିଛନ୍ତି।

ଅନ୍ୟପକ୍ଷରେ,ଏହି ଘଟଣାକୁ ନେଇଁ ଜୁନାଗଡ଼ ଦଳୀୟ କାର୍ଯ୍ୟାଳୟରେ ଭାଜପା ପକ୍ଷରୁ ଗୁରୁବାର ଏକ ଖବରଦାତା ସମ୍ମିଳନୀ ଆୟୋଜନ କରାଯାଇଥିଲା। ଗରିବ ହିତାଧିକାରୀଙ୍କ ଟଙ୍କା ହଡ଼ପ କରିଥିବା ସମ୍ପୃକ୍ତ ବ୍ୟକ୍ତିଙ୍କ ଉପରେ ଦୃଢ଼ କାର୍ଯ୍ୟନୁଷ୍ଠାନ ନିଆଯାଉ ବୋଲି ଦାବି କରାଯାଇଛି। ଖବରଦାତା ସମ୍ମିଳନୀରେ ପୁର୍ବତନ ମନ୍ତ୍ରୀ ହିମାଂଶୁ ଶେଖର ମେହେର,ରାଜ୍ୟ କାର୍ଯ୍ୟ କାରିଣୀ ସଦସ୍ୟ ମନୋଜ ମେହେର,ପୁର୍ବତନ ନଗରପାଳ ସୁଧାଂଶୁ ଶେଖର ବରାଡ଼, ବରିଷ୍ଠ ନେତା ହିମାଂଶୁ ଶେଖର ବରାଡ, କାଳୀନ୍ଦ୍ରୀ ପାଣିଗ୍ରାହୀ,ଲକ୍ଷ୍ମୀ ନାରାୟଣ ବାଣୁଆ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱାସ ଅଛି, ଭରସା ନାହିଁ

ଆଗକୁ ଅନ୍ଧାରପକ୍ଷ ଆସୁଛି। କୁଞ୍ଜବଦଳିଆ, ଦାଆଗେଣ୍ଡାଳିଆ, ସାରସ, ପାତିହଂସ, ଜଡ଼ାହଂସ ସମସ୍ତଙ୍କ ମଧ୍ୟରେ ଭାଳେଣି, ମାଫିଆଙ୍କ ହାତରୁ ଏଥର ନିସ୍ତାର ନାହିଁ। କାକଟପୁର, ଅସ୍ତରଙ୍ଗ, ଦେବୀନଦୀ ମୁହାଣ,…

ଆତ୍ମସମର୍ପଣ

ସାର୍ବଭୌମତ୍ୱ ଉଲ୍ଲଂଘନକୁ ଏକ ଦେଶର ଆଞ୍ଚଳିକ ଅଖଣ୍ଡତାର ଉଲ୍ଲଂଘନ କିମ୍ବା ସରକାରୀ କାର୍ଯ୍ୟରେ ହସ୍ତକ୍ଷେପ ବୋଲି କୁହାଯାଏ। ଜଣେ ଆତ୍ମସମର୍ପଣ କରେ ଯେତେବେଳେ ସେ ବିନା ପ୍ରତିରୋଧରେ…

ସରିଲା ଗୋଲାପ ଦିଆନିଆ, ଆଜି ପ୍ରପୋଜ୍‌

ଭୁବନେଶ୍ୱର,୮।୨(ସୌମ୍ୟରଞ୍ଜନ ରାଉତ): ଭାଲାଣ୍ଟାଇନ୍‌ ଡେ’ର ପ୍ରଥମ ପାହାଚ ରୋଜ୍‌ ଡେ’ ପାଇଁ ଶନିବାର ଚଳଚଞ୍ଚଳ ହୋଇଉଠିଥିଲା ରାଜଧାନୀ। ପରସ୍ପରକୁ ଗୋଲାପ ଦେଇ ଶୁଭେଚ୍ଛା ଜଣାଇଥିଲେ ପ୍ରେମୀଯୁଗଳ। ହଷ୍ଟେଲ୍‌ଗୁଡିକରେ…

Video: ଦର୍ଶକଙ୍କ ମନ ଚୋରି କଲେ ନୋରା, ବାନ୍ଧି ରଖିଲେ ବାଦଶାହା

ନୂଆଦିଲ୍ଲୀ,୮।୨: ଟି-୨୦ ବିଶ୍ୱକପ ୨୦୨୬ ଶନିବାର, ଫେବୃଆରୀ ୭ରେ ଆରମ୍ଭ ହୋଇଥିଲା। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯାଇଥିଲା, ଯେଉଁଥିରେ ଟିମ ଇଣ୍ଡିଆ ଏବଂ ଆମେରିକା…

ହନୁ ମାଙ୍କଡ଼ ଉପଦ୍ରବରେ ଆତଙ୍କିତ ଅଞ୍ଚଳବାସୀ, କାବୁ କରିବାରେ ବନ କର୍ମଚାରୀ ବିଫଳ

ପରଜଙ୍ଗ,୮।୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଅନ୍ତର୍ଗତ ପାଟରପଦା ନୂଆସାହି ଏବଂ ଆଖପାଖ ଅଞ୍ଚଳ କଟାବାହାଳ, ମେଣ୍ଢାପଦା, ଖଳିବାହାଳ, ମାଧପୁର ଗ୍ରାମବାସୀ ମାଙ୍କଡ ଆତଙ୍କରେ ଆତଙ୍କିତ…

ବିଦେଶରେ ଭାରତୀୟ ଛାତ୍ରଙ୍କ ଉପରେ ମରଣାନ୍ତକ ଆକ୍ରମଣ

ମସ୍କୋ,୮।୨: ଋଷର ବାଶକୋର୍ଟୋସ୍ତାନ ଗଣରାଜ୍ୟରେ ଶନିବାର ବିଦେଶୀ ଛାତ୍ରଙ୍କ ପାଇଁ ଏକ ବିଶ୍ୱବିଦ୍ୟାଳୟ ଛାତ୍ରାବାସରେ ଛୁରୀ ଆକ୍ରମଣରେ ଚାରି ଜଣ ଭାରତୀୟ ଛାତ୍ରଙ୍କ ସମେତ ଛଅ ଜଣ…

ଅବ୍ୟବସ୍ଥା ଘେରରେ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ଛାତ୍ରାବାସରୁ ଛାତ୍ର ନିଖୋଜ

ଦାରିଙ୍ଗବାଡି, ୮।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପୁଣି ଆଉ ଏକ ଅଘଟଣ ଘଟିଛି । ଜଣେ ନବମ ଶ୍ରେଣୀ…

ମାର୍ଚ୍ଚ ପୂର୍ବରୁ ବୋତୋସ୍ବାନାରୁ ଆସିବେ ଚିତା

ନୂଆଦିଲ୍ଲୀ,୮|୨(ପି.ଟି.): ବୋତୋସ୍ବାନାରୁ ପ୍ରଥମ ପର୍ଯ୍ୟାୟରେ କେତେକ ଚିତାବାଘ ଚଳିତ ମାସ ଶେଷ ସୁଦ୍ଧା ଭାରତରେ ଆସି ପହଞ୍ଚତ୍ବେ ବୋଲି ଆଶା କରାଯାଉଥିବା କେନ୍ଦ୍ର ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri