ଦେଢ଼ କୋଟିରୁ ଊର୍ଦ୍ଧ୍ୱ ହଡ଼ପ: ଅବସରପ୍ରାପ୍ତ ସହକାରୀ ଯନ୍ତ୍ରୀ ଗିରଫ

ରଘୁନାଥପୁର,୪।୧୨(ଡି.ଏନ୍‌.ଏ.): ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକରେ ସରକାରଙ୍କ ଆମ ଗାଁ ଆମ ବିକାଶ ଯୋଜନାରେ ୧ କୋଟି ୬୨ ଲକ୍ଷ ଟଙ୍କା ଦୁର୍ନୀତି ହୋଇଥିବା ନେଇ ସେପ୍ଟେମ୍ବର ୫ରେ ସ୍ଥାନୀୟ ଥାନାରେ ଅଭିଯୋଗ ହୋଇଥିଲା। ଏହି ଘଟଣାରେ ନଭେମ୍ବର ୩୦ରେ ଅବସର ନେଇଥିବା ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଅମିୟ ମଲ୍ଲିକଙ୍କୁ ଶନିବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଜାମିନ୍‌ ନାମଞ୍ଜୁର ହେବାରୁ ତାଙ୍କୁ ଆଳିପିଙ୍ଗଳ ଜେଲକୁ ପଠାଇ ଦିଆଯାଇଛି ବୋଲି ଆଇଆଇସି ରାଜକିଶୋର ବେହେରା କହିଛନ୍ତି। ସୂଚନାଯୋଗ୍ୟ, ଏହି ଯୋଜନା ସମ୍ପର୍କରେ ରେଢୁଆ ଅଞ୍ଚଳର ସାମାଜିକ କର୍ମୀ ଗୋବିନ୍ଦ ଓଝା ସୂଚନା ଆଧାର ଆଇନ ଜରିଆରେ ତଥ୍ୟ ମଗାଇଥିଲେ। ଉକ୍ତ ତଥ୍ୟରୁ ଜଣାପଡ଼ିଥିଲା ଯେ,୨୦୧୮-୧୯ରେ ବ୍ଲକର ବିଭିନ୍ନ ପଞ୍ଚାୟତରେ ଉନ୍ନୟନମୂଳକ କାର୍ଯ୍ୟ ହୋଇଥିଲା। ମାତ୍ର ଏସବୁ କାର୍ଯ୍ୟରେ ବ୍ୟବହୃତ କିଛି ସାମଗ୍ରୀ ଉପରେ ନକଲି ରସିଦ ଦିଆଯାଇ ଜିଏସ୍‌ଟି ଠକେଇ କରାଯାଇଛି। ଏହାପରେ ସମ୍ପୃକ୍ତ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ମଲ୍ଲିକଙ୍କ ସମେତ ବିଡିଓ ଏବଂ ଅନ୍ୟ ଯନ୍ତ୍ରୀଙ୍କ ବିରୋଧରେ ଓଝା ଥାନାରେ ଅଭିଯୋଗ କରିଥିଲେ। ଏହାକୁ ଭିତ୍ତିକରି ପୋଲିସ ମାମଲା (ନଂ. ୧୬୬/୨୨) ରୁଜୁ କରି ତଦନ୍ତ ଜାରି ରଖିଥିଲା। ଗିରଫ ଭୟରେ ମଲ୍ଲିକ ଫେରାର ହୋଇଯାଇଥିଲେ। ଏସ୍‌ଆଇ ଅନିଲ କୁମାର ସାହୁ ଏନେଇ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ଅପରାହ୍ନରେ ଉକ୍ତ ଥାନା ଅନ୍ତର୍ଗତ ଗୁଆଳିପୁର ରେଳ ଷ୍ଟେଶନ ନିକଟରୁ ତାଙ୍କୁ ଗିରଫ କରିଛନ୍ତି। ଏହାପରେ କାହାର ପାଳି ପଡ଼ିବ ସେନେଇ ଚର୍ଚ୍ଚା ଜୋର ଧରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ୱାମୀଙ୍କୁ ନଜଣାଇ ଟ୍ରଙ୍କରେ ରଖିଥିଲେ ୧୨ ଲକ୍ଷ, ସବୁ ଖାଇଦେଲା ମୂଷା! ତାପରେ….

ଲକ୍ଷ୍ନୌ,୨୩।୮: ତ୍ତତ୍ତରପ୍ରଦେଶର ଗୋଣ୍ଡାରୁ ଏପରି ଏକ ଘଟଣା ସାମ୍ନାକୁ ଆସିଛି, ଯାହାକୁ ନେଇ ସୋସିଆଲ ମିଡିଆରେ ବେଶ୍ ଚର୍ଚ୍ଚା ହେଉଛି । ଜଣେ ମହିଳା ପ୍ରାୟ ୮…

SIM କାର୍ଡ ନିୟମରେ ବଡ଼ ପରିବର୍ତ୍ତନ! କାଲିଠୁ ଏମାନଙ୍କର କଟିଯିବ କନେକ୍ସନ…

ଯଦି ଆପଣଙ୍କ ନାମରେ ଏକାଧିକ ମୋବାଇଲ୍ ସିମ୍ କାର୍ଡ ଅଛି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ନିର୍ଦ୍ଧାରିତ ସୀମାଠାରୁ ଅଧିକ ମୋବାଇଲ୍…

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଜନ୍ତର-ମନ୍ତର ଭଳି ପୁଣି ଆନ୍ଦୋଳନର ଚେତାବନୀ ଦେଲା CJP, ଏହିଦିନ ଯୁବବର୍ଗ….

ନୂଆଦିଲ୍ଲୀ,୨୩।୮: ଜନ୍ତର ମନ୍ତରରେ ଚାଲିଥିବା ବିରୋଧ ପ୍ରଦର୍ଶନ ସମୟରେ କେନ୍ଦ୍ର ସରକାର ଦେଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ ଦାବି କରିଛି କକ୍ରୋଚ ଜନତା ପାର୍ଟି (CJP) ।…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

କେନ୍ଦ୍ରୀୟ କର୍ମଚାରୀଙ୍କ ବଢିବ ଦରମା, ରାକ୍ଷୀରେ ଆସିବ DA!

ନୂଆଦିଲ୍ଲୀ,୨୩।୮: ଦେଶବ୍ୟାପୀ ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନଶନଭୋଗୀ ଅଷ୍ଟମ ବେତନ ଆୟୋଗ (8th Pay Commission) ଗଠନକୁ ଅପେକ୍ଷା କରିଥିବା ବେଳେ, ବର୍ତ୍ତମାନ ସେମାନଙ୍କ…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

ୱାଘା ବର୍ଡର ବନ୍ଦ ପରେ ବି ଭାରତ ଆସିଲେ ୧୫୦ ପାକିସ୍ତାନୀ ବଧୂ! କଲେ ବିବାହ, ଜାଣନ୍ତୁ କିପରି

ନୂଆଦିଲ୍ଲୀ,୨୩।୮: ଅପରେଶନ ସିନ୍ଦୂର ପରେ ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବଢ଼ିବା ସହ ଅଟାରୀ-ୱାଘା ବର୍ଡର ବନ୍ଦ କରାଯାଇଥିଲା। ଏହାର ପ୍ରଭାବରେ ଦୁଇ ଦେଶରେ ବିବାହ ପାଇଁ ଅପେକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri