ଗିରଫ ଧମକ ଦେଇ ଟଙ୍କା ଆଦାୟ ପଡ଼ିଲା ଭାରି: ଭିଜିଲାନ୍ସ ଜାଲରେ ଖଲ୍ଲିକୋଟ ଥାନା ASI ସୁଜିତ୍‌ ପାଣିଗ୍ରାହୀ

ଖଲ୍ଲିକୋଟ,୧୧।୯(ପ୍ରଶାନ୍ତ କୁମାର ମିଶ୍ର):  ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନାରେ ଶୁକ୍ରବାର ଭିଜିଲାନ୍ସ ଟିମ୍‌ ପକ୍ଷରୁ ଏକ ବଡ଼ଧରଣର ଚଢ଼ାଉ କରାଯାଇଛି। ୧୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଥାନାର ଏଏସଆଇ (ASI) ସୁଜିତ୍‌ ପାଣିଗ୍ରାହୀ ଭିଜିଲାନ୍ସ ହାତରେ ରଙ୍ଗେହାତ ଧରାପଡ଼ିଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ଏକ ମାମଲାରେ ଗିରଫ ନ କରିବା ପାଇଁ ଏଏସଆଇ ସୁଜିତ୍‌ ପାଣିଗ୍ରାହୀ ଅଭିଯୋଗକାରୀଙ୍କୁ ଧମକ ଦେଇ ଟଙ୍କା ଦାବି କରୁଥିଲେ। ଏ ନେଇ ଅଭିଯୋଗକାରୀ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ। ପୂର୍ବ ଯୋଜନା ଅନୁଯାୟୀ, ଶୁକ୍ରବାର ଅଭିଯୋଗକାରୀଙ୍କଠାରୁ ୧୫ ହଜାର ଟଙ୍କା ଲାଞ୍ଚ ଗ୍ରହଣ କରୁଥିବା ସମୟରେ ପୂର୍ବରୁ ଛକି ରହିଥିବା ଭିଜିଲାନ୍ସ ଟିମ୍‌ ତାଙ୍କୁ କାବୁ କରିଥିଲେ।

ଭିଜିଲାନ୍ସ ପକ୍ଷରୁ ଲାଞ୍ଚ ଟଙ୍କା ଜବତ କରାଯିବା ସହ ଏଏସଆଇ ସୁଜିତ୍‌ ପାଣିଗ୍ରାହୀଙ୍କୁ ଅଟକ ରଖି ଅଧିକ ତଦନ୍ତ ଜାରି ରହିଛି। ଆଇନ ଅନୁଯାୟୀ ତାଙ୍କ ବିରୋଧରେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ସୂଚନାଯୋଗ୍ୟ ଯେ, ସୁଜିତ୍‌ ପାଣିଗ୍ରାହୀ ଗତ ଏକ ବର୍ଷ ହେବ ଖଲ୍ଲିକୋଟ ଥାନାରେ କାର୍ଯ୍ୟରତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର : ଜାତିଆଣ ମନ୍ତବ୍ୟ…

ଛତ୍ରପୁର, ୧୧/୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଆସିକା ବ୍ଲକ ଅନ୍ତର୍ଗତ ହରିପଦପୁର ଗ୍ରାମପଞ୍ଚାୟତର ସମସ୍ୟା ନେଇ ବ୍ଲକରେ ଅନୁଷ୍ଠିତ ସମିତି ବୈଠକରେ ବିଧାୟକଙ୍କ ସମ୍ମୁଖରେ…

ଆର୍ଯ୍ୟପଲ୍ଲୀ ଫିସିଂ ହାର୍ବର କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ ଦେଲେ ମନ୍ତ୍ରୀ

ଛତ୍ରପୁର, ୧୧ା୯ (ଦ୍ୱାରକା ପଟ୍ଟନାୟକ/ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଶୁକ୍ରବାର ଦିନିକିଆ ଗଞ୍ଜାମ ଗସ୍ତରେ ଆସି…

ଶାଗୁଆନ କାଠ ବୋଝେଇ ପିକ୍ଅପ ଭ୍ୟାନ ଜବତ: ମାମଲା ରୁଜୁ କଲା ବନ ବିଭାଗ               

ଦିଗପହଣ୍ଡି/ମୋହନା,୧୧|୯(ଅଶେଷ ନାଥ ମିଶ୍ର/ ମନ୍ମଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗ୍ରାମ ସ୍ଥିତ ବନ ବିଭାଗ ଚନ୍ଦ୍ରଗିରି ରେଞ୍ଜ କାର୍ଯ୍ୟାଳୟ କର୍ମଚାରୀ ବୃନ୍ଦ ଗଜପତି…

ଚଳିତ ବର୍ଷର ଅଧିକ ପାଣି ବଂଶଧାରାରେ

ଗୁଡ଼ାରି, ୧୧।୯ (ପ୍ରମୋଦ କୁମାର ପତି): ଗୁଡ଼ାରି ବଂଶଧାରା ନଦୀରେ ଶୁକ୍ରବାର ଚଳିତ ବର୍ଷର ସର୍ବାଧିକ ଜଳ ପ୍ରବାହ ଦେଖିବାକୁ ମିଳିଛି। ନଦୀର ଉପରମୁଣ୍ଡରେ ଲଘୁଚାପଜନିତ ବର୍ଷା…

ପୋଡ଼ାମାରି ସ୍ଥିତ ବନାଞ୍ଚଳ କାର୍ଯ୍ୟାଳୟରେ ୧୪ ତମ  ବନ ସହିଦ୍ ଦିବସ ପାଳିତ: ବଳିଦାନ ଦେଇଥିବା ବନ କର୍ମଚାରୀ ମାନଙ୍କ ଉଦ୍ଦେଶ୍ୟରେ …

ପୋଡ଼ାମାରି ସ୍ଥିତ ବନାଞ୍ଚଳ କାର୍ଯ୍ୟାଳୟ ରେ ୧୪ ତମ ବନ ସହିଦ୍ ଦିବସ ପାଳିତ ; * ବଳିଦାନ କରିଥିବା ବନ କର୍ମଚାରୀ ମାନଙ୍କ ଉଦ୍ଦେଶ୍ୟରେ କରାଗଲା…

ଖରାରେ ସିଝିଲେ, ବର୍ଷାରେ ଭିଜିଲେ ଭିନ୍ନକ୍ଷମ

ହାଟଡିହୀ/ଛେନାପଦୀ,୧୧।୯ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଅନୁଷ୍ଠିତ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ବ୍ୟାପକ ଅବ୍ୟବସ୍ଥା ପରିଲକ୍ଷିତ ହୋଇଛି।…

ପ୍ରଧାନମନ୍ତ୍ରୀଙ୍କ ଜନ୍ମ ଦିନରୁ ସେବା ସଂକଳ୍ପ ଅଭିଯାନ: ୧୩ଟି କାର୍ଯ୍ୟକ୍ରମକୁ ନେଇଁ ଲୋକଙ୍କୁ ପାଖକୁ ଯିବ ଭାଜପା

ଭବାନୀପାଟଣା,୧୧।୯(ଉତ୍ତମ କୁମାର ଦାଶ): ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ମାସେ ବ୍ୟାପି ସେବା ସଂକଳ୍ପ ଅଭିଯାନ କରିବ ଭାଜପା । ଏଥିରେ ପ୍ରତ୍ୟେକ ମଣ୍ଡଳ, ବୁଥ ଏବଂ ଜିଲାରେ ସେବା…

ଦିବ୍ୟାଙ୍ଗଙ୍କୁ ସ୍ୱାବଲମ୍ବୀ କରାଇବା ପାଇଁ ପଦକ୍ଷେପ: ଏକାଧିକଙ୍କୁ ମିଳିଲା ସହାୟତା ରାଶି

ଦାରିଙ୍ଗବାଡ଼ି, ୧୧।୯ (ଅରୁଣ ସାହୁ): ଦିବ୍ୟାଙ୍ଗଙ୍କ ବିକାଶ ସହ ସେମାନଙ୍କୁ ସ୍ୱରୋଜଗାରକ୍ଷମ କରାଇ ସ୍ୱାବଲମ୍ବୀ କରିବା ପାଇଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ିରେ ପ୍ରୟାସ ଆରମ୍ଭ ହୋଇଛି। ପୂର୍ବରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?