ଠିକା କାମରୁ ୩୦ ପ୍ରତିଶତ ଦାଦାବଟି ଦେବା ପାଇଁ ପଡୋଶୀଙ୍କୁ ଧମକ, ଅଭିଯୁକ୍ତ ଗଲେ ଜେଲ

ଦିଗପହଣ୍ଡି,୮।୮(ଅଶେଷ ନାଥ ମିଶ୍ର): ଦାଦାବଟି ନଦେବାରୁ ପଡ଼ୋଶୀଙ୍କୁ ହତ୍ୟା ଧମକ ଦେଇଥିବା ଅଭିଯୁକ୍ତକୁ କେ. ନୂଆଗାଁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଗଞ୍ଜାମ ଜିଲା ଦିଗପହଣ୍ଡି ଅନ୍ତର୍ଗତ କେ. ନୂଆଗାଁ ପୋଲିସ ଶନିବାର ଚାନ୍ଦପୁର ପଞ୍ଚାୟତ ପତ୍ରଚୁଡ଼ି ଗ୍ରାମର ବନବିହାରୀ ଗୌଡ଼ଙ୍କୁ ଗିରଫ କରି କୋର୍ଟକୁ ପଠାଇଛି। ଜାମିନ ଆବେଦନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଦିଗପହଣ୍ଡି ସବ୍ ଜେଲ୍ ହାଜତକୁ ପଠାଇ ଦିଆଯାଇଛି।

ପ୍ରକାଶ ଯେ, ପତ୍ରଚୁଡ଼ି ଗ୍ରାମର ନୂଆସାହିର କୃଷ୍ଣଚନ୍ଦ୍ର ପ୍ରଧାନ ଚିକିଟି ବ୍ଲକ ପକ୍ଷରୁ ପଞ୍ଚଦଶ ରାଜ୍ୟ ଅର୍ଥ କମିଶନ ପାଣ୍ଠିରୁ ୨ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଏକ ରାସ୍ତା କାମ ପ୍ରକଳ୍ପ ପାଇଁ କାର୍ଯ୍ୟାଦେଶ ପାଇଥିଲେ। ଗତ ଗୁରୁବାର ସନ୍ଧ୍ୟା ପ୍ରାୟ ୭ଟାରେ କୃଷ୍ଣଚନ୍ଦ୍ରଙ୍କୁ ତାଙ୍କ ପଡ଼ୋଶୀ ବନବିହାରୀ ଉକ୍ତ ପ୍ରକଳ୍ପ କାମରୁ ୩୦ ପ୍ରତିଶତ ଟଙ୍କା ଦାଦାବଟି ଦେବାକୁ ବାଧ୍ୟ କରିଥିଲେ। ସେ ପ୍ରତିବାଦ କରିବାରୁ ଦାଦାବଟି ନଦେଲେ ତାଙ୍କୁ ଜୀବନରେ ମାରିଦେବାକୁ ଧମକ ଦେଇଥିଲେ। ବନବିହାରୀ ଘଟଣାଦିନ ରାତି ପ୍ରାୟ ସାଢ଼େ ୧୦ଟାରେ ପୁଣିଥରେ କୃଷ୍ଣଚନ୍ଦ୍ରଙ୍କ ମୋବାଇଲକୁ ଫୋନ୍ କରି ଟଙ୍କା ନଦେଲେ ହତ୍ୟା କରିବାକୁ ଧମକ ଦେଇଥିଲେ।

ଏନେଇ କୃଷ୍ଣଚନ୍ଦ୍ର ଘଟଣାର ପରଦିନ କେ. ନୂଆଗାଁ ଥାନାରେ ଏତଲା ଦେଇଥିଲେ। ଆଇଆଇସି ବିଶ୍ୱଜିତ ନାୟକ ଏତଲାକୁ ଭିତ୍ତିକରି ଅଭିଯୁକ୍ତଙ୍କ ବିରୋଧରେ ମକଦ୍ଦମା ରୁଜୁ କରିଥିଲେ। ଭାରତୀୟ ନ୍ୟାୟ ସଂହିତାର ଦଫା ୧୨୬(୨), ୨୯୬, ୩୦୮(୫), ୩୫୧(୨) ଏବଂ ୩୫୧(୩) ଅନୁଯାୟୀ ମାମଲା ରୁଜୁ ହୋଇଥିବାବେ

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟଜନ୍ତୁ ପ୍ରେମୀଙ୍କ ଲାଗି ଖୁସି ଖବର: ଜନ୍ମ ହେଲା ହାତୀ ଛୁଆ

କେନ୍ଦୁଝର,୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ବନ୍ୟଜନ୍ତୁ ପ୍ରେମୀଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ପାଟନା ବନାଞ୍ଚଳରେ ଏକ ମା’ ହାତୀ ଛୁଆ ହାତୀକୁ ଜନ୍ମ ଦେଇଥିବା…

ନିଖୋଜ ଥିଲେ ମହିଳା, ଚାଷ ଜମିରୁ ଉଦ୍ଧାର ହେଲା ଗଳିତ ମୃତଦେହ: ପରିବାରରେ…

କୋକସରା, ୮।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼କେନ୍ଦୁଗୁଡ଼ା ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ମଙ୍ଗଳବାରଠାରୁ…

ସ୍ୱାଧୀନତା ଦିବସ ପାଇଁ ପ୍ରତିଯୋଗିତା

ଭଞ୍ଜନଗର, ୮।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଆସନ୍ତା ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଅବସରରେ ଭଞ୍ଜନଗର ଜେଲ୍ ପଡ଼ିଆରେ…

ବଜାର ଆସି ଘରକୁ ଫେରୁଥିବା ବେଳେ ବାଟରେ ଘଟିଲା ବଜ୍ରପାତ, ଆଉ ତା’ ପରେ…

ଚିକିଟ,୮ା୮(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଚିକିଟି ଫାଣ୍ଡି ରାମଚନ୍ଦ୍ରପୁର ପଞ୍ଚାୟତ ଅନ୍ତର୍ଗତ ବଡପଲଙ୍କ ଗ୍ରାମର ବିଜୟ ପ୍ରଧାନ (୪୫)ଙ୍କ ବ୍ରଜପାତରେ ମୃତ୍ୟୁ ଘଟିଛି।…

ଝରିପଦର ଡାକ୍ତରଖାନାରେ ଡାକ୍ତର ଅନୁପସ୍ଥିତ: ରୋଗୀ ସେବା ବିପର୍ଯ୍ୟସ୍ତ

ଦିଗପହଣ୍ଡି,୮|୮(ଅଶେଷ ନାଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ମା ଗର୍ଭରେ ଥିବା ଶିଶୁ ଠାରୁ ଆରମ୍ଭ କରି ବୁଢା ବୁଢ଼ୀଙ୍କ ମୃତ୍ୟୁ ପର୍ଯ୍ୟନ୍ତ ବିଭିନ୍ନ ଯୋଜନା…

ତିହାଡ଼ିପାଲି ଶିବ ମନ୍ଦିର ନିକଟ ପୋଲ ଉପରେ ଚାଲିଛି ପାଣି: ଯାତାୟାତ ବାଧାପ୍ରାପ୍ତ

ଜମନକିରା, ୮।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଚଳିତ ବର୍ଷ ଅତ୍ୟଧିକ ବର୍ଷା ଯୋଗୁଁ କୁଚିଣ୍ଡା-ଲାଡ-ଫାଶିମାଲ ଭାୟା ଧୁଡ଼ିପାଲି ପିଡବ୍ଲ୍ୟୁଡି ରାସ୍ତାରେ ଗମ୍ଭୀର ସମସ୍ୟା ସୃଷ୍ଟି ହୋଇଛି। ତିହାଡ଼ିପାଲି…

କାର୍ଯ୍ୟସ୍ଥଳରେ ମହିଳାଙ୍କୁ ଯୌନ ଉତ୍ପୀଡନରୁ ସୁରକ୍ଷା, ପ୍ରତିକାର ଆଇନ

ଦିଗପହଣ୍ଡି, ୮|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ଶକ୍ତିଶ୍ରୀ ସଶକ୍ତିକରଣ ସେଲ୍ ପକ୍ଷରୁ ଶନିବାର ଆଇନ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଶକ୍ତିଶ୍ରୀ…

ହଷ୍ଟେଲ ଛାଡ଼ିଲେ ୧୪୦ ପିଲା, ବିଜେଡି-କଂଗ୍ରେସ ନେତା ବିଦ୍ୟାଳୟ ଗସ୍ତ କରି ସମସ୍ତ ଭିତ୍ତିଭୂମିର…

ଝରିଗାଁ,୮ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଛାତ୍ରାବାସରେ ରହୁଥିବା ଅନ୍ତେବାସୀଙ୍କ ନିମ୍ନମାନର ଖାଦ୍ୟ ଦେବା ସହ ଭିତ୍ତିଭୂମିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri