ପରକୀୟା ପ୍ରୀତି ସନ୍ଦେହ ନେଲା ଛବିରାଣୀଙ୍କ ଜୀବନ

ଭଦ୍ରକ ଅଫିସ,୨୪।୭: କୁରାଢ଼ିରେ ଅତି ନୃଶଂସ ଭାବେ ସ୍ତ୍ରୀଙ୍କ ମୁଣ୍ଡକୁ ଛେଚି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଶନିବାର ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ କାଉପୁର ପଞ୍ଚାୟତ ଏଡ଼ାଦେଇ ଗ୍ରାମରେ। ମୃତା ମହିଳା ହେଲେ ଛବିରାଣୀ ସାହୁ(୪୫)। ପରକୀୟା ପ୍ରୀତି ସନ୍ଦେହରେ ତାଙ୍କ ସ୍ବାମୀ ଏଭଳି କାଣ୍ଡ ଘଟାଇଥିବା ପୋଲିସ ସନ୍ଦେହ କରୁଛି। ଏ ନେଇ ମୃତା ଛବିରାଣୀଙ୍କ ଭାଇ ଆଗରପଡ଼ା ଥାନା ଅଧୀନ ମଙ୍ଗଳପୁର ଗାଁର ପୂର୍ଣ୍ଣଚନ୍ଦ୍ର ଭୋଳଙ୍କ ଅଭିଯୋଗ କ୍ରମେ ଥାନାରେ ହତ୍ୟା ମାମଲା(ନଂ.୩୦୮/୨୧) ରୁଜୁ କରାଯାଇଛି। ସାଇଣ୍ଟିଫିକ ଟିମ୍‌ ଓ ସନ୍ଧାନୀ କୁକୁର ସାହାଯ୍ୟରେ ଥାନା ଅଧିକାରୀ ଆଲୋକ କୁମାର ଜେନା ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।
ସୂଚନା ଅନୁଯାୟୀ, ଶନିବାର ଭୋରରେ ପଡ଼ୋଶୀଙ୍କଠାରୁ ଖବର ପାଇ ପୋଲିସ ପହଞ୍ଚି ଘର ଚଟାଣରୁ ଛବିରାଣୀଙ୍କ ମୃତଦେହ ଜବତ କରିଥିଲା। ମୃତଦେହ ନିକଟରେ ଏକ କୁରାଢ଼ି ପଡ଼ିଥିବା ବେଳେ ଘର ବାରଣ୍ଡାରେ ତାଙ୍କ ସ୍ବାମୀ ଗୋବିନ୍ଦ ବସି ରହିଥିବା ଦେଖିବାକୁ ମିଳିଥିଲା। ପାରିପାର୍ଶ୍ୱିକ ସ୍ଥିତିରୁ ଛବିରାଣୀଙ୍କ ମୁଣ୍ଡରେ କୁରାଢ଼ିରେ ଶକ୍ତ ଆଘାତ କରାଯାଇଥିବା ଜଣାପଡ଼ିଛି। ପୋଲିସ କୁରାଢ଼ି ଜବତ କରିଥିବା ବେଳେ ଗୋବିନ୍ଦଙ୍କ ସହ ଗାଁର ୨ ଯୁବକଙ୍କୁ ସନ୍ଦେହରେ ଥାନାରେ ଅଟକ ରଖି ପଚରାଉଚୁରା କରୁଛି। ମୃତା ଛବିରାଣୀ ଓ ତାଙ୍କ ସ୍ବାମୀ ଗୋବିନ୍ଦ ଗୋଟିଏ ଘରେ ରହିଆସୁଥିଲେ। ଗୋବିନ୍ଦ ଜଣେ ଦିବ୍ୟାଙ୍ଗ (ମୂକ ଓ ବଧିର)। ସେ ଛବିରାଣୀଙ୍କୁ ସନ୍ଦେହ ଦୃଷ୍ଟିରେ ଦେଖିଆସୁଥିଲେ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ତଦନ୍ତ ପରେ ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ଥାନା ଅଧିକାରୀ ଜେନା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରପୃଷ୍ଠରେ ବିଶାଳକାୟ ନୂତନ ଗର୍ତ୍ତ ଚିହ୍ନଟ, କୋଲୋସିୟମଠାରୁ ବି ବଡ଼

କେପ କାନାଭେରାଲ (ଫ୍ଲୋରିଡା),୧୮।୯: ଚନ୍ଦ୍ରପୃଷ୍ଠରେ ବିଶାଳକାୟ ନୂତନ ଗର୍ତ୍ତ ସୃଷ୍ଟି ହୋଇଥିବା ନାସାର ‘ଲୁନାର ରେକୋନିସାନ୍ସ ଅର୍ବିଟର’ (ଏଲ୍‌ଆର୍‌ଓ) ମହାକାଶଯାନ ଦ୍ୱାରା ଚିହ୍ନଟ ହୋଇଛି। ରୋମ୍‌ର ପ୍ରସିଦ୍ଧ…

ଘୂର୍ଣ୍ଣିବଳୟ ସକ୍ରିୟ: ୨୩ ଯାଏ ପ୍ରବଳ ବର୍ଷା, ସତର୍କ ଜାରି କରି ପାଣିପାଗ ବିଭାଗ କହିଲା…

ଭୁବନେଶ୍ୱର,୧୮ା୯: ଉତ୍ତର ଥାଇଲାଣ୍ଡ ଉପରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହି ଘୂର୍ଣ୍ଣିବଳୟ ୧୮ ତାରିଖ ସନ୍ଧ୍ୟା ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଉପରେ…

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?