Posted inଜାତୀୟ

ହାଫିଜଙ୍କୁ ଆମକୁ ପ୍ରତ୍ୟର୍ପଣ କର: ଭାରତର ଦାବି ନେଇ ଅଡୁଆରେ ପାକିସ୍ତାନ…

ନୂଆଦିଲ୍ଲୀ,୨୮।୧୨ : ଲଶ୍କରରୁ ଆରମ୍ଭ କରି ଜୈଶ ପର୍ଯ୍ୟନ୍ତ ଆତଙ୍କବାଦୀଙ୍କୁ ଶରଣ ଦେଇ ସହାୟତା କରୁଥିବା ପାକିସ୍ତାନ ନିକଟରେ ଭାରତ ଏକ ବଡ ଦାବି କରିଛି। ଭାରତ ସରକାର ପାକିସ୍ତାନକୁ ଲଶ୍କର-ଇ-ତୋଏବା ପ୍ରତିଷ୍ଠାତା ତଥା ଭାରତରେ ଅନେକ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ହାଫିଜ ସଇଦଙ୍କୁ ପ୍ରତ୍ୟର୍ପଣ କରିବାକୁ କହିଛନ୍ତି। ପାକିସ୍ତାନରୁ ହାଫିଜ ସଇଦଙ୍କୁ ପ୍ରତ୍ୟର୍ପଣ କରିବାକୁ ଭାରତ ଦାବି କରିଛି। ପାକିସ୍ତାନୀ ଗଣମାଧ୍ୟମ ଦାବି କରିଛି ପୁଲୱାମାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ହେଉଛି ହାଫିଜ ସଇଦ। ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ପାକିସ୍ତାନର ବୈଦେଶିକ ମନ୍ତ୍ରଣାଳୟକୁ ଏକ ଆନୁଷ୍ଠାନିକ ଆବେଦନ ମଧ୍ୟ କରିଛନ୍ତି। ଭାରତର ଏହି ଦାବି ପରେ ବର୍ତ୍ତମାନ ପାକିସ୍ତାନ ସରକାର ଅଡୁଆରେ ପଡିଛନ୍ତି।

ପାକିସ୍ତାନୀ ଗଣମାଧ୍ୟମ ରିପୋର୍ଟ କରିଛି ପାକିସ୍ତାନର ବୈଦେଶିକ ମନ୍ତ୍ରଣାଳୟ ଏପର୍ଯ୍ୟନ୍ତ ଭାରତର ଦାବିକୁ ନିଶ୍ଚିତ କରିନାହିଁ କିମ୍ବା ଏହାକୁ ଅସ୍ବୀକାର କରି ନାହିଁ। ବର୍ତ୍ତମାନ ଭାରତ ଏବଂ ପାକିସ୍ତାନ ମଧ୍ୟରେ କୌଣସି ପ୍ରତ୍ୟର୍ପଣ ଚୁକ୍ତି ନାହିଁ। ପାକିସ୍ତାନୀ ବିଶ୍ଳେଷକ ତଥା ବରିଷ୍ଠ ଖବରଦାତା ଏଜାଜ ସଇଦଙ୍କ ଅନୁଯାୟୀ, ନିର୍ବାଚନ ପୂର୍ବରୁ ହାଫିଜ ସଇଦଙ୍କୁ ପ୍ରତ୍ୟର୍ପଣ ପାଇଁ ପାକିସ୍ତାନ କୌଣସି ପଦକ୍ଷେପ ନେବାର ସମ୍ଭାବନା ନାହିଁ। ସେ ଦାବି କରିଛନ୍ତି ହାଫିଜ ସଇଦ ବର୍ତ୍ତମାନ ଜେଲରେ ଅଛନ୍ତି। ଏଜାଜ କହିଛନ୍ତି ପାକିସ୍ତାନ ନିର୍ବାଚନରେ ହାଫିଜ ସଇଦଙ୍କର ପ୍ରଭାବ ପଡିପାରେ।

ଭାରତ ଏପରି ସମୟରେ ଏକ ଦାବି କରିଛି ଯେତେବେଳେ ହାଫିଜ ସଇଦଙ୍କ ଦଳ ପାକିସ୍ତାନ ମର୍କଜୀ ମୁସଲିମ ଲିଗ ଆସନ୍ତା ବର୍ଷ ପାକିସ୍ତାନରେ ହେବାକୁ ଥିବା ସାଧାରଣ ନିର୍ବାଚନରେ ଭାଗ ନେବ ବୋଲି ଘୋଷଣା କରିଛି। ମିଳିତ ଜାତିସଂଘ ମଧ୍ୟ ହାଫିଜ ସଇଦଙ୍କୁ ଆତଙ୍କବାଦୀ ଘୋଷଣା କରିଛି। ଏଭଳି ପରିସ୍ଥିତିରେ ଭାରତର ଏହି ପ୍ରତ୍ୟର୍ପଣ ଦାବି ଯୋଗୁ ପାକିସ୍ତାନ ସରକାର ହରଡଘଣାରେ ପଡ଼ିପାରନ୍ତି। ନିକଟରେ ପାକିସ୍ତାନ ଅଭିଯୋଗ କରିଥିଲା ଭାରତ ଦ୍ୱାରା ପାକିସ୍ତାନରେ ଟିଟିପି ସହାୟତାରେ ଆତଙ୍କବାଦୀ ଆକ୍ରମଣକୁ ପ୍ରୋତ୍ସାହିତ କରାଯାଉଛି।

ହାଫିଜ ସଇଦ ବିଶ୍ୱ ଆତଙ୍କବାଦୀ ଘୋଷିତ ହୋଇଥିବାବେଳେ ତାଙ୍କ ଦଳ ପାକିସ୍ତାନରେ ନିର୍ବାଚନ ଲଢ଼ିବାକୁ ଅନୁମତି ପାଇଛି। ଫେବୃଆରୀ ୮ ରେ ହେବାକୁ ଥିବା ନିର୍ବାଚନ ପାଇଁ ହାଫିଜଙ୍କ ଦଳ ପ୍ରତ୍ୟେକ ଜାତୀୟ ତଥା ପ୍ରାଦେଶିକ ବିଧାନସଭା ଆସନରେ ପ୍ରାର୍ଥୀ ଦେଇଛି। କେବଳ ଏତିକି ନୁହେଁ, ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ହାଫିଜଙ୍କ ପୁଅ ତାଲହା ସଇଦ ମଧ୍ୟ ନିର୍ବାଚନରେ ଭାଗ ନେବାକୁ ଯାଉଛନ୍ତି ଏବଂ ସେ ଲାହୋର ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ ବୋଲି ଆଶା କରାଯାଉଛି। ଆମେରିକା ହାଫିଜ ସଇଦଙ୍କ ଉପରେ ୧୦ମିଲିୟନ ଡଲାର ପୁରସ୍କାର ଘୋଷଣା କରିଛି। ଏଭଳି ପରିସ୍ଥିତିରେ ଭାରତର ଦାବି ଯୋଗୁ ପାକିସ୍ତାନ ଅଡୂଆରେ ପଡ଼ିବ ବୋଲି ବିବେଚନା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସୀମାରେ ସାପ-କୁମ୍ଭୀର ଛାଡିବ ଭାରତ! ଶୁଣିକି ଛାନିଆ ହେଲା ପାକ୍‌-ବାଂଲାଦେଶ

ନୂଆଦିଲ୍ଲୀ,୭।୪: ଭାରତ-ବାଂଲାଦେଶ ସୀମାରେ ଅବୈଧ ଅନୁପ୍ରବେଶକୁ ରୋକିବା ପାଇଁ ବିଏସଏଫ ଏକ ଅଭିନବ ପଦ୍ଧତି ପ୍ରସ୍ତୁତ କରିଛି। ସୋମବାର ଅଧିକାରୀମାନେ ପ୍ରକାଶ କରିଛନ୍ତି ଯେ ସୀମା ସୁରକ୍ଷା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

୮ ଏପ୍ରିଲରୁ ଏୟାର ଇଣ୍ଡିଆର ଯାତ୍ରା ହେବ ମହଙ୍ଗା! ଜାଣନ୍ତୁ କେତେ ବଢ଼ିବ

ନୂଆଦିଲ୍ଲୀ,୭।୪: ଟାଟା ଗ୍ରୁପ୍ ନେତୃତ୍ୱରେ ପରିଚାଳିତ ବିମାନ କମ୍ପାନୀ ଏୟାର ଇଣ୍ଡିଆ ଯାତ୍ରୀମାନଙ୍କୁ ଏକ ଝଟକା ଦେଇଛି । ବଢି଼ପାରେ ଭଡ଼ା । କମ୍ପାନୀ ୮ ଏପ୍ରିଲରୁ…

ନବୀନ ପଟ୍ଟନାୟକଙ୍କୁ ନେଇ ଏମିତି କହିଦେଲେ ମନମୋହନ: ଆମ ଦ୍ୱାର ସବୁବେଳେ ଖୋଲା…

ଭୁବନେଶ୍ୱର,୭।୪: ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚାୟତରାଜ ନିର୍ବାଚନ ପୂର୍ବରୁ ବିଭିନ୍ନ ଜିଲା ଗସ୍ତ କରିବେ ବୋଲି ଜଣାପଡ଼ିଛି। ନବୀନଙ୍କ ଜିଲା…

ହୃଦୟ ବିଦାରକ… ପ୍ରେମିକ ସହିତ ଧରାପଡ଼ିଲେ ସ୍ତ୍ରୀ, ପୋଲିସ ଉପସ୍ଥିତିରେ ଗଳା କାଟି ହତ୍ୟା କଲେ ସ୍ବାମୀ

ହାଇଦ୍ରାବାଦ,୭।୪: ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲାର ଜାହିରାବାଦରୁ ଏକ ହୃଦୟ ବିଦାରକ ଖବର ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ପୋଲିସ ଉପସ୍ଥିତିରେ ଚଳନ୍ତା ଗାଡ଼ି ଭିତରେ ତାଙ୍କ…

୩୬ ଲକ୍ଷ ଟଙ୍କା ଦରମା ପ୍ୟାକେଜ୍‌ ଛାଡ଼ି ହୋଇଥିଲେ ବାବା: ଏବେ ବିବାହ କରି ଚର୍ଚ୍ଚାରେ ଅଭୟ ସିଂ, ଆଗକୁ କରିବେ…

ଧର୍ମଶାଳା,୭।୪: ଆଇଆଇଟି ବାବା ଓରଫ ଅଭୟ ସିଂ, ୨୦୨୫ର ପ୍ରୟାଗରାଜ ମହାକୁମ୍ଭ ସମୟରେ ତାଙ୍କର ଅନନ୍ୟ ଆଧ୍ୟାତ୍ମିକ ଯାତ୍ରା ପାଇଁ ରାତାରାତି ପ୍ରସିଦ୍ଧି ହାସଲ କରିଥିଲେ। ଏବେ…

ଇରାନ ଯୁଦ୍ଧ ମଧ୍ୟରେ ବଡ଼ ଘୋଷଣା କଲେ ପାକ୍‌ ପ୍ରଧାନମନ୍ତ୍ରୀ, ଲୋକେ ଛାନିଆ!

ଇସଲାମାବାଦ,୭।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଜାହାଜ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇବା ପରଠାରୁ, ଦକ୍ଷିଣ ଏସୀୟ ଏବଂ ୟୁରୋପୀୟ ଦେଶଗୁଡ଼ିକ ପେଟ୍ରୋଲ, ଡିଜେଲ ଏବଂ ଏଲପିଜିର…

ପୋଖରୀରେ ବୁଡ଼ି ଚାଲିଗଲା ୨ ସାଙ୍ଗଙ୍କ ଜୀବନ, ସ୍କୁଲରୁ ଫେରି ଗାଧୋଇବାକୁ ଯାଇଥିଲେ

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମରେ ଅଘଟଣ । ପୋଖରୀରେ ବୁଡ଼ିଯାଇ ୨ ନାବାଳିକା ଛାତ୍ରୀଙ୍କର ମୃତ୍ୟୁ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri